Posted inଖେଳ

ସାକ୍ଷୀ ମଲିକଙ୍କୁ ନୋଟିସ

ନୂଆଦିଲ୍ଲୀ, ୨୦ା୮(ପି.ଟି.)-ବିନା ଅନୁମତିରେ ଜାତୀୟ କ୍ୟାମ୍ପ ଛାଡ଼ି ଚାଲିଯାଇଥିବାରୁ ରେସ୍‌ଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ଅଲିମ୍ପିକ ପଦକ ବିଜୟିନୀ ସାକ୍ଷୀ ମଲିକଙ୍କ ବିରୋଧରେ କାରଣ ଦର୍ଶାଅ ନୋଟିସ ଜାରି କରିଛି। ସମାନ ଦୋଷ ପାଇଁ ଅନ୍ୟ ୨୫ଜଣ ଶିବିରାର୍ଥୀଙ୍କୁ ବହିଷ୍କାର କରାଯାଇଛି। ଲକ୍ଷ୍ନୌସ୍ଥିତ ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ସେଣ୍ଟରଠାରେ ଆୟୋଜିତ ଜାତୀୟ କ୍ୟାମ୍ପରେ ୪୫ଜଣ ମହିଳା ରେସ୍‌ଲର ଟ୍ରେନିଂ ନେଉଥିଲେ। ୨୫ଜଣଙ୍କୁ ଛାଡ଼ି ୩ଜଣ ନିକଟରେ ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ସେମାନେ ହେଲେ ସାକ୍ଷୀ (୬୨କେଜି), ସୀମା ବିସ୍‌ଲା (୫୦କେଜି) ଏବଂ କିରନ (୭୬କେଜି)। ଏହି ୩ଜଣଙ୍କୁ ବୁଧବାର ସୁଦ୍ଧା ସେମାନଙ୍କ ଜବାବ ରଖିବା ଲାଗି କୁହାଯାଇଛି। ଅନ୍ୟମାନଙ୍କୁ ପୁନଃ ଆଦେଶ ନ ହେବା ପର୍ଯ୍ୟନ୍ତ ଜାତୀୟ କ୍ୟାମ୍ପରୁ ବହିଷ୍କାର କରାଯାଇଛି। ସେମାନଙ୍କୁ ଆହୁରିମଧ୍ୟ ଚାରୋଟି ଅଣ ଅଲିମ୍ପିକ କାଟେଗୋରୀରେ ବିଶ୍ୱଚାମ୍ପିୟନଶିପ୍‌ ଟ୍ରାଏଲରେ ଅଂଶଗ୍ରହଣରୁ ବଞ୍ଚତ୍ତ କରାଯାଇଛି। ଡବ୍ଲ୍ୟୁଏଫ୍‌ଆଇର ସହକାରୀ ସମ୍ପାଦକ ବିନୋଦ ତୋମାରଙ୍କ କହିବା ଅନୁସାରେ ବେଲାରୁଷ ଏବଂ ଇସ୍ତୋନିଆ ଟୁର୍ନାମେଣ୍ଟରେ ଅଂଶଗ୍ରହଣ ଲାଗି ଭାରତୀୟ ଦଳର ପ୍ରସ୍ତାନ ପରେ ଅବଶିଷ୍ଟ ରେସଲରମାନେ ବିନା ଅନୁମତିରେ କ୍ୟାମ୍ପ ଛାଡ଼ି ଚାଲିଯାଇଥିଲେ। ସେ କହିଛନ୍ତି, ଆମେ କେବଳ ସାକ୍ଷୀ, ସୀମା ଏବଂ କିରନଙ୍କୁ କରଣ ଦର୍ଶାଅ ନୋଟିସର ଜବାବ ଦେବାକୁ କହିଛୁ। ଅନ୍ୟମାନଙ୍କୁ ଏହି ନୋଟିସ୍‌ ଜାରି କରାଯିବାର କୌଣସି ଆବଶ୍ୟକତା ଥିବା ଅନୁଭବ କରି ନ ଥିଲୁ। ଶୃଙ୍ଖଳା ଭଙ୍ଗ ପାଇଁ ସେମାନଙ୍କୁ କେବଳ ବହିଷ୍କାର କରାଯାଇଥିଲା ମାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026 ପ୍ଲେଅଫରେ ପହଞ୍ଚିବ କେଉଁ ୪ଟି ଟିମ୍‌? ବଡ଼ ଭବିଷ୍ୟବାଣୀ କଲେ ପୂର୍ବତନ କ୍ରିକେଟର!

ନୂଆଦିଲ୍ଲୀ,୨୫।୧୨: IPL 2026 ଖେଳାଳିଙ୍କ ମିନି-ନିଲାମ ନିକଟରେ ଶେଷ ହୋଇଛି। ଡିସେମ୍ବର ୧୬ରେ ଆବୁଧାବିରେ IPL ମିନି-ନିଲାମ ହୋଇଥିଲା, ଯେଉଁଥିରେ ୨୯ ବିଦେଶୀ ଖେଳାଳିଙ୍କ ସମେତ...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri