ସାଆନ୍ତରାପୁର(କ) ସରପଞ୍ଚ ପଦବୀ ଉପନିର୍ବାଚନ: ୮୬% ମତଦାନ, ଆଜି ଫଳାଫଳ

ଛେଣ୍ଡିପଦା/ବଅଁରପାଳ, ୨୮।୧୧(ଡି.ଏନ.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ସାଆନ୍ତରାପୁର(କ) ପଞ୍ଚାୟତର ସରପଞ୍ଚ ଉପନିର୍ବାଚନ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମତଦାନ ପାଇଁ ୧୩ଟି ବୁଥ କରାଯାଇଥିଲା। ୩୬୦୫ ଭୋଟରଙ୍କ ମଧ୍ୟରୁ ୩୧୧୫ ଜଣ ମତଦାନ ସାବ୍ୟସ୍ତ କରିଥିଲେ। ଭୋଟ ହାର ୮୬.୪୧% ରହିଛି। ଗୁରୁବାର ପୂର୍ବାହ୍ନ ୧୦ଟାରେ ବ୍ଲକ କାର୍ଯ୍ୟାଳୟରେ ଭୋଟ ଗଣତି କରାଯାଇ ଫଳାଫଳ ଘୋଷଣା କରାଯିବ ବୋଲି ବ୍ଲକ ନିର୍ବାଚନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ସମୟରେ ଭୋଟ ଗ୍ରହଣ ଆରମ୍ଭ ହୋଇଥିଲା। ସମ୍ବେଦନଶୀଳ ବୁଥ୍‌ରେ ଶାନ୍ତିଶୃଙ୍ଖଳା ରକ୍ଷା କରିବାକୁ ପୋଲିସ ପକ୍ଷରୁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ମତଦାନ ଶେଷ ପରେ ଭୋଟ ବାକ୍ସକୁ ସିଲ୍‌ କରାଯାଇ ବ୍ଲକ ଅଫିସରେ କରାଯାଇଥିବା ଷ୍ଟ୍ରଙ୍ଗ୍‌ରୁମରେ ରଖାଯାଇଛି। ଅପ୍ରୀତିକର ପରିସ୍ଥିତି ଏଡ଼ାଇବାକୁ ଆବଶ୍ୟକ ପୋଲିସ ଫୋର୍ସ ମୁତୟନ କରାଯାଇଛି।
ସୂଚନାଯୋଗ୍ୟ, ୨୦୧୭ ପଞ୍ଚାୟତ ନିର୍ବାଚନରେ ବନିତା ଦେହୁରୀ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ଗତ ବର୍ଷ ତାଙ୍କର ପରଲୋକ ହୋଇଯାଇଥିଲା। ଫଳରେ ଏହି ପଦବୀ ପୂରଣ କରିବାକୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଉପନିର୍ବାଚନ ଅନୁଷ୍ଠିତ ହୋଇଥିଲା। ସରପଞ୍ଚ ପଦବୀରେ ସଙ୍ଗୀତା ରାଣୀ ସାହୁ ଏବଂ ରେଣୁକା ପ୍ରଧାନଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଇକିଆରେ ବାହୁଡା଼ ଯାତ୍ରା ସମ୍ପନ୍ନ

ରାଇକିଆ,୨୪ା୭ (ପ୍ରଦୀପ ବେହେରା): ରାଇକିଆ ଠାରେ ଶୁକ୍ରବାର ବାହୁଡ଼ା ଯାତ୍ରା ସମ୍ପନ୍ନ ହୋଇଛି। ଅସ୍ଥାୟୀ ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପରେ ବିରାଜମାନ କରିଥିବା ଚତୁର୍ଦ୍ଧା ମୂର୍ତ୍ତିଙ୍କର ସାମ୍ନାରେ…

ଗଞ୍ଜାମରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ/ଅନାଥ ତରାଇ): ଗଞ୍ଜାମ ସହରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ପାଳିତ ହୋଇଛି। ସକାଳୁ ମନ୍ଦିର ପରିସରରେ ପୂଜାପାଠ ଓ ରୀତିନୀତି ପାଳନ ପରେ ମହାପ୍ରଭୁଙ୍କ…

୧୧ କେ.ଭି. ତାର ସଂସ୍ପର୍ଶରେ ଆସି ମହିଳାଙ୍କ ମୃତ୍ୟୁ ଘଟଣା: ଶକ୍ତି ସଚିବ, କଳାହାଣ୍ଡି ଜିଲାପାଳ ଓ ଏସପିଙ୍କୁ ନୋଟିସ ଜାରି କଲା ଜାତୀୟ ମାନବାଧିକାର କମିଶନ

ଥୁଆମୂଳ ରାମପୁର, ୨୪।୦୭ (ଦୁର୍ଗା କୀର୍ତ୍ତି): ବିଦ୍ୟୁତ୍ ବିଭାଗ ଓ ଟାଟା ପାୱାରର ଚରମ ଅବହେଳା ଯୋଗୁ ଝୁଲନ୍ତା ୧୧ କେ.ଭି. ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri