ସହରରେ ପୋଲିସର ଫ୍ଲାଗ୍‌ମାର୍ଚ୍ଚ

ଅନୁଗୋଳ ଅଫିସ,୪ା୬ – ଅନୁଗୋଳ ପୋଲିସ ପକ୍ଷରୁ ବୁଧବାର ସହରରେ ଫ୍ଲାଗ୍‌ମାର୍ଚ୍ଚ କରାଯାଇଥିଲା। ଏହି ସମୟରେ ଅନ୍‌ଲକ୍‌-୧ ନିୟମ ଅବମାନନା କରିଥିବା କେତେଜଣ ଦୋକାନୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। କିନ୍ତୁ ପୋଲିସ କାର୍ଯ୍ୟାନୁଷ୍ଠାନ ନେବାରେ ପାତରଅନ୍ତର କରିଥିବା କେତେଜଣ ଛୋଟ ବ୍ୟବସାୟୀ ଅଭିଯୋଗ କରିଛନ୍ତି।
ଅନୁଗୋଳ ଥାନା ଅଧିକାରୀ ରମେଶ ଚନ୍ଦ୍ର ବିଶୋଇଙ୍କ ନେତୃତ୍ୱରେ ପୂର୍ବାହ୍ନରେ ଥାନାରୁ ଏହି ଫ୍ଲାଗମାର୍ଚ୍ଚ ବାହାରି ସହର ପରିକ୍ରମା କରିଥିଲା। ଏହି ସମୟରେ ଜନସାଧାରଣଙ୍କ ସହ ବ୍ୟବସାୟୀମାନଙ୍କୁ ପୋଲିସ ପକ୍ଷରୁ ସଚେତନ କରାଯାଇଥିଲା। ଦୋକାନ ବାହାରେ ପସରା ନ ମେଲାଇବା, ସାମାଜିକ ଦୂରତା ରକ୍ଷା କରିବା, ମାସ୍କ ପରିଧାନ ଆଦି ସମ୍ପର୍କରେ ପରାମର୍ଶ ଦିଆଯାଇଥିଲା। ଏହା ପାଳନ ନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ମଧ୍ୟ ଦିଆଯାଇଥିଲା। ବିନା ମାସ୍କରେ ବୁଲୁଥିବା ଲୋକମାନଙ୍କ ନିକଟରୁ ପୋଲିସ ଜରିମାନା ଆଦାୟ କରିବା ସହ କଟକଣା ଉଲ୍ଲଂଘନ କରି ବ୍ୟବସାୟ କରୁଥିବା କେତେକ ଛୋଟ ବ୍ୟବସାୟୀଙ୍କ ଦୋକାନକୁ ସିଲ୍‌ କରିଥିଲା। କିନ୍ତୁ ଏ କ୍ଷେତ୍ରରେ ବଡ଼ ବଡ଼ ବ୍ୟବସାୟ ପ୍ରତିଷ୍ଠାନ ପ୍ରତି କୋହଳ ମନୋଭାବ ପୋଷଣ କରାଯାଇଥିବା ଓ ସିଲ୍‌ ବଦଳରେ କେବଳ ଦୋକାନ ବନ୍ଦ କରାଯାଇଥିବା ଛୋଟ ବ୍ୟବସାୟୀମାନେ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଅନୁଗୋଳ ପୋଲିସ ପକ୍ଷରୁ କୁହାଯାଇ ଯେ, ଯେଉଁ ବ୍ୟବସାୟୀମାନେ ନିୟମ ଅମାନ୍ୟ କରିଛନ୍ତି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଫ୍ଲାଗମାର୍ଚ୍ଚରେ ଅନୁଗୋଳ ଥାନା ଏସ୍‌ଆଇ ଅରକ୍ଷିତ ସେଠୀ, ବିପ୍ଳବ ସାହୁ, ସତ୍ୟ ରଞ୍ଜନ ଲେଙ୍କାଙ୍କ ସହ ଅନ୍ୟ ଅଧିକାରୀ ଓ କର୍ମଚାରୀ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ଯ୍ୟରୁ ଛଟେଇ, ଧାରଣାରେ ବସିଲେ

ଛତ୍ରପୁର,୭ା୫(ଦିଲୀପ ସାମଲ): ଛତ୍ରପୁର ବ୍ଲକ ବଡ଼ ମାଧପୁର ପଞ୍ଚାୟତରେ ଏମ୍‌ବିକେ ଭାବେ କାର୍ଯ୍ୟରତ ମଞ୍ଜୁ ବେହେରାଙ୍କୁ କାର୍ଯ୍ୟରୁ ଛଟେଇ କରାଯାଇଛି। ବିନା କାରଣରେ ତାଙ୍କୁ ବହିଷ୍କାର କରାଯାଇଥିବା…

ପୁଣି କୋଟିଆ ବିବାଦ: ଜନଗଣନା କରୁଛନ୍ତି ଓଡ଼ିଶା, ଆନ୍ଧ୍ର

ପଟ୍ଟାଙ୍ଗି,୭।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତକୁ ନେଇ ବିବାଦ ଥମିବାର ନା ଧରୁନାହିଁ। ଅନ୍ୟପକ୍ଷେ ଓଡ଼ିଶାକୁ ଚେକ୍‌ ଦେବାରେ ପଛଘୁଞ୍ଚା…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

ଗଞ୍ଜାମ,୭ା୫(ବିଦ୍ୟାଧର ସାହୁ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ରାମଗଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି। ଏପରିକି ପଞ୍ଚାୟତରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ତଦାରଖ…

ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ…

ରାସ୍ତା ପାର ହେଉଥିଲେ ହରିଣ, ଦ୍ରୁତ ଗତିରେ ଆସି ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ଜାତୀୟ ରାଜପଥର ସୋରାଦେବୀ ମନ୍ଦିର ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଏକ ମାଈ ହରିଣ ଛୁଆ ଗୁରୁତର…

ଆବାସ ଯୋଜନାରୁ ବଞ୍ଚିତ ଦାଶକାଠିଆ କଳାକାରଙ୍କ ପରିବାର

ରିଷିଡ଼ା,୭ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରାଜପୁର ପଞ୍ଚାୟତ ଗ୍ରାମର ଲୋକପ୍ରିୟ ଦାଶକାଠିଆ କଳାକାର ସ୍ୱର୍ଗତ ଇନ୍ଦ୍ରମଣି ଭୋଇଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ…

୪ ଦିନ ହେଲା ଜଳବନ୍ଦୀ: ତହସିଲଦାରଙ୍କୁ ଦାବିପତ୍ର, ରାସ୍ତାରୋକୋ ଚେତାବନୀ

ଦିଗପହଣ୍ଡି,୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ ନଂ. ୱାର୍ଡ ବସଷ୍ଟାଣ୍ଡ ଅଞ୍ଚଳର ଉତ୍ତର ଓ ଦକ୍ଷିଣ ସାହିରେ ଘରକରି ରହୁଥିବା ବାସିନ୍ଦା ଓ…

ଭୋଜି ହେଲା କାଳ: ନଦୀକୁ ଖସି ପଡ଼ି ଫାର୍ମାସିଷ୍ଟ ଛାତ୍ରଙ୍କ ମୃତ୍ୟୁ

ହାଟଡିହୀ/ଛେନାପଦୀ,୭।୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହଦଗଡ଼ ସାଳନ୍ଦୀ ନଦୀକୁ ଖସି ପଡି ଜଣେ ଫାର୍ମାସିଷ୍ଟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଜିଲା ବନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri