ଦିଗପହଣ୍ଡି,୨ା୩(ଡି.ଏନ.ଏ.)-ଦିଗପହଣ୍ଡି ଥାନା ରାଜପୁର ରୋଡରେ ସୋମବାର ଜଣେ ସାଇକେଲ ଆରୋହୀଙ୍କଠାରୁ ୨ ଜଣ ଦୁର୍ବୃତ୍ତ ୫ ଭରି ଓଜନର ସୁନା ଅଳଙ୍କାର ମୁଣିକୁ ଲୁଟି ନେଇଛନ୍ତି। ଲୁଟର ଶିକାର ହୋଇଛନ୍ତି ଦିଗପହଣ୍ଡି ବ୍ଲକ ଆଙ୍କୋରଡା ପଞ୍ଚାୟତ ରାଜପୁର ଗ୍ରାମର ସୁଦର୍ଶନ ବିଷୋୟୀ। ପ୍ରକାଶ ଯେ, ସୁଦର୍ଶନ ଦିଗପହଣ୍ଡି କାନାରା ବ୍ୟାଙ୍କ ଶାଖାରେ ବନ୍ଧକ ରଖିଥିବା ସୁନା ଅଳଙ୍କାର ଗୁଡିକୁ ମୁକୁଳାଇ ଅପରାହ୍ନରେ ରାଜପୁର ଗ୍ରାମ ସ୍ଥିତ ଘରକୁ ଫେରୁଥିଲେ। ଦୁର୍ବୃତ୍ତମାନେ କୌଣସି ସୂତ୍ରରୁ ଏହା ଜାଣିପାରି ତାଙ୍କୁ ଏକ ବାଇକ୍ରେ ପିଚ୍ଛା କରିଥିଲେ। ପରେ ରାଜପୁର ଗ୍ରାମ ମୁଖ୍ୟ ରାସ୍ତାର ନିଛାଟିଆ ସ୍ଥାନ ଦେଖି ସୁଦର୍ଶନଙ୍କୁ ଅଟକାଇଥିଲେ। ଜଣେ ଦୁର୍ବୃତ୍ତ ବାଇକ୍ରୁ ଓହ୍ଲାଇ ପ୍ରଥମେ ସୁଦର୍ଶନଙ୍କୁ ଗଳାଧକ୍କା ମାରିଥିଲେ। ସେ ତଳେ ପଡିଯିବା ପରେ ଦୁର୍ବୃତ୍ତ ଦ୍ୱୟ ସୁନା ମୁଣି ଛଡାଇ ନେଇ ଦିଗପହଣ୍ଡି ଅଭିମୁଖେ ଚମ୍ପଟ ମାରିଥିଲେ। ସୁଦର୍ଶନ ଏ ନେଇ ଦିଗପହଣ୍ଡି ଥାନାରେ ଏତଲା ଦେଇଥିବା ବେଳେ ଦୁର୍ବୃତ୍ତମାନେ ହେଲ୍ମେଟ ପିନ୍ଧିଥିବା ସେ ପୋଲିସକୁ କହିଛନ୍ତି। ପୋଲିସ ଘଟଣାର ତଦନ୍ତ ଚଳାଇଛି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ଜିନ୍ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି
ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…
ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..
ୱାଶିଂଟନ୍,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍ଫୋସିସ୍, ଟାଟା କନ୍ସଲ୍ଟାନ୍ସି ସର୍ଭିସେସ୍ (TCS), ୱିପ୍ରୋ, HCLTech,…
ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍ ମୋଡ୍ରେ ହ୍ୱାଇଟ୍ ହାଉସ୍
ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…
ଚମକିଲେ ବସ୍ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍ମା: ମିଳିଲା ବଡ଼ ଅଫର୍
ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…
ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ
ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…
ମାତ୍ର ୨୭ ବର୍ଷରେ କ୍ରିକେଟ୍ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍ର ଧରିଲେ ମାଇକ
ନୂଆଦିଲ୍ଲୀ,୯।୧୦: ଆଇପିଏଲ୍ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…
ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….
ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…
ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ
ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

