ସାଉଥ କମେଡିଆନଙ୍କ ପରଲୋକ

ହାଇଦ୍ରାବାଦ,୨୫।୯: ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ଅଗଧାଡ଼ିର କମେଡିଆନ ବେଣୁ ମାଧବଙ୍କ ନିଧନ। ଦୀର୍ଘ ଦିନରୁ ବେଣୁ କିଡନୀ ଓ ଲିଭର ରୋଗରେ ଆକ୍ରାନ୍ତ ଥିବା ବେଳେ ମଙ୍ଗଳବାର ତାଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡ଼ିବାରୁ ସିକନ୍ଦରାବାଦ ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ବେଣୁଙ୍କୁ ଲାଇଫ୍‌ ସପୋର୍ଟ ସିଷ୍ଟମରେ ରଖାଯାଇଥିବା ବେଳେ ବୁଧବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୩୯ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁ ଖବରରେ ଫିଲ୍ମ ଜଗତରେ ଶୋକର ଛାୟା ଖେଳିଯାଇଛି। ଅନ୍ୟପଟେ ଏନେଇ ଆନ୍ଧ୍ର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲଗୁ ଦେଶମ ପାର୍ଟି(ଟିଡିପି)ର ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଟୁଇଟ କରି ଶୋକପ୍ରକାଶ କରିଛନ୍ତି। ୧୯୭୯ରେ ଆନ୍ଧ୍ର ପ୍ରଦେଶର ନଲଗୋଣ୍ଡା ଜିଲାର କୋଡାଡ ଗଁାରେ ବେଣୁ ଜନ୍ମଗ୍ରହଣ କରିଥିଲେ। ୧୯୯୬ରେ ଫିଲ୍ମ ‘ସମ୍ପ୍ରଦାୟମ’ ଜରିଆରେ ଜଣେ କମେଡିଆନ ଭାବେ ଅଭିନୟ କରି ବେଣୁ ତେଲଗୁ ଇଣ୍ଡଷ୍ଟ୍ରିରେ ପାଦ ରଖିଥିଲେ। ହାସ୍ୟ ଅଭିନେତା ଭାବେ ଖ୍ୟାତି ଅର୍ଜନ କରିଥିବା ଏହି ଅଭିନେତା ବହୁ ସୁପରହିଟ ଫିଲ୍ମରେ କାମ କରି ସାରିଛନ୍ତି। ତେଲଗୁ ଓ ତାମିଲରେ ପ୍ରାୟ ୨ଶହଟି ଫିଲ୍ମରେ ସେ କାମ କରିଥିବା ଜଣାପଡ଼ିଛି। ଦର୍ଶକଙ୍କୁ ପରଦାରେ ହସାଇ ହସାଇ ବେଦମ କରାଇ ପାରୁଥିବା ବେଣୁଙ୍କ ଶେଷ ଫିଲ୍ମ ଥିଲା ‘ଡ଼.ପାରାମାନନଦହିହା ଷ୍ଟୁଡେଣ୍ଟ’। ୨୦୧୬ରୁ ଏହି ଫିଲ୍ମର ଶୁଟିଂ ହୋଇଥିବା ବେଳେ ଏବେ ପର୍ଯ୍ୟନ୍ତ ଏହା ରିଲିଜ୍‌ ହୋଇ ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ମୋଦି-ଜିନ୍‌ପିଙ୍ଗ୍‌ ଦ୍ୱିପାକ୍ଷିକ ବୈଠକ: ଚାଇନା ଭାରତ ସହ ତା’ର…

ନୂଆଦିଲ୍ଲୀ,୧୨ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି. ଜିନପିଙ୍ଗ୍‌ଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ ଶେଷ ହୋଇଛି। ଭାରତମଣ୍ଡପମରେ ଅନୁଷ୍ଠିତ ଏହି ବୈଠକରେ ବାଣିଜ୍ୟ ସମେତ…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?