ସହାୟତା ଦାବିରେ କାମ ବନ୍ଦ କଲେ ଟ୍ରକ୍‌ ଡ୍ରାଇଭର

ବଲାଙ୍ଗୀର ଅଫିସ,୨୮ା୪-ଲକ୍‌ଡାଉନ୍‌ ସମୟରେ ଟ୍ରକ୍‌ ଡ୍ରାଇଭରମାନଙ୍କୁ ସରକାରୀ ସହାୟତା ଯୋଗାଇ ଦେବା ଦାବି କରି ମଙ୍ଗଳବାର ସଂଘର ସମସ୍ତ ଡ୍ରାଇଭର କାମ ବନ୍ଦ କରିଥିଲେ । ଫଳରେ ବଲାଙ୍ଗୀର ରେଳଷ୍ଟେଶନ୍‌ରୁ ପଶ୍ଚିମବଙ୍ଗ ମାଲଦାକୁ ଯିବାକୁ ଥିବା ଚାଉଳ ରେକ୍‌କୁ ଯାଇପାରିନାହିଁ । ବଲାଙ୍ଗୀର ଜିଲା ଟ୍ରକ୍‌ ଡ୍ରାଇଭର ଆସୋସିଏଶନ୍‌ ପକ୍ଷରୁ ଦାବି କରାଯାଇଛି ଯେ, କରୋନା ସଂକ୍ରମଣ ସମୟରେ ଟ୍ରକ୍‌ ଡ୍ରାଇଇଭରମାନେ ନିଜ ଜୀବନକୁ ବାଜି ଲଗାଇ ସେବା ଯୋଗାଇ ଆସୁଛନ୍ତି । ଏଭଳି ସ୍ଥିତିରେ ସରକାର ସେମାନଙ୍କୁ ସହାୟତା ଯୋଗାଇବା କଥା । ମାତ୍ର ସରକାରୀସ୍ତରରେ କିଛି ବି ପଦକ୍ଷେପ ନିଆଯାଉନାହିଁ । ଏହାର ପ୍ରତିବାଦରେ ସଂଘର ଶତାଧିକ ଡ୍ରାଇଭର କାମ ବନ୍ଦ ଘୋଷଣା କରିଥିଲେ । ଫଳରେ ବଲାଙ୍ଗୀରରୁ ଚାଉଳ ନେଇକରି ଯିବାକୁ ଥିବା ମାଲବାହୀ ଟ୍ରେନ୍‌ ରେକ୍‌ରେ ଚାଉଳ ଲୋଡିଂ ହୋଇପାରି ନ ଥିଲା । ଏଥିଯୋଗୁ ୫୮ ବଗି ବିଶିଷ୍ଟ ଏହି ମାଲବାହୀ ଟ୍ରେନ୍‌ ବଲାଙ୍ଗୀର ରେଳଷ୍ଟେଶନ୍‌ରେ ଅଟକି ରହିଥିଲା । ଟ୍ରକ୍‌ ଡ୍ରାଇଭରମାନଙ୍କୁ ସରକାରୀ ସହାୟତା ଦାବି କରି ସଂଘ ସଦସ୍ୟମାନେ ଜିଲାପାଳ କାର୍ଯ୍ୟାଳୟକୁ ଯାଇ ଦାବିପତ୍ର ଦେଇଛନ୍ତି। ସରକାର ସମସ୍ତ ଟ୍ରକ୍‌ ଡ୍ରାଇଭରଙ୍କୁ ସହାୟତା ଯୋଗାଇଲେ ସେମାନଙ୍କ ପରିବାର ଲୋକେ ଉପକୃତ ହେବେ ବୋଲି ଜଣାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ ପକ୍ଷରୁ ଶିକ୍ଷା ଉପକରଣ ବଣ୍ଟନ

ଦିଗପହଣ୍ଡି,୧୭ା୫(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ଗୋବିନ୍ଦ ପ୍ରଧାନ ସ୍ମୃତି ସଂସଦ (ଜିପିଏସଏସ ) ପକ୍ଷରୁ ରବିବାର ଅପରାହ୍ନରେ…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ଅଜଣା ଟ୍ରକକୁ ଧକ୍କା ଦେଲା ବାଇକ, ଚାଳକ ମୃତ

ମୋହନା,୧୭ା୫(ମନ୍ମଥ ମିଶ୍ର): ଗଜପତି ଜିଲା ଟାଙ୍କିଲିପଦର ଗାଁ ଛକରେ ଦୁର୍ଘଟଣା । ଟ୍ରକକୁ ଧକ୍କାଦେଲା ବାଇକ୍ । ଦୁର୍ଘଟଣାରେ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri