Posted inଖେଳ

ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ଭାରତ

ସିଡ୍‌ନୀ,୫ା୩- ଭାରତୀୟ ମହିଳା ଦଳ ପ୍ରଥମ ଥର ପାଇଁ ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି। ମହିଳା ଟି୨୦ ବିଶ୍ୱକପ୍‌ ଇତିହାସରେ ଭାରତୀୟ ଦଳ କଦାପି ସେମିଫାଇନାଲ ବାଧା ଅତିକ୍ରମ କରିପାରି ନ ଥିଲା। କିନ୍ତୁ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆକୁ ଏଥର ଭାଗ୍ୟଦେବୀ ସହାୟ ହୋଇଛନ୍ତି। ବର୍ଷା ଯୋଗୁ ଭାରତୀୟ ଦଳ ସେମିଫାଇନାଲରେ ଅବତିର୍ଣ୍ଣ ନ ହୋଇ ଫାଇନାଲରେ ପ୍ରବେଶ କରିଛି। ଗୁରୁବାର ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ(ଏସ୍‌ସିଜି)ଠାରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ସେମିଫାଇନାଲ ଖେଳାଯିବାର ଥିଲା। କିନ୍ତୁ ଲଗାଣ ବର୍ଷା ଯୋଗୁ ମ୍ୟାଚ୍‌କୁ ବାତିଲ ଘୋଷଣା କରାଯାଇଛି। ପୂର୍ବରୁ ବର୍ଷା ସମ୍ଭାବନା ଥିବା ଆଇସିସିକୁ କ୍ରିକେଟ ଅଷ୍ଟ୍ରେଲିଆ ଜଣାଇବା ସହ ରିଜର୍ଭ ଡେ’ ପାଇଁ ଅନୁରୋଧ କରିଥିଲା। କିନ୍ତୁ ଆଇସିସି ଏହାକୁ ପ୍ରତ୍ୟାଖ୍ୟାନ କରି ଦେଇଥିଲା। ଏଣୁ ଆଇସିସି ନିୟମ ଅନୁସାରେ ଗ୍ରୁପ୍‌ ଏ’ରେ ଅପରାଜେୟ ରହିଥିବା ଭାରତୀୟ ଦଳ ସିଧାସଳଖ ଫାଇନାଲରେ ପ୍ରବେଶ କରିଛି। ଗ୍ରୁପ ପର୍ଯ୍ୟାୟରେ ଭାରତ ପ୍ରଥମେ ଅଷ୍ଟ୍ରେଲିଆ, ଦ୍ୱିତୀୟ ମ୍ୟାଚ୍‌ରେ ବାଂଲାଦେଶ ଓ ତୃତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡକୁ ହରାଇଥିଲା। ଅନ୍ତିମ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ପରାସ୍ତ କରି ୪ ମ୍ୟାଚ୍‌ରୁ ୮ ପଏଣ୍ଟ ସହ ଗ୍ରୁପ ତାଲିକାର ଶୀର୍ଷ ସ୍ଥାନ ଅଧିକାର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍‌’ରେ ପାର୍ବତୀ ଗିରିଙ୍କୁ ପ୍ରଶଂସା ସହ ବଖାଣିଲେ ୨୦୨୫ର ଏସବୁ ସଫଳତା

ନୂଆଦିଲ୍ଲୀ,୨୮ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୨୯ ତମ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ୨୦୨୫ର ଅନେକ ସଫଳତା ବିଷୟରେ କହିଛନ୍ତି ପ୍ରଧାନମନ୍ତ୍ରୀ।...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri