ସାଇକେଲରେ ଅଫିସ୍‌ ଆସିଲେ ଅଧିକାରୀ, କର୍ମଚାରୀ

ଭୁବନେଶ୍ୱର, ୧୪ା୧୨ (ବ୍ୟୁରୋ): ସହରାଞ୍ଚଳ ପରିବେଶକୁ ଯାନବାହନ ପ୍ରଦୂଷଣରୁ ମୁକ୍ତ ରଖିବାକୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ), ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଏବଂ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ (ବିଏସ୍‌ସିଏଲ୍‌) ପକ୍ଷରୁ ଏକ ଭଲ ପଦକ୍ଷେପ ଗ୍ରହଣ କରାଯାଇଛି। ଏହି ୩ ସଂସ୍ଥାର ଅଧିକାରୀ ଓ କର୍ମଚାରୀମାନେ ପ୍ରତି ଶୁକ୍ରବାର ନିଜ ମୋଟରସାଇକେଲ କିମ୍ବା ୪ ଚକିଆ ଯାନବାହନ ଧରି ନ ଆସିବାକୁ ସମ୍ପୃକ୍ତ କାର୍ଯ୍ୟାଳୟଗୁଡ଼ିକ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା। ସେହି ଅନୁଯାୟୀ ଶୁକ୍ରବାର ସକାଳ ୧୦ଟା ୩୦ ମିନିଟରେ ବିଡିଏ ଉପାଧ୍ୟକ୍ଷ, ବିଏମସି କମିଶନର ତଥା ବିଏସ୍‌ସିଏଲ୍‌ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରେମଚନ୍ଦ୍ର ଚୌଧୁରୀ ସାଇକେଲ ଯୋଗେ ବିଏମସି କାର୍ଯ୍ୟାଳୟକୁ ଯାଇଥିଲେ। କାର୍ଯ୍ୟାଳୟର କର୍ମଚାରୀମାନେ ମଧ୍ୟ ଗାଡି ଆଣି ନ ଥିବା ଦେଖିବାକୁ ମିଳିଥିଲା। ସେମାନଙ୍କ ମଧ୍ୟରୁ କେତେଜଣ ସାଇକେଲରେ ଆସିଥିବା ବେଳେ ଅନ୍ୟ କେତେ ଜଣ ମୋ ବସରେ ଆସିଥିବା ଦେଖା ଯାଇଥିଲା।
ପ୍ରେମଚନ୍ଦ୍ର କହିଛନ୍ତି ଯେ ସହରର ପରିବେଶ ବେଳକୁ ବେଳ ପ୍ରଦୂଷଣ ହେବାରେ ଲାଗିଛି। ଆଗାମୀ ଦିନରେ ଏହା ଆହୁରି ଭୟଙ୍କର ପରିସ୍ଥିତି ସୃଷ୍ଟି କରିବ। ଆମେମାନେ ଯଦି ସାଇକେଲରେ ଯିବା ଆସିବା କରିବା ତେବେ ଏହା ଜନସାଧାରଣଙ୍କ ଉପରେ ପ୍ରଭାବ ପକାଇବ। କର୍ମଚାରୀମାନଙ୍କ ସହ ଆଲୋଚନା କରିବା ପରେ ଏହି ନିଷ୍ପତ୍ତି ନିଆଯାଇଥିଲା। ମୁଁ ସବୁ ଦିନ ସାଇକେଲ ଚଲାଏ। ସମସ୍ତେ ସାଇକେଲ ଚଲାଇଲେ ପରିବେଶ ଭଲ ରହିବ। ଆମେ ଯେହେତୁ ସହରର କର୍ତ୍ତୃପକ୍ଷ ପ୍ରଥମେ ଆମକୁ ପଦକ୍ଷେପ ନେବା ଦରକାର। ମୋ ସାଇକେଲ ଯୋଜନାରେ ଏଣିକି ଆଉ ଭିନ୍ନ ଭିନ୍ନ ଆପ୍‌ ନ କରି ଗୋଟିଏ ଆପ୍‌ କରାଯିବ। ଲୋକମାନଙ୍କୁ ସାଇକେଲ ବୁକିଂ କରିବାକୁ ସହଜ ହେବ ବୋଲି ପ୍ରେମଚନ୍ଦ୍ର କହିଛନ୍ତି। ନିର୍ଦ୍ଦେଶନାମା ଅନୁଯାୟୀ ବିଡିଏ, ବିଏମସି ଏବଂ ବିଏସସିଏଲ କର୍ମଚାରୀମାନେ ବିନା ଗାଡିରେ କାର୍ଯ୍ୟାଳୟକୁ ଆସିଥିଲେ। କାର୍ଯ୍ୟାଳୟ ପରିସରରେ ମଧ୍ୟ କୌଣସି ଯାନବାହନ ଦେଖାଯାଇ ନ ଥିଲା। ଏପରିକି କାର୍ଯ୍ୟାଳୟଗୁଡିକର ପାର୍କିଂ ଅଞ୍ଚଳକୁ ମଧ୍ୟ କୌଣସି ଯାନବାହନ ଛଡା ଯାଇ ନ ଥିଲା। ସୁରକ୍ଷା କର୍ମୀମାନେ କର୍ମଚାରୀଙ୍କ ବ୍ୟତୀତ କାର୍ଯ୍ୟାଳୟକୁ ଆସୁଥିବା ବାହାର ଲୋକମାନଙ୍କ ଗାଡିକୁ ମଧ୍ୟ ଛାଡି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri