ସହାୟତା ଅପେକ୍ଷାରେ ଅସହାୟ ପରିବାର

ରାଇସୁଆଁ ,୫।୧୧(ଡି.ଏନ.ଏ.)- ଖଣି ଖାଦାନ ଯୋଗୁ କେନ୍ଦୁଝର ଜିଲା ସଦର ଏବଂ ବାଂଶପାଳ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲେ ମଧ୍ୟ ପ୍ରଭାବିତ ଲୋକଙ୍କୁ ଉପଯୁକ୍ତ ସହାୟତା କି ଚିକିତ୍ସା ସେବା ମିଳିପାରୁନି। ଖଣି ପ୍ରଭାବିତ କୁମୁଣ୍ଡି ପଞ୍ଚାୟତର ତଳଜାଗର ଗାଁର ଦଶୀ ଦେହୁରୀ ନାମ୍ନୀ ଜଣେ ଅସହାୟ ମହିଳା ନିଜ ରୋଗାକ୍ରାନ୍ତ ପୁଅ ଅଜୁ ପ୍ରଧାନ ଏବଂ ଜଣେ ନାତି ସହ ଭୋକ ଉପାସରେ ଦିନ ବିତାଉଛନ୍ତି। ଅର୍ଥାଭାବ କାରଣରୁ ସେ ପୁଅ ଅଜୁଙ୍କୁ ଉପଯୁକ୍ତ ଚିକିତ୍ସା କରାଇ ନ ପାରିବାରୁ ସେ ଧୀରେ ଧୀରେ ଭିନ୍ନକ୍ଷମ ହେବାରେ ଲାଗିଛନ୍ତି।
ଦଶୀ କହିଛନ୍ତି ଯେ, ଅଜୁ ୫ମ ଶ୍ରେଣୀରେ ପଢୁଥିବା ବେଳେ ସେ ହଠାତ ଅସୁସ୍ଥ ହୋଇ ପଡିଥିଲା । ହାତରେ ସମ୍ବଳ ନ ଥିବାରୁ ତାକୁ ଡାକ୍ତରୀ ଚିକିତ୍ସା କରାଇ ନ ପାରି ଚେରମୂଳି ଚିକିତ୍ସା କରିଥିଲେ। ଅଜୁ ଭଲହେବା ପରିବର୍ତ୍ତେ ଏବେ ଦିବ୍ୟାଙ୍ଗ ହୋଇ ଶଯ୍ୟାଶାୟୀ ହୋଇପଡିଛନ୍ତି । ଦଶୀଙ୍କ ସ୍ବାମୀ ୧୨ ବର୍ଷ ତଳେ କୌଣସି ଅଜଣା ରୋଗରେ ଆକ୍ରାନ୍ତ ହୋଇ ମୁତ୍ୟୁମୁଖରେ ପଡିଥିଲେ । ସେବେଠାରୁ ଅସହାୟ ହୋଇପଡିଥିବା ଦଶୀଙ୍କୁ ତାଙ୍କ ବଡ଼ପୁଅ ବିଜୁ ସାହା ହୋଇଥିଲେ। ସେ ଗାଡି ଡ୍ରାଇଭର ଭାବେ କାମ କରୁଥିଲେ। ପରେ ରୋଗରେ ପଡି ୫ବର୍ଷ ହେବ ସେ ମଧ୍ୟ ଆରପାରିକୁ ଚାଲିଯାଇଛନ୍ତି। ବଡ଼ପୁଅଙ୍କ ମୃତ୍ୟୁପରେ ବୋହୂ ନାତିକୁ ଛାଡି ବାପଘରକୁ ଚାଲିଯିବା ପରଠାରୁ ଦଶୀ ପରଘରେ ମୂଲମଜୁରି ଲାଗି ୩ ପ୍ରାଣୀ କୁଟୁମ୍ବକୁ ପୋଷୁଥିଲେ। ଅଜୁ ରୋଗଗ୍ରସ୍ତ ହୋଇ ଶଯ୍ୟାଶାୟୀ ହୋଇପଡିବା ପରଠାରୁ ସେ ଆଉ ଆଗଭଳି କାମଧନ୍ଧା କରିବାକୁ ଯାଇ ପାରୁନାହାନ୍ତି। ଏଭଳି ସ୍ଥିତିରେ ପୁଅ ଅଜୁଙ୍କୁ ଡାକ୍ତରୀ ଚିକିତ୍ସା ସୁବିଧା ସହ ସହାୟତା ଯୋଗାଇ ଦେବାକୁ ସେ ପ୍ରଶାସନକୁ ଗୁହାରି ଜଣାଇଛନ୍ତି। ଏହି ଅସହାୟ ପରିବାର ପ୍ରତି ପ୍ରଶାସନ ଦୃଷ୍ଟି ଦେବାକୁ ସ୍ଥାନୀୟ ଗ୍ରାମବାସୀ ମଧ୍ୟ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକର ପ୍ରତି ଏତେ କୋଟି ଟଙ୍କା ଦାବି କଲେ ଗ୍ରାମବାସୀ, ଶୁଣିକି ଆଶ୍ଚର୍ଯ୍ୟ ହୋଇଗଲେ…

ପାଟଣା,୧୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ସକାଳ ୯ଟାରେ ଚେମଣା ପଞ୍ଚାୟତ ବଳିଆ ପଶି…

ଡିଜେ ବଜେଇ ପ୍ରସେଶନ କରିବାରୁ ୨ ସାହି ମଧ୍ୟରେ ମାରପିଟ: ୧୫ ରୁ ଊର୍ଦ୍ଧ୍ୱ ଆହତ

ଆନନ୍ଦପୁର,୧୫।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ଅନ୍ତର୍ଗତ କେଶଦୁରାପାଳ ଗାଁରେ ଗୋଷ୍ଠୀ ସଂଘର୍ଷ ଦେଖିବାକୁ ମିଳିଛି। ମଙ୍ଗଳବାର ରାତିରେ କଣ୍ଟାଫୋଡା…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri