ସହାୟତା ଲାଗି ଅଟୋ ଚାଳକ ସଂଘ ପକ୍ଷରୁ ବିକ୍ଷୋଭ

ବାଲେଶ୍ୱର ଅଫିସ, ୯।୬- କୋଭିଡ୍‌-୧୯ ପାଇଁ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ରେ ବିଶେଷ ଭାବେ ପ୍ରଭାବିତ ହୋଇଥିବା ବାଲେଶ୍ୱର ଅଟୋ ଚାଳକ ସଂଘ ବାରମ୍ବାର ସରକାରୀ ସହାୟତା ଦାବି କରିଆସୁଛନ୍ତି। ଜିଲା ପ୍ରଶାସନ ପକ୍ଷରୁ ସେମାନଙ୍କୁ ପ୍ରତିଶ୍ରୁତି ଦିଆଯାଇ କୌଣସି ସହାୟତା ଦିଆଯାଉନାହିଁ। ଏହାର ପ୍ରତିବାଦରେ ମଙ୍ଗଳବାର ଶାନ୍ତିପୂର୍ଣ୍ଣ ଭାବେ ସାମାଜିକ ଦୂରତ୍ୱ ଅବଲମ୍ବନ କରାଯାଇ ଜିଲାପାଳଙ୍କ ଅଫିସ୍‌ ପରିସରରେ ସଂଘ ପକ୍ଷରୁ ବିକ୍ଷୋଭ କରାଯାଇଥିଲା।
ବାଲେଶ୍ୱର ଜିଲାରେ ୮ଶହରୁ ଊର୍ଦ୍ଧ୍ୱ ଅଟୋଚାଳକ କୋଭିଡ୍‌-୧୯ ପାଇଁ ହୋଇଥିବା ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ରେ ପ୍ରଭାବିତ ହୋଇଛନ୍ତି। ଦିନ ଓ ରାତିରେ ଅଟୋ ଚଳାଉଥିବା ଡ୍ରାଇଭର ଗତ ୩ମାସ ଧରି ନାହଁି ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏଥିପାଇଁ ସରକାରଙ୍କ ତରଫରୁ ସର୍ବନିମ୍ନ ସହାୟତା ପାଇଁ ବାରମ୍ବାର ଜିଲା ପ୍ରଶାସନକୁ ଜଣାଇଥିଲେ। ଗତ ୪ ତାରିଖରେ ସଂଘ ପକ୍ଷରୁ ଏକ ପ୍ରତିନିଧି ଦଳ ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ନାୟକଙ୍କୁ ସାକ୍ଷାତ କରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡରୁ ସେମାନଙ୍କୁ ସହାୟତା ଯୋଗାଇଦେବା ବିଷୟରେ ଆଲୋଚନା କରିଥିଲେ। ଅତିରିକ୍ତ ଜିଲାପାଳ ନାୟକ ସେମାନଙ୍କୁ ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଅଦ୍ୟାବଧି କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିବାରୁ ଅଟୋ ଚାଳକ ସଂଘ ପକ୍ଷରୁ ପ୍ଲାକାର୍ଡ଼ ଧରି ବିକ୍ଷୋଭ କରାଯାଇଥିଲା। ସଂଘ ସଭାପତି ତଥା ପୂର୍ବତନ ବିଧାୟକ ପ୍ରଦୀପ୍ତ ପଣ୍ଡାଙ୍କ କହିବାନୁସାରେ ଶତାଧିକ ଅଟୋ ଚାଳକଙ୍କ ପରିସ୍ଥିତି ସଙ୍କଟାପନ୍ନ ହୋଇଛି। ସରକାରଙ୍କ ସହାୟତାର ଆବଶ୍ୟକତା ରହିଛି। ବାରମ୍ବାର ସହାୟତା ଦାବି ନେଇ ଜିଲା ପ୍ରଶାସନ ନିକଟରେ ଜଣାଯାଇଛି। ଜିଲା ପ୍ରଶାସନ ସହ ଏନେଇ ବୁଧବାର ଆଲୋଚନା କରାଯିବାର ନିଷ୍ପତ୍ତି ପରେ ଆନ୍ଦୋଳନ ଥମିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ଝଗଡ଼ପଲ୍ଲୀକୁ ହରାଇ ଗୋକର୍ଣ୍ଣପୁର ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଅଧୀନ ଗୋଲଣ୍ଡା ଗ୍ରାମରେ ଚାଲିଥିବା ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri