ସାଇନାଥକୁ କଳା ତାଲିକାଭୁକ୍ତ କଲା ବିଏମ୍‌ସି

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଲୋକଙ୍କ ପାଇଖାନା ଟାଙ୍କିରୁ ସଂଗୃହୀତ ମଳକୁ ଡ୍ରେନ୍‌ରେ ଛାଡ଼ିବା ଶେଷରେ ମହଙ୍ଗା ପଡିଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ସେସ୍‌ପୁଲ୍‌ ଅପରେଟିଂ ଏଜେନ୍ସି ସାଇନାଥ ଫାବ୍ରିକ କେୟାର ପ୍ରାଇଭେଟ୍‌ ଲିମିଟେଡ୍‌କୁ କଳା ତାଲିକାଭୁକ୍ତ କରିବା ସହ ଏହାର ନିର୍ଦ୍ଦେଶକଙ୍କ ନାମରେ ବଡ଼ଗଡ଼ ଥାନାରେ ଅଭିଯୋଗ ପରେ ମାମଲା ରୁଜୁ ହୋଇଛି।
ସୂତ୍ରରୁ ମିଳିଥିବା ସୂଚନାନୁସାରେ, ଟେଣ୍ଡର ମାଧ୍ୟମରେ ସାଇନାଥ ଫାବ୍ରିକ କେୟାର ୬ଟି ଗାଡ଼ି ମଳ ପରିଚାଳନାରେ ନିୟୋଜିତ କରିଛି। ଏହି ସଂସ୍ଥା ସହରରୁ ସଂଗ୍ରହ କରୁଥିବା ମଳକୁ ବାସୁଆଘାଇସ୍ଥିତ ଏଫ୍‌ଏସ୍‌ଏସ୍‌ଏମ୍‌ ପ୍ଲାଣ୍ଟ୍‌ ପରିବର୍ତ୍ତେ ସହରର ଜନବସତି ଅଞ୍ଚଳରେ ଥିବା ଖୋଲାସ୍ଥାନରେ ପକାଉଥିବା ଅଭିଯୋଗ ଆସିଥିଲା। ସେହିଭଳି ଉକ୍ତ ସଂସ୍ଥା ଉକ୍ତ ଗାଡ଼ି ବାଦ୍‌ ଏଜେନ୍ସି ନିଜସ୍ବ ଗାଡ଼ିଗୁଡ଼ିରେ ବିଏମ୍‌ସି ଲୋଗୋ ଲଗାଇବା ସହ ନମ୍ବର ପ୍ଲେଟ୍‌ରେ ଗୃହ ଓ ନଗର ଉନ୍ନୟନ ବିଭାଗର ନାମ ଲେଖି ବ୍ୟବହାର କରୁଥିବା ନଜରକୁ ଆସିଥିଲା। ପୂର୍ବରୁ ମଧ୍ୟ ଏହି ସଂସ୍ଥା ବିରୋଧରେ ଅଭିଯୋଗ ଆସିଥିଲା। ବିଏମ୍‌ସି ପକ୍ଷରୁ ଜରିମାନା ଆଦାୟ କରାଯିବା ସହ ସମ୍ପୃକ୍ତ ସଂସ୍ଥାକୁ ସୋ କଜ୍‌ ନୋଟିସ୍‌ ଦିଆଯାଇଥିଲେ ମଧ୍ୟ ସଂସ୍ଥା ସୁଧୁରି ନ ଥିଲା। ସୋମବାର ବିଏମ୍‌ସି କମିଶନରଙ୍କ ନିର୍ଦ୍ଦେଶକ୍ରମେ ସାଇନାଥ ଫାବ୍ରିକ କେୟାରର ନିର୍ଦ୍ଦେଶକ ଅମୂଲ୍ୟ କୁମାର ମୁଖୀଙ୍କ ବିରୋଧରେ ଥାନାରେ ମାମଲା ରୁଜୁ ହୋଇଛି। ରୋଗ ଓ ସଂକ୍ରମଣକୁ ବ୍ୟାପିବା, ଜଳ ଓ ଜମି ପ୍ରଦୂଷଣ କରିବା, ବିଶ୍ୱାସଘାତକ କରିବା, କାର୍ଯ୍ୟରେ ଠକିବା ଓ ଜନସାଧାରଣଙ୍କ ସ୍ବାସ୍ଥ୍ୟପ୍ରତି ବିପଦ ସୃଷ୍ଟି କରିବା ଲାଗି ସଂସ୍ଥା ବିରୋଧରେ ଏକାଧିକ ଦଫା ଲଗାଯାଇଛି। ଲୋକଙ୍କ ସ୍ବାସ୍ଥ୍ୟ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଥିବା ବିଏମ୍‌ସି ଡେପୁଟି ମିଶନର ଶୁଭେନ୍ଦୁ କୁମାର ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ଦିଗପହଣ୍ଡିରେ ବିଷ୍ଣୁ ଗୋସ୍ୱାମୀ ମହାରାଜଙ୍କ ଜନ୍ମ ମହୋତ୍ସବ: ଯୋଗଦେଲେ ବିଧାୟକ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ କୃଷ୍ଣ ଚୈତନ୍ୟ ଆଶ୍ରମର ଆଚାର୍ଯ୍ୟ ତଥା ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଭାଗବତ ପ୍ରଚାରକ ଭକ୍ତି ବିଚାର ଶ୍ରୀ…

ଦିଗପହଣ୍ଡିର ବିଭିନ୍ନ ପର୍ଯ୍ୟଟନ ସ୍ଥଳର ବିକାଶ ପାଇଁ ଜିଲାପାଳଙ୍କ ଉପସ୍ଥିତିରେ ବିଧାୟକଙ୍କ ସମୀକ୍ଷା 

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ରହିଥିବା ବିଭିନ୍ନ ପର୍ଯ୍ଯଟନୀସ୍ଥଳ ଗୁଡ଼ିକର ଉନ୍ନତି କରାଯିବା ନେଇ ଶୁକ୍ରବାର ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଘୋଡାହାଡ…

ଶିଶୁ ଫର୍ମୁଲା ଫୁଡ୍ ମାମଲାରେ ନେସଲେ ଇଣ୍ଡିଆ ବିରୋଧରେ କାର୍ଯ୍ୟାନୁଷ୍ଠାନ, FSSAI ଉଠାଇଲା କଠୋର ପଦକ୍ଷେପ

ନୂଆଦିଲ୍ଲୀ,୧୮।୯: ଶିଶୁମାନଙ୍କ ପାଇଁ ବ୍ୟବହୃତ ହେଉଥିବା ଫର୍ମୁଲା ଫୁଡ୍ (Infant Formula Food) ର ବିଜ୍ଞାପନ ଓ ପୋଷକ ତତ୍ତ୍ୱର ଗୁଣବତ୍ତାକୁ ନେଇ ଖାଦ୍ୟ ସୁରକ୍ଷା ଓ…

ଖେମୁଣ୍ଡି କଲେଜରେ  କ୍ୟାରିଅର କାଉନସେଲିଂ: ଛାତ୍ରୀ ମାନଙ୍କ ଦକ୍ଷତା ବିକାଶ କୁ ନେଇ ଗୁରୁତ୍ୱାରୋପ

ଦିଗପହଣ୍ଡି,୧୮|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ଏବଂ ଏକ ଘରୋଇ ଶିକ୍ଷାନୁଷ୍ଠାନ ର ମିଳିତ ସହଭାଗିତା…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

୩୩ ଫିଲ୍ମକୁ ପଛରେ ପକାଇ ଓସ୍କାର ଗଲା ‘ଗୋନ୍ଧଳ’; ମିଳିଲା ଅଫିସିଆଲ୍ ଟିକେଟ୍!

ନୂଆଦିଲ୍ଲୀ: ୯୯ତମ ଏକାଡେମୀ ଆୱାର୍ଡ (ଓସ୍କାର ୨୦୨୭) ପାଇଁ ଭାରତରୁ ଅଫିସିଆଲ ଏଣ୍ଟ୍ରି କରିଛି ମରାଠୀ ଫିଲ୍ମ ‘ଗୋନ୍ଧଳ’। ଫିଲ୍ମ ଫେଡେରେସନ ଅଫ ଇଣ୍ଡିଆ ଏବଂ ଇମ୍ପାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?