‘ସହାୟତା ପାଇଁ ସର୍ବଦା ପ୍ରସ୍ତୁତ କିନ୍ନର’

ଢେଙ୍କାନାଳ ଅଫିସ, ୧୧।୫: କିନ୍ନର ସମାଜ ସହାୟତା କରିବାକୁ ସର୍ବଦା ପ୍ରସ୍ତୁତ। ସୁଯୋଗ ମିଳିଲେ ପ୍ରଶାସନକୁ ସମସ୍ତ ପ୍ରକାର ସହାୟତା କରାଯିବ ବୋଲି ଢେଙ୍କାନାଳ ପୌରାଞ୍ଚଳର ବନମାଳିପ୍ରସାଦସ୍ଥିତ ହିମାଳୟ ବସ୍ତିରେ ରହୁଥିବା କିନ୍ନର ସମାଜ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଛି। ଜିଲା ରେଡ୍‌କ୍ରସ୍‌ ରାପିଡ୍‌ ରେସ୍‌ପନ୍ସ ଟିମ୍‌ ପକ୍ଷରୁ ବସ୍ତିରେ ନିଆରା ଢଙ୍ଗରେ ବିଶ୍ୱ ରେଡ୍‌କ୍ରସ୍‌ ଦିବସ ପାଳନ କରାଯାଇଥିଲା। ଏହି ଉପଲକ୍ଷେ କିନ୍ନରଙ୍କୁ କରୋନାର ଭୟାବହତା, ସଂକ୍ରମଣ ରୋକିବାର ଉପାୟ, ସାମାଜିକ ଦୂରତ୍ୱ ଅବଲମ୍ବନ, ମାସ୍କ ବ୍ୟବହାର, ସାବୁନରେ ହାତ ଧୋଇବା ଆଦି ବିଭିନ୍ନ ବିଷୟରେ ସଚେତନ କରାଯାଇଥିଲା। ପ୍ରତି କିନ୍ନରଙ୍କୁ ଡିଗ୍ନିଟି କିଟ୍‌ ପ୍ରଦାନ କରାଯାଇଥିଲା। ଉକ୍ତ କିଟ୍‌ରେ ଲୁଗା, ପ୍ୟାଣ୍ଟ, ଗାମୁଛା, ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ, ମାସ୍କ, ସାନିଟାଇଜର ଏବଂ ଶୁଖିଲା ଖାଦ୍ୟ ରହିଥିଲା। ଏହି ଅବସରରେ ବସ୍ତିର ଛବି କିନ୍ନର କହିଲେ, ସୁଯୋଗ ମିଳିଲେ ଜନସାଧାରଣଙ୍କ ସେବା କରିବାକୁ କିନ୍ନର ସମାଜ ଆଗେଇ ଆସିବ। ପ୍ରାରମ୍ଭରେ ଛବି କିନ୍ନର ଏବଂ ଜିଲା ରେଡ୍‌କ୍ରସ୍‌ ସୋସାଇଟି ଉପାଧ୍ୟକ୍ଷ ବିରଞ୍ଚତ୍ ନାରାୟଣ ପାଣି କେକ୍‌ କାଟିଥିଲେ। ରାଜକିଶୋର ବେହେରା ରେଡ୍‌କ୍ରସ୍‌ର ଲକ୍ଷ୍ୟ, କାର୍ଯ୍ୟକ୍ରମ, ଭାରତୀୟ ରେଡ୍‌କ୍ରସ୍‌ର ଜନ୍ମ ବୃତ୍ତାନ୍ତ ଏବଂ ରେଡ୍‌କ୍ରସ୍‌ର ପ୍ରତିଷ୍ଠାତା ଜନ୍‌ ହେନେରୀ ଡୁନାଣ୍ଟଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ। ଅକ୍ଷୟ ଜେନା, ନାରାୟଣ ପୋଦ୍ଦାର, ଦିଲୀପ ସାହାଣୀ, ରାମେଶ୍ୱର ମାଇତି, ସୌମ୍ୟବ୍ରତ ସାହୁ, ଶିବ ପ୍ରସାଦ ପଣ୍ଡା, ରଶ୍ମିତା ରଥ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ, ୩୧।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସିସ୍…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

Odisha Floods: ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri