ସହରରୁ ଅଳିଆ ସଫା କରା ନ ଯିବା ଘଟଣା : ଏନ୍‌ଏସି କର୍ମଚାରୀଙ୍କୁ ତାଗିଦ୍‌ କଲେ ଉପଜିଲାପାଳ

ଭଞ୍ଜନଗର,୪।୬(ଡି.ଏନ.ଏ)-କିଛିଦିନ ପୂର୍ବେ ସହରଗୁଡ଼ିକର ପରିମଳ ସେବାକୁ ସୁଧାରିବା ପାଇଁ ଜିଲାସ୍ତରୀୟ ଏକ ସମୀକ୍ଷା ହୋଇଥିଲା। ମାତ୍ର ଭଞ୍ଜନଗର ସହରରେ ୪ ମାସ ହେବ ପରିମଳ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଥିବା ବେଳେ ଏହାକୁ ସୁଧାରିବା ପାଇଁ ଧ୍ୟାନ ଦିଆଯାଉନାହିଁ। ନିର୍ବାହୀ ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ବିଭିନ୍ନ କାରଣରୁ ସମନ୍ବୟର ଅଭାବ ରହୁଛି । ଯେଉଁଥିପାଇଁ ସହରରେ ସଫେଇ କାର୍ଯ୍ୟ ଠିକ୍‌ ଭାବେ ହୋଇ ପାରୁନାହିଁ । ସହରରେ ବିପର୍ଯ୍ୟପ୍ତ ପରିମଳ ସେବା ନେଇ ସୋମବାର ଧରିତ୍ରୀରେ ଏକ ଖବର ପ୍ରକାଶ ପାଇଥିଲା। ଏହାପରେ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସୋମବାର ଉପ ଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ ଅଚାନକ ବିଭିନ୍ନ ଅଞ୍ଚଳ ବୁଲି ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା ଦେଖିଛନ୍ତି। ସହରର ଶ୍ରୀରାମସାହି, ଆରସିରୋଡ଼, ପୁରୁଣାବଜାରସାହି, ଏଲଆଇସି କଲୋନୀ, ରାଜସ୍ବ ବିଭାଗ କଲୋନୀ ଆଦି ଅଞ୍ଚଳରେ ବିପର୍ଯ୍ୟପ୍ତ ପରିମଳ ଦେଖି ବିରକ୍ତି ପ୍ରକାଶ କରିଥିଲେ। ଏକ ସପ୍ତାହ ମଧ୍ୟରେ ଏହାକୁ ସୁଧାରିବା ପାଇଁ ବିଭାଗୀୟ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅବହେଳା କଲେ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପ ଜିଲାପାଳ ସୂଚାଇ ଦେଇଥିଲେ । ଯେଉଁଠି ଲୋକେ ଡ଼୍ରେନକୁ ଅବରୋଧ କରି ରଖିଛନ୍ତି ସେଠାରେ ୭ଦିନ ମଧ୍ୟରେ ଜବରଦଖଲ ଉଚ୍ଛେଦ ପାଇଁ ନିଷ୍ପତ୍ତି ହୋଇଛି । ଉପ ଜିଲାପାଳଙ୍କ ଗସ୍ତ ସମୟରେ ଏନଏସି ଯନ୍ତ୍ରୀ ସୁଶାନ୍ତ କୁମାର ସାହୁ ଓ ଅନ୍ୟମାନେ ଉପସ୍ଥିତ ଥିଲେ । ନିର୍ବାହୀ ଅଧିକାରୀ କୈଣସି କାରଣରୁ ଅନୁପସ୍ଥିତ ଥିଲେ। ଏ ନେଇ ଏନଏସି ଯନ୍ତ୍ରୀ ସାହୁଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ସୁନ୍ଦର ସହର ଗଢ଼ି ତୋଳିବା ପାଇଁ ପଦକ୍ଷେପ ନିଆଯାଇଛି । ଆଗାମୀ ଦିନରେ ସହରର ସମସ୍ତ ଘରକୁ ୨ଟି ଲେଖାଏ ଡ଼ବା ଯୋଗାଇ ଦିଆଯିବ। ଉକ୍ତ ଡ଼ବାରେ ଲୋକେ ମଇଳା ରଖିବେ । ଉକ୍ତ ମଇଳା ସଂଗ୍ରହ ପାଇଁ ଏନଏସିର ୨ଟି ଗାଡ଼ି ଘର ଘର ବୁଲିବ। ଏଥିସହ ଆଗାମୀ ଦିନରେ ବଜ୍ୟବସ୍ତୁ ପରିଚାଳନା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ। କମ୍‌ ଦିନ ମଧ୍ୟରେ ସହରର ବିପର୍ଯ୍ୟସ୍ତ ପରିମଳ ସେବାକୁ ସୁଧାରି ଦିଆଯିବ ବୋଲି ସାହୁ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଦିଗପହଣ୍ଡିରେ ଚାଞ୍ଚଲ୍ୟ: ପୋଖରୀରେ ମାଛଧରୁଥିବା ବେଳେ ଜାଲରେ କୁମ୍ଭୀର…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଘୋଡ଼ାହାଡ଼ ଡ୍ୟାମ ରାସ୍ତାର ସନ୍ଥ ଅରକ୍ଷିତ ଛକରେ ଥିବା ପୋଖରୀରୁ କୈବର୍ତ୍ତମାନେ ଶୁକ୍ରବାର ସକାଳେ ମାଛ ଧରୁଥିବା ବେଳେ ଜାଲରେ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri