Posted inଜାତୀୟ

ସାକ୍ଷୀ ମିଶ୍ରାଙ୍କ ପ୍ରେମ ବିବାହକୁ ନେଇ ଝିଅମାନଙ୍କୁ ପରାମର୍ଶ ଦେଲେ ମାଲିନୀ

ବରେଲି,୧୫।୭: ଉତ୍ତର ପ୍ରଦେଶର ଭାଜପା ବିଧାୟକ ରାଜେଶ ମିଶ୍ରାଙ୍କ ଝିଅ ସାକ୍ଷୀ  ଜଣେ ଦଳିତ ଯୁବକଙ୍କୁ ବିବାହ କରିବା ପରେ ଏହାକୁ ନେଇ ପ୍ରତିଦିନ କିଛି ନା କିଛି ନୂଆ ଖବର ଆସୁଛି। ଏହାକୁ ନେଇ ଏବେ ପ୍ରସିଦ୍ଧ ଲୋକ ସଙ୍ଗୀତ ଗାୟିକା ପଦ୍ମଶ୍ରୀ ମାଲିନୀ ଅଓ୍ବସ୍ତି ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ ଝିଅମାନଙ୍କୁ ପରାମର୍ଶ ଦେଇ କହିଛନ୍ତି, ପ୍ରେମ ବିବାହ କର, ନିଜ ଇଚ୍ଛାରେ ଜୀବନ ସାଥୀ ବାଛ ହେଲେ ଜନ୍ମଦାତାଙ୍କୁ ସର୍ବ ସମ୍ମୁଖରେ ଏମିତି ଅପମାନ କର ନାହିଁ। ମାଲିନୀଙ୍କର ଏହି ମନ୍ତବ୍ୟକୁ କେତେକ ବ୍ୟକ୍ତି ସ୍ବାଗତ ଜଣାଇଥିବା ବେଳେ ଆଉ କେତେଜଣ ଏହାର ବିରୋଧ କରିଛନ୍ତି। ସୂଚନାଯୋଗ୍ୟ, ବିବାହ ପରେ ସାକ୍ଷୀ ତାଙ୍କ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ସୋସିଆଲ ମିଡିଆରେ ଭିଡିଓ ଅପଲୋଡ୍‌ କରିବା ପରେ ଘଟଣା ସାମ୍ନାକୁ ଆସିଥିଲା। ଉକ୍ତ ଭିଡିଓରେ ସାକ୍ଷୀ କହିଥିଲେ କି ସେ ଦଳିତ ଯୁବକଙ୍କୁ ପତି ହିସାବରେ ଗ୍ରହଣ କରିବାରୁ ତାଙ୍କ ଭାଇ ଓ ପିତା ତାଙ୍କୁ ମାରି ଦେବାକୁ ଯୋଜନା କରୁଛନ୍ତି। ଏହାପରେ ଏହି ଭିଡିଓ ଭାଇରାଲ ହେବାରୁ ତାଙ୍କ ପିତା ଏଭଳି କାର୍ଯ୍ୟ କରିବାକୁ ଆଦୌ ଚିନ୍ତା କରି ନାହାଁନ୍ତି ବୋଲି ଗଣମାଧ୍ୟମକୁ କହିଥିଲେ। ଆଉ ଶେଷରେ ସେ କହିଥିଲେ ଯଦି ଝିଅର ବିବାହକୁ ନେଇ ତାଙ୍କୁ ବେଶି ହଇରାଣ କରାଯାଏ ତେବେ ସେ ଆତ୍ମହତ୍ୟା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ଇତିହାସ ରଚିଲା ନାସାର ଆର୍ଟେମିସ-୨: ଐତିହାସିକ ୧୦ ଦିନିଆ ଚନ୍ଦ୍ର ଯାତ୍ରା ପରେ ପୃଥିବୀକୁ ଫେରିଲେ ମହାକାଶଚାରୀ

ନୂଆଦିଲ୍ଲୀ,୧୧।୪: ନାସାର ଆର୍ଟେମିସ-୨ ଚନ୍ଦ୍ର ମିଶନର ମହାକାଶଚାରୀମାନେ ଚନ୍ଦ୍ରରୁ ପ୍ରଶାନ୍ତ ମହାସାଗରକୁ ଫେରିଛନ୍ତି। ଓରିଅନ ମହାକାଶଯାନ ୧୦ ଦିନର ସଫଳ ମିଶନ ପରେ ପ୍ରଶାନ୍ତ ମହାସାଗରରେ ସୁରକ୍ଷିତ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri