ସଲମାନଙ୍କ ସାହାଯ୍ୟ ମାଗିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ଏବେ ଦେଶରେ କରୋନା ମହାମାରୀ ଚିନ୍ତାର କାରଣ ପାଲଟିଥିବା ବେଳେ ଏହି ଅଦୃଶ୍ୟ ଯୁଦ୍ଧରେ ଲଢୁଛନ୍ତି ଦେଶବାସୀ। ଏହି ସମୟରେ ବଲିଉଡ୍‌ ସେଲିବ୍ରିଟିମାନେ ମଧ୍ୟ ସହଯୋଗର ହାତ ବଢାଇଛନ୍ତି। ସୋନୁ ସୁଦ ଓ ସଲମାନଙ୍କ ନାଁ ଆଗରେ ଥିବା ବେଳେ ଅନ୍ୟମାନେ ମଧ୍ୟ କରୋନା ଯୁଦ୍ଧରେ ବିଜୟୀ ହେବାକୁ ସହଯୋଗ ଯୋଗାଇ ଆସିଛନ୍ତି। ୧୯୯୦ରେ ଆସିଥିବା ଫିଲ୍ମ ‘ବୀରଗତି’ରେ ସଲମାନଙ୍କ କୋ-ଷ୍ଟାର ଥିବା ପୂଜା ଡଡଓ୍ବାଲ ଏବେ ସଲମାନଙ୍କ ସାହାଯ୍ୟ ମାଗିଛନ୍ତି। ନିକଟରେ ସେ କାଶ, ସର୍ଦ୍ଦି, ଜ୍ୱର ଆଦିରେ ପୀଡ଼ିତ ଥିବା ସହ ଏସବୁ କରୋନାର ଲକ୍ଷଣ ହୋଇଥିବାରୁ ସେ ଚିନ୍ତାରେ ପଡିଯାଇଛନ୍ତି। ତେବେ କରୋନା ଟେଷ୍ଟ ପାଇଁ ତାଙ୍କ ପାଖରେ ଅର୍ଥର ଅଭାବ ରହିଥିବାରୁ ଏଥିପାଇଁ ସେ ସଲମାନଙ୍କ ସାହାଯ୍ୟ ମାଗିଛନ୍ତି। ପୂର୍ବରୁ ମଧ୍ୟ ଏହି ଅଭିନେତ୍ରୀ କାହାକାହାଠାରୁ ୫ଶହ, ୧ ହଜାର ଭଳି ଅର୍ଥ ଉଧାର ନେଇଥିବା କହିଛନ୍ତି। ଏଥର କିନ୍ତୁ ସଲମାନ ତାଙ୍କୁ ସାହାଯ୍ୟ କରିବେ ବୋଲି ସେ ଆଶା ପୋଷଣ କରିଛନ୍ତି। ପୂଜା ଆହୁରି ମଧ୍ୟ କହିଛନ୍ତି ପୂର୍ବରୁ ସଲମାନ ତାଙ୍କୁ ମୁମ୍ବାଇରେ ୬-୮ ମାସ ରଖି ଚିକିତ୍ସା କରାଇଥିଲେ। ଏହାପରେ ବି ସେ ଗୋଆ ଫେରିବା ପରେ ତାଙ୍କର ସବୁଖବର ସଲମାନ ବୁଝୁଥିଲେ ବୋଲି ସେ କହିଛନ୍ତି। ତେଣୁ ଏବେ ପୁଣିଥରେ ଅସୁବିଧାରେ ପଡିଥିବାରୁ ସେ ସଲମାନଙ୍କ ସାହାଯ୍ୟ ଲୋଡିଥିବା କହିଛନ୍ତି। ପୁଜା ଏବେ ତାଙ୍କ ସ୍ବାମୀଙ୍କ ସହ ମିଶି ଗୋଆରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର…

ହାଇକୋର୍ଟ ବିଚାରପତିଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଅବସର ପରେ PM CARES ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରିବେ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଅବନୀନ୍ଦ୍ର କୁମାର ସିଂହ ତାଙ୍କ ଅବସର ପରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଥିଲେ। ସେ କହିଥିଲେ ଯେ ସେ ତାଙ୍କ…

ପାର୍ବଣ ଭେଟି ଦେଲେ ରାଜ୍ୟ ସରକାର, ୮% ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୯।୯: ରାଜ୍ୟ କର୍ମଚାରୀଙ୍କ ସହ ଦୀର୍ଘ ଦିନରୁ ଲାଗି ରହିଥିବା ଅଚଳାବସ୍ଥାର ଅନ୍ତ ଘଟାଇ ଭଗୱନ୍ତ ମାନ ସରକାର ପ୍ରାୟ ଆଠ ଲକ୍ଷ କର୍ମଚାରୀ ଓ ପେନସନଭୋଗୀଙ୍କ…

ଆମେରିକୀୟ ଗଣମାଧ୍ୟମ ବିରୋଧରେ ଟ୍ରମ୍ପଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ; ଲଗାଇଲେ କଟକଣା

ଓ୍ବାଶିଂଟନ,୧୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହ୍ବାଇଟ ହାଉସରେ CNN, Politico ଏବଂ MSNBC ଉପରେ କଟକଣା ଲଗାଇବାକୁ ଘୋଷଣା କରିଛନ୍ତି। ‘ଟ୍ରୁଥ ସୋସିଆଲ’ (Truth Social)…

ଚାକିରିଆଙ୍କ ପାଇଁ ବଡ଼ ଖବର: କମିଯିବ In-Hand Salary! PF ର ନୂଆ ନିୟମ ଜାଣିରଖନ୍ତୁ

ନୂଆଦିଲ୍ଲୀ,୧୯।୯: କର୍ମଚାରୀଙ୍କ ପାଇଁ PF ସମ୍ପର୍କିତ ନିୟମରେ ବଡ଼ ପରିବର୍ତ୍ତନ ହୋଇଛି। EPFOର ବେତନ ସୀମାକୁ ମାସିକ ୧୫,୦୦୦ରୁ ବଢ଼ାଇ ୨୫,୦୦୦ କରାଯାଇଛି। ୧୬ ସେପ୍ଟେମ୍ବର ୨୦୨୪ରେ…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?