ସାଇକେଲରେ ବିଜୟୱାଡାରୁ ଢେଙ୍କାନାଳ

ଢେଙ୍କାନାଳ ଅଫିସ, ୧୬।୫ – ଲକ୍‌ଡାଉନ୍‌ କଷଣରେ ପେଷି ହେଉଛନ୍ତି ଗରିବ ଖଟିଖିଆ। ଜୀବନ ବଞ୍ଚାଇବାକୁ ଭିଟାମାଟି ଅଭିମୁଖେ ଗଣପଳାୟନ ଜାରି ରହିଥିବାବେଳେ ପ୍ରବାସୀଙ୍କ ଯନ୍ତ୍ରଣା ବଳିଗଲାଣି। ଦାଦନ ଦୁଃଖର ଏପରି ଏକ ଚିତ୍ର ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲାରେ। ଦୀର୍ଘ ୭ଦିନ ଧରି ସାଇକେଲ ଯାତ୍ରା କରି ବିଜୟଓ୍ବାଡାରୁ ଢେଙ୍କାନାଳ ଫେରିଥିବା ଜଣେ ଯୁବକଙ୍କୁ ଚେତାଶୂନ୍ୟ ଅବସ୍ଥାରେ ବ୍ରାହ୍ମଣୀ ନଦୀକୂଳରୁ ଉଦ୍ଧାର କରାଯାଇଛି। ସେ ହେଲେ ଗଁଦିଆ ବ୍ଲକ କାଲୁରିଆ ପଞ୍ଚାୟତ ଲତାଦେଈପୁର ଗ୍ରାମର ଜୀବନ ପଲେଇ (୨୦)। ଏହି ଘଟଣା ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି।
ଜୀବନ ବିଜୟୱାଡାର ଏକ ପାୱାର ପ୍ଲାଣ୍ଟରେ କାମ କରୁଥିଲେ। କରୋନା ଲାଗି ଲକ୍‌ଡାଉନ୍‌ ଘୋଷଣା କରାଯିବା ପରେ ତାଙ୍କର ଘରକୁ ଫେରିବା ବାଟ ବନ୍ଦ ହୋଇଯାଇଥିଲା। ଶେଷରେ ଏକ ପୁରୁଣା ସାଇକେଲ କିଣି ଗଁ। ଅଭିମୁଖେ ବାହାରିଥିଲେ। ୭ଦିନର ସାଇକେଲ ଯାତ୍ରା ପରେ ସେ ଶୁକ୍ରବାର ଲତାଦେଈପୁରରେ ପହଞ୍ଚତ୍ଥିଲେ। ତେବେ ବ୍ରାହ୍ମଣୀ ନଦୀକୂଳ ମାଳବନ୍ଧ ଦେଇ ଘରକୁ ଯାଉଥିବାବେଳେ ଅସୁସ୍ଥ ହୋଇ ପଡ଼ିଯାଇଥିଲେ। ସୂଚନା ପାଇ ତାଙ୍କ ମା’ ଘଟଣାସ୍ଥଳରେ ପହଞ୍ଚତ୍ ଖାଇବାକୁ ଦେବା ପରେ ସେ ସୁସ୍ଥ ଅନୁଭବ କରିଥିଲେ। ସ୍ଥାନୀୟ ଅଙ୍ଗନୱାଡି କର୍ମୀଙ୍କ ସୂଚନା କ୍ରମେ ସରପଞ୍ଚ ସଞ୍ଜୟ ଜେନା ସମ୍ପୃକ୍ତ ଯୁବକଙ୍କୁ କରମୂଳସ୍ଥିତ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ଅନ୍ୟପଟେ ରାସ୍ତାରେ ଆସୁଥିବାବେଳେ ତାଙ୍କ ମୋବାଇଲ ଚୋରି ହୋଇଯାଇଥିବା ଜୀବନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri