ସହରରେ ମାତିଲେ ଡକାୟତ: ଆକ୍ରମଣରେ ୪ ଫାଇନାନ୍ସ କର୍ମଚାରୀ ଗୁରୁତର

ଢେଙ୍କାନାଳ ଅଫିସ, ୫।୧ – ଢେଙ୍କାନାଳ ସହରର ଅନ୍ୟତମ ଜନବହୁଳପୂର୍ଣ୍ଣ ଅଞ୍ଚଳ ଭାବେ ପରିଚିତ କୁଞ୍ଜକାନ୍ତ ଲଳିତ ନଗରରେ ଶନିବାର ରାତି ୯ଟାରେ ସଶସ୍ତ୍ର ଡକାୟତି ହୋଇଛି। କଳାମୁଖା ଏବଂ ହେଲ୍‌ମେଟ ପିନ୍ଧିଥିବା ୭ଜଣ ଦୁର୍ବୃତ୍ତ ସେଣ୍ଟ୍ରମ୍‌ ମାଇକ୍ରୋ କ୍ରେଡିଟ୍‌ ଫାଇନାନ୍ସ କାର୍ଯ୍ୟାଳୟରେ ପଶି ଆତଙ୍କରାଜ ସୃଷ୍ଟି କରିବା ସହ ସେଠାରେ କାର୍ଯ୍ୟରତ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆକ୍ରମଣର ଶିକାର ହୋଇଛନ୍ତି କାର୍ଯ୍ୟାଳୟ ପରିଚାଳକ ତଥା ଭଞ୍ଜନଗରର ସୁନେଶ ପ୍ରଧାନ (୩୭), ଭଦ୍ରକ ଅଞ୍ଚଳର ସହକାରୀ ପରିଚାଳକ ପ୍ରକାଶ କୁମାର ପାଢ଼ୀ (୨୬), କର୍ମଚାରୀ ଜଗମୋହନ ଦାସ (୨୪) ଏବଂ ନିର୍ମଳ ରାଉତ (୨୧)। ଜଗମୋହନଙ୍କ ଘର ପୁରୀ ଏବଂ ନିର୍ମଳଙ୍କ ଭଦ୍ରକରେ ବୋଲି ଜଣାପଡ଼ିଛି।
ସୁନେଶଙ୍କ କହିବା କଥା, ରାତି ପ୍ରାୟ ୯ଟାରେ ୭ଜଣ ଅଭିଯୁକ୍ତ ମୁଣ୍ଡରେ ହେଲମେଟ୍‌ ଏବଂ ମୁହଁରେ କଳାକପଡ଼ା ପିନ୍ଧି ହଠାତ୍‌ କାର୍ଯ୍ୟାଳୟକୁ ପଶିଥିଲେ। କଟୁରି ଏବଂ ଜିଆଇ ପାଇପ୍‌ରେ ସେମାନେ ଅତର୍କିତ ଆକ୍ରମଣ କରିବା ସହ ନିସ୍ତୁକ ପିଟିଥିଲେ। ଏହାପରେ କର୍ମଚାରୀଙ୍କଠାରୁ ୨ଟି ଲାପଟପ୍‌, ୬ଟି ମୋବାଇଲ, ୬ଟି ହାତ ଘଣ୍ଟା, ନଗଦ ୫ ହଜାର ଟଙ୍କା ସହ ସୁନାମୁଦି, କାନଫୁଲ ଏବଂ ମଙ୍ଗଳସୂତ୍ର ଲୁଟି ନେଇଥିଲେ। ଯିବା ପୂର୍ବରୁ ବାହାରପଟୁ କବାଟ ବନ୍ଦ କରିଦେଇଥିଲେ। ବହୁକଷ୍ଟରେ କର୍ମଚାରୀମାନେ କବାଟ ଭାଙ୍ଗି ପଦାକୁ ଆସିବା ପରେ ଏ ନେଇ ପୋଲିସକୁ ସୂଚନା ଦେଇଥିଲେ। ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଆହତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା।
ସହରର ଜନଗହଳିପୂର୍ଣ୍ଣ ସ୍ଥାନରୁ ଏପରି ଡକାୟତି ସାଧାରଣରେ ଆତଙ୍କ ସୃଷ୍ଟି କରିଛି। ଏଥିରେ ସ୍ଥାନୀୟ ଅଞ୍ଚଳର କେତେଜଣ ଯୁବକଙ୍କ ହାତ ଥିବା ସନ୍ଦେହ କରାଯାଉଛି। ପୋଲିସ କର୍ମଚାରୀଙ୍କୁ ପଚରାଉଚୁରା କରିବା ସହ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ରେ ପିଟିହେଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଢେଙ୍କାନାଳ,୧୧ା୪(ରତନ ନାୟାର): ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ୫୫ ନମ୍ବର ଜାତୀୟ ରାଜପଥ ହଳଦିଆବାହାଳଠାରେ ଶନିବାର ସକାଳେ ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌ ସହ ଧକ୍କା…

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ସ୍କୁଲରେ ରୋଷେଇ ବେଳେ ଅଘଟଣ: ଗରମ ଡାଲି ପଡ଼ି ୨ ରୋଷେୟା ଆହତ

ପରଜଙ୍ଗ, ୮।୪(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସି ହାଇସ୍କୁଲରେ ବୁଧବାର ଛାତ୍ରୀଛାତ୍ରଙ୍କ ପାଇଁ ଭୋଜନ ରୋଷେଇ ହେଉଥିବାବେଳେ ଅଘଟଣ। ଗରମ ଡାଲି ପଡ଼ି…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri