ସହକାରୀ ନିର୍ଦ୍ଦେଶକଙ୍କ ଗାଲେରି କଲେଜ ପରିଦର୍ଶନ:  ଅନୁପସ୍ଥିତ ଅଧ୍ୟକ୍ଷ,ଅଧ୍ୟାପକଙ୍କ ଦରମା ବନ୍ଦ

ଭଞ୍ଜନଗର,୩।୧୧(ଡି.ଏନ.ଏ)-ବ୍ରହ୍ମପୁର ଆଞ୍ଚଳିକ ଶିକ୍ଷା ସହକାରୀ ନିର୍ଦ୍ଦେଶକ ବିଶ୍ୱମ୍ବର ଷଢ଼ଙ୍ଗୀ ଗୁରୁବାର ଅଚାନକ ଗାଲେରୀ ଦଣ୍ଡପାଣି ମହାର୍ଥା କଲେଜ ପରିଦର୍ଶନ କରିଥିଲେ। କଲେଜର ଅବ୍ୟବସ୍ଥା ନେଇ ସେ ଅସନ୍ତୋଷ ବ୍ୟକ୍ତ କରିବା ସହ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଏନେଇ ଅବଗତ କରାଇଥିଲେ। ଉକ୍ତ ରିପୋର୍ଟ ଆଧାରରେ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ ଶନିବାର କଲେଜର ଅଧ୍ୟକ୍ଷଙ୍କ ସମେତ ଅନୁପସ୍ଥିତ ସମସ୍ତ ଅଧ୍ୟାପକଙ୍କ ଦିନକର ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୫ ତାରିଖ ସୁଦ୍ଧା କୈଫିୟତ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। କାର୍ଯ୍ୟରେ ଅବହେଳା କରିଥିବା କର୍ମଚାରୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କଲେଜ ପରିଚାଳନା କମିଟି ସଭାପତି ତଥା ଭଞ୍ଜନଗର ଉପ ଜିଲାପାଳଙ୍କୁ ନିବେଦନ କରାଯାଇଛି। ୫ଟିର ପ୍ରଭାବ ସମଗ୍ର ରାଜ୍ୟରେ ପଡ଼ିଥିବା ଦେଖିବାକୁ ମିଳିଛି। ଗୁରୁବାର ସହକାରୀ ନିର୍ଦ୍ଦେଶକ ଷଡଙ୍ଗୀ ଭଞ୍ଜନଗର ଅଞ୍ଚଳର କିଛି କଲେଜର ଆର୍ଥୀକ କାରବାର କିଭଳି ହେଉଛି ସେନେଇ ଯାଞ୍ଚ କରିବାକୁ ଆସି ଗାଲେରୀ କଲେଜରେ ପୂର୍ବାହ୍ନ ୧୦ଟାରେ ପହଞ୍ଚତ୍ଥିଲେ। କଲେଜରେ ଜଣେ ପିଅନ ଏବଂ ଡାଟାଏଣ୍ଟ୍ରି ଅପରେଟର ଉପସ୍ଥିତ ଥିଲେ। ଅଧ୍ୟକ୍ଷଙ୍କ ସମେତ ଅନ୍ୟ ସମସ୍ତ ଅଧ୍ୟାପକ ଅନୁପସ୍ଥିତ ଥିଲେ। ଏହାପରେ ଜଣେ ପରେ ଜଣେ ଅଧ୍ୟାପକ ଓ ଅଧ୍ୟକ୍ଷ ଆସି ପହଞ୍ଚତ୍ଥିଲେ। କଲେଜ ବାୟୋମେଟ୍ରିକ ରେକର୍ଡ଼ରୁ ଜଣାପଡିଥିଲା କର୍ମଚାରୀମାନେ ନିୟମିତ ଠିକ୍‌ ସମୟରେ ଆସୁନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri