ସହାୟ ହେଲା ସାଥୀ ପରିବାର; ଉଦ୍ଧାର ହେଲେ ଅସହାୟ ମା’ପୁଅ

ବନ୍ତଳା, ୬।୧(ଡି.ଏନ.ଏ.) ଅସହାୟ ଅବସ୍ଥାରେ ଭୋକ ଉପାସରେ ପଡ଼ି ରହି ଜୀବନମରଣ ସହ ସଂଘର୍ଷ କରୁଥିବା ଅସହାୟା ପାତି ନାଏକ (୭୦) ଏବଂ ତାଙ୍କ ପୁଅ ପ୍ରମୋଦ (୫୦)ଙ୍କୁ ସହାୟ ହୋଇଛି ସାଥୀ ପରିବାର। ଏ ନେଇ ରବିବାର ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ଅନୁଷ୍ଠାନର ସଭାପତି ସିଦ୍ଧାର୍ଥ ପ୍ରଧାନ, ଦିଲୀପ ସାହୁ, ସୁବ୍ରତ ପ୍ରଧାନ, ସନ୍ଦୀପ ସାହୁ, ଅମରେନ୍ଦ୍ର ପ୍ରଧାନ ପ୍ରମୁଖ ସକାଳେ ମାଧପୁର ଗ୍ରାମକୁ ଯାଇ ୧୦୮ ଆମ୍ବୁଲାନ୍ସରେ ଡାକ୍ତରଖାନା ପଠାଇବା ବ୍ୟବସ୍ଥା କରିଥିଲେ। ଏହି ସମୟରେ ମାନସିକ ଭାରସାମ୍ୟ ହରାଇ ବସିଥିବା ପ୍ରମୋଦ ମା’ ମା’ କହି କାନ୍ଦି ପକାଇଥିଲେ। ଘଟଣା ସ୍ଥଳରେ ଉପସ୍ଥିତ ମଞ୍ଜୁ ସେଠୀ, ଅବୃତ୍ତି ଦେହୁରୀ, ଅଛୁ ପ୍ରଧାନ, ସଞ୍ଜୁ ସେଠୀ, ଅପୂର୍ବ ଦେହୁରୀ, ବାଲାବତୀ ମାଝି, ସସ୍ମିତା ସେଠୀ, କେତକୀ ସେଠୀ, ବିମଳା ନାଏକ ପ୍ରମୁଖ ପ୍ରମୋଦଙ୍କୁ ମଧ୍ୟ ନେଇଯିବାକୁ ନିବେଦନ କରିଥିଲେ। ଏପରି ନ କଲେ ସେ ମା’ଙ୍କୁ ଝୁରି ଝୁରି ମରିଯିବେ ବୋଲି କହିଥିଲେ। ଗ୍ରାମବାସୀଙ୍କ କଥାକୁ ଗୁରୁତ୍ୱ ଦେଇ ଅନୁଷ୍ଠାନର ସଦସ୍ୟମାନେ ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଅନୁଷ୍ଠାନର ଏପରି କାର୍ଯ୍ୟକୁ ଅଞ୍ଚଳବାସୀ ପ୍ରଶଂସା କରିଛନ୍ତି।
ସୂଚନାଯୋଗ୍ୟ, ଅନୁଗୋଳ ଜିଲା ବନ୍ତଳା ଥାନା ନନ୍ଦପୁର ପଞ୍ଚାୟତ ମାଧପୁର ଗ୍ରାମର ପାତି ନାଏକ ଓ ତାଙ୍କ ପୁଅ ପ୍ରମୋଦ ଅସହାୟ ଅବସ୍ଥାରେ ଭୋକ ଉପାସରେ ପଡ଼ି ରହିଥିଲେ। ଉଭୟଙ୍କୁ ସରକାରୀ ସହାୟତା, ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri