ସହର ଭିତରେ ଭାରୀଯାନ ଚଳାଚଳ ନିଷେଧ: କଟକଣା ଜାରି କଲା ଜିଲା ପ୍ରଶାସନ

ବାଲେଶ୍ୱର ଅଫିସ,୧୧।୧୦-ଦୁର୍ଘଟଣା ହ୍ରାସ ଏବଂ ଟ୍ରାଫିକ୍‌ ଭିଡ଼ ନିୟନ୍ତ୍ରଣ ଉଦ୍ଦେଶ୍ୟରେ ବାଲେଶ୍ୱର ସହରର କେତେକ ବ୍ୟସ୍ତବହୁଳ ରାସ୍ତାରେ ଭାରୀଯାନ ଚଳାଚଳ ଉପରେ କଟକଣା ଜାରି କରାଯାଇଛି। ମୋଟର ଯାନ ଅଧିନିୟମ ୧୯୮୮ର ଧାରା ୧୧୫ ଏବଂ ଓଡ଼ିଶା ମୋଟର ଯାନ ନିୟମ ୯୩ ଅନୁଯାୟୀ କ୍ଷମତା ପ୍ରୟୋଗ କରି ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଏହି କଟକଣା ଜାରି କରିଛନ୍ତି। ପୂର୍ବାହ୍ନ ୮ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସହରର କିଛି ପ୍ରମୁଖ ରାସ୍ତାରେ କୌଣସି ପ୍ରକାର ମାଲ ବୋଝେଇ ଚାରିଚକିଆ ବା ତଦୂର୍ଦ୍ଧ୍ୱ ଭାରୀଯାନ ଚଳାଚଳ ନିମନ୍ତେ ଅନୁମତି ଦିଆଯିବ ନାହିଁ ବୋଲି ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ଏକ ପ୍ରେସ୍‌ ବିବୃତିିରେ ସୂଚନା ଦିଆଯାଇଛି।
ସହରର ଆଇଟିଆଇ ଛକଠାରୁ ସୁରଜ ହୋଟେଲ ଛକ ଭାୟା ବସ୍‌ଷ୍ଟାଣ୍ଡ-ଫକୀରମୋହନ ଗୋଲେଇ, ପୋଲିସ ଲାଇନ୍‌ ଛକଠାରୁ ହେମକାପଦା ଛକ ଭାୟା ଫକୀରମୋହନ କଲେଜ, ଫକୀରମୋହନ ଗୋଲେଇରୁ ଟାଉନ ଥାନା ଭାୟା ଫାଣ୍ଡି ଛକ, ଚିଡ଼ିଆପୋଲ, ଜିଲା ମୁଖ୍ୟ ଚିକିତ୍ସାଳୟ, ସିନେମା ଛକ ଓ ମୋତିଗଞ୍ଜ ବଜାର, ଷ୍ଟେଶନ ଛକରୁ ପାଣିଟାଙ୍କି ଛକ ଭାୟା ଏଡ଼ିଏମ ଛକ-ଜିଲା ସ୍କୁଲ, ମିର୍ଜାପୋଖରୀରୁ ଛୁଆଳିଆ ମହାଦେବ ଛକ ଭାୟା ମାଣିଖମ୍ବ-ବାରବାଟୀ, ମିର୍ଜାପୋଖରୀରୁ ବାବିଲୋନ ଛକ ଭାୟା ଟାଉନହଲ-ସିନେମା ଛକ, ଟେକ୍ନିକାଲ ସ୍କୁଲ ଛକଠାରୁ ନାରୀସଂଘ ଭାୟା ଏଡିଏମ ଛକ-ରାଜାବଗିଚା, ଷ୍ଟେଶନ ଛକଠାରୁ ପଢୁଆଁପଦା ଛକ ଭାୟା ନାରୀସଂଘ ରୁଟ୍‌ରେ ଏହି କଟକଣା ଏକ ମାସ (୧ ଅକ୍ଟୋବର ୨୦୧୯ରୁ ୩୦ ଅକ୍ଟୋବର ୨୦୧୯) ପର୍ଯ୍ୟନ୍ତ ବଳବତ୍ତର ରହିବ। ପରବର୍ତ୍ତୀ ପର୍ଯ୍ୟାୟରେ ଆବଶ୍ୟକତା ଅନୁଯାୟୀ ଏହି କଟକଣାକୁ ବୃଦ୍ଧି କରାଯାଇପାରେ ବୋଲି ଆଞ୍ଚଳିକ ପରିବହନ ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ପ୍ରକାଶ କରାଯାଇଛି। ଜାରି କରାଯାଇଥିବା କଟକଣାକୁ ସମସ୍ତେ ମାନିବା ସହିତ ଟ୍ରାଫିକ ନିୟନ୍ତ୍ରଣରେ ସହଯୋଗ କରିବା ପାଇଁ ଜିଲା ପ୍ରଶାସନ ତରଫରୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri