ବାସୁଦେବପୁର,୩।୩(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ତହସିଲ ଅଧୀନ ବେତଡ଼ା ସହ ରାଜସ୍ବ ନିରୀକ୍ଷକ ସୁରେଶ ଚନ୍ଦ୍ର ସିହ୍ନାଙ୍କୁ ଗତ ୧୪ ତାରିଖରେ ଆକ୍ରମଣ କରାଯାଇଥିଲା। ଏହି ଘଟଣାରେ ବାସୁଦେବପୁର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ କୋଲକାତାରୁ ରବିବାର ରାତିରେ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ନଁା ଉପେନ୍ଦ୍ର ପଣ୍ଡା। ତାଙ୍କ ଘର ବେତଡ଼ା ନିକଟବର୍ତ୍ତୀ ନଇଛଣପୁର ଗ୍ରାମରେ। ପୋଲିସ ଗିରଫ ଉପେନ୍ଦ୍ରଙ୍କୁ ସୋମବାର କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଭଦ୍ରକ ଜେଲକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ ଯେ, ସହ ରାଜସ୍ବ ନିରୀକ୍ଷକଙ୍କୁ ଉପେନ୍ଦ୍ର ଓ ଅନ୍ୟ ଜଣେ ସହଯୋଗୀ କାର୍ଯ୍ୟରତ ଅବସ୍ଥାରେ ମାଡ଼ ମାରିଥିଲେ। ଏ ସମ୍ପର୍କରେ ରାଜସ୍ବ ଅଧିକାରୀଙ୍କ ଅଭିଯୋଗକ୍ରମେ ବାସୁଦେବପୁର ଥାନାରେ ଏକ ମାମଲା(ନଂ. ୩୩/୨୦) ରୁଜୁ ହୋଇଥିଲା। ସେବେଠାରୁ ଉପେନ୍ଦ୍ର ଓ ଅନ୍ୟ ଆକ୍ରମଣକାରୀ ଫେରାର ଥିଲେ। ଦୁଇ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରା ନ ଗଲେ ଆର୍ଆଇ ଓ ସହ ଆର୍ଆଇମାନେ କାର୍ଯ୍ୟବନ୍ଦ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେବା ସହିତ ଭଦ୍ରକ ଏସ୍ପିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ରବିବାର ବାସୁଦେବପୁର ଆଇଆଇସି ମଧୁମିତା ମହାନ୍ତି ଓ ଏଏସ୍ଆଇ ଚିତ୍ତରଞ୍ଜନ ଦାସ ଏକ ସ୍ବତନ୍ତ୍ର ଟିମ୍ ଗଠନ କରି କୋଲକାତାର ବହୁବଜାରରୁ ଉପେନ୍ଦ୍ରଙ୍କୁ ଧରିବାରେ ସଫଳ ହୋଇଛନ୍ତି।
ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ…
ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...
ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ
ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...
ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼
ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...
ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….
ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...
ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର
ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...
ସର୍ବଭାରତୀୟ ନାଟକ ସମାରୋହ ଉଦ୍ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’
ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...
ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…
ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...
ଓଡ଼ିଶାରେ ଭାଙ୍ଗିଲା ମାଓବାଦୀଙ୍କ ମେରୁଦଣ୍ଡ: ଡିଜିପି
ଫୁଲବାଣୀ,୨୫ା୧୨(ରାକେଶ କୁମାର ରାଉତ): ଟପ୍ ମାଓବାଦୀ ନେତା ଗଣେଶଙ୍କ ନିହତକୁ ବଡ଼ ସଫଳତା ବୋଲି କହିଛନ୍ତି ପୋଲିସ ଡିଜି। ଗଣେଶଙ୍କ ନିହତ ପରେ ଓଡ଼ିଶାରେ ମାଓବାଦୀଙ୍କ...
Archives


