ସହରକୁ ସ୍ବଚ୍ଛ କରିବା ସହରବାସୀଙ୍କ ଦାୟିତ୍ୱ : ଜିଲାପାଳ

ଯାଜପୁରରୋଡ଼,୭।୬(ନି.ପ୍ର.): ଯାଜପୁର ଜିଲା ବ୍ୟାସନଗର ପାୈରପରିଷଦକୁ ପ୍ରଦୂଷଣ ମୁକ୍ତ ତଥା ସ୍ବଚ୍ଛ ରଖିବା ପାଇଁ ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ଏକ ପ୍ରଶିକ୍ଷଣ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହାକୁ ଜିଲାପାଳ ରଞ୍ଜନ କୁମାର ଦାସ ଉଦ୍‌ଘାଟନ କରି କହିଛନ୍ତି ଯେ, ବ୍ୟାସନଗର ସହରକୁ ପରିଷ୍କାର ପରିଚ୍ଛନ୍ନ ରଖିବା ପାୈରପରିଷଦର ଯେତିକି ଦାୟିତ୍ୱ ଜନସାଧାରଣଙ୍କର ମଧ୍ୟ ସେତିକି ଅବଦାନ ରହିବା ଦରକାର। ସମସ୍ତେ ପାୈରପରିଷଦକୁ ସ୍ବଚ୍ଛ ରଖିବା ପାଇଁ ଯତ୍ନବାନ ହେବା ଆବଶ୍ୟକ। ଏକମାସ ମଧ୍ୟରେ ଏହି କାର୍ଯ୍ୟ ସମ୍ପୂର୍ଣ୍ଣ ନ ହେଲେ ବର୍ଜ୍ୟବସ୍ତୁଗୁଡ଼ିକ ରାସ୍ତା ଉପରେ ପକାଉଥିବା ବ୍ୟବସାୟୀ ଅନୁଷ୍ଠାନ ଓ ଲୋକଙ୍କ ଉପରେ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବ୍ୟାସନଗର ସହର ରୂପରେଖ ବଦଳିବା ପାଇଁ ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯାଇଛି। ତୁରନ୍ତ ଏହା କାର୍ଯ୍ୟକାରୀ ହେବ ବୋଲି ଜିଲାପାଳ ଦାସ କହିଛନ୍ତି। ପରେ ବର୍ଜ୍ୟବସ୍ତୁ ପରିଚାଳନା ସମ୍ବର୍ଦ୍ଧିତ ତାଲିମ କର୍ମଚାରୀମାନଙ୍କୁ ପ୍ରଦାନ କରାଯାଇଥିଲା। ଏଥିରେ କଳିଙ୍ଗନଗର ଅତିରିକ୍ତ ଜିଲାପାଳ ତଥା ପାୈରପରିଷଦ ପ୍ରଶାସକ ସନ୍ତୋଷ କୁମାର ମିଶ୍ର, ଜିଲା ସୂଚନା ଲୋକସଂପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri