Posted inଭଦ୍ରକ

ସାଇନ୍ସ ପାର୍କ ନିର୍ମାଣ ପାଇଁ କୁଳେଇପଦାରେ ଅନୁଧ୍ୟାନ

ଆରଡ଼ି, ୮।୮ (ଡି.ଏନ.ଏ.) – ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ନିକଟ କୁଳେଇପଦା ପଡ଼ିଆରେ ନିର୍ମାଣ ହେବାକୁ ଥିବା ପ୍ରସ୍ତାବିତ ସାଇନ୍ସ ପାର୍କ ଯୋଜନା ଏବେ ରୂପରେଖ ନେବାକୁ ଯାଉଛି। ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା କନିଷ୍ଠ ଯନ୍ତ୍ରୀ ବିପିନ କୁମାର ସେଠୀ ବୁଧବାର ଏକ ବୈଷୟିକ ଟିମ୍‌ ସହ ଆସି ଏଠାରେ ସ୍ଥିତି ଅନୁଧ୍ୟାନ କରିବା ସହ ସୀମା ନିର୍ଦ୍ଧାରଣ କରିଛନ୍ତି। ଏହି ସମୟରେ ଆରଡ଼ି ରାଜସ୍ବ ନିରୀକ୍ଷକ ଦେବାଶିଷ ରାୟ ଉପସ୍ଥିତ ଥିଲେ। ପ୍ରବଳ ବର୍ଷା ସତ୍ତ୍ୱେ ଏହି ଟିମ୍‌ ୫ ଏକର ପରିଧି ମଧ୍ୟରେ କିପରି ଏହି ପ୍ରକଳ୍ପ ନିର୍ମାଣ କରାଯାଇ ପାରିବ ତାହାର ନମୁନା ପ୍ରସ୍ତୁତି କାର୍ଯ୍ୟ କରିବା, ଦେଢ଼ ମାସ ମଧ୍ୟରେ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବାର ପୂର୍ବାଭାଷ କନିଷ୍ଠ ଯନ୍ତ୍ରୀ ଦେଇଥିଲେ।
ଉଲ୍ଲେଖନୀୟ ଯେ, ଏହି ସାଇନ୍ସ ପାର୍କ ନିର୍ମାଣ ପାଇଁ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଓ ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ ଦୁଇବର୍ଷ ତଳେ ପ୍ରସ୍ତାବ ଦେଇଥିଲେ। ଏହାକୁ କାର୍ଯ୍ୟକାରୀ କରିବାକୁ ସରକାରୀ ତଥା ପ୍ରଶାସନିକ ସ୍ତରରେ ଉଦ୍ୟମ ଜାରି ରହିଥିଲା। ନିକଟରେ ଏହି ପ୍ରକଳ୍ପ ନିର୍ମାଣ ସମ୍ବନ୍ଧୀୟ ବିଧେୟକ ବିଧାନସଭାରେ ପାରିତ ହୋଇଥିଲା। ଏଥିନିମନ୍ତେ ପ୍ରାଥମିକ ସ୍ତରରେ ଅର୍ଥ ମଞ୍ଜୁର ହୋଇଥିବା ବିଭାଗୀୟ ଅଧିକାରୀମାନେ ସୂଚନା ଦେଇଛନ୍ତି। ପାର୍କ ନିର୍ମାଣ ସକାଶେ ପ୍ରାଥମିକ ପର୍ଯ୍ୟାୟରେ ୫ ଏକର ଜମି କୁଳେଇପଦା ପଡ଼ିଆରୁ ଅଧିଗ୍ରହଣ କରାଯାଇଥିଲା। ଜିଲାର ଅନ୍ୟ କୌଣସି ସ୍ଥାନରେ ସାଇନ୍ସ ପାର୍କ ନ ଥିବାବେଳେ ଏଠାରେ ନିର୍ମାଣ ହେବାକୁ ଯାଉଥିବା ଏହି ପ୍ରକଳ୍ପ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ହେବ ବୋଲି ସାଧାରଣରେ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri