ସାଙ୍ଗକୁ କାଠଫାଳିଆରେ ପିଟି ହତ୍ୟା

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନା ମଣ୍ଡପ ବସ୍ତିରେ ଏକ ହତ୍ୟାକାଣ୍ଡ ଘଟିଛି। ମଦ ନ ଦେବାରୁ ଜଣେ ସାଙ୍ଗ ଅନ୍ୟ ଜଣେ ସାଙ୍ଗକୁ ଏକ କାଠଫାଳିଆରେ ପିଟିପିଟି ହତ୍ୟା କରିଛି। ମୃତ ଯୁବକ ଜଣଙ୍କ ହେଲେ ଚନ୍ଦକା ଅଞ୍ଚଳର ରାହାସ ବେହେରା(୪୦)। ଖବରପାଇ ଶୁକ୍ରବାର ସକାଳୁ ଘଟଣାସ୍ଥଳରେ ପୋଲିସ ଏବଂ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲେ। ସାଇଣ୍ଟିଫିକ୍‌ ଟିମ୍‌ ସେଠାରେ ରକ୍ତ ଲଗା କାଠଫାଳିଆ ଏବଂ ରକ୍ତ ନମୁନା ସଂଗ୍ରହ କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କ୍ୟାପିଟାଲ ହସ୍ପିଟାଲକୁ ପଠାଇବା ସହ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏନେଇ ଆଇପିସି ଦଫା ୩୦୨ରେ ଏକ ମାମଲା(ନଂ-୧୯୩/୨୦) ରୁଜୁ କରାଯାଇ ଗିରଫ ଅଭିଯୁକ୍ତ ମଣ୍ଡପବସ୍ତିର ସନାତନ ମୁଣ୍ଡାଙ୍କୁ କୋର୍ଟ ଚାଲାଣ କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ରାହାସଙ୍କ ଘର ଚନ୍ଦକା ଅଞ୍ଚଳରେ ହୋଇଥିବାବେଳେ ଗାଡ଼କଣରେ ଥିବା ଜଣେ ସମ୍ପର୍କୀୟଙ୍କ ଘରେ ରହି ଦିନମଜୁରିଆ ଭାବେ କାର୍ଯ୍ୟ କରନ୍ତି। ହତ୍ୟାକାରୀ ସନାତନ ଏବଂ ରାହାସ ଉଭୟ ଭଲ ବନ୍ଧୁ। ଗୁରୁବାର ମଧ୍ୟରାତ୍ରିରେ ସନାତନ ମଦ ପିଇବାକୁ ରାହାସଙ୍କୁ ମଣ୍ଡପବସ୍ତିକୁ ଡାକିଥିଲେ। ପୂର୍ବରୁ ଉଭୟ ବହୁବାର ମଦ ପିଇଥିବାରୁ ରାହାସ ଭରସା କରି ଗୁରୁବାର ରାତିରେ ଉକ୍ତ ବସ୍ତିକୁ ଯାଇଥିଲେ। ସେଠାରେ ଉଭୟ ମଦ ମଧ୍ୟ ପିଇଥିଲେ। ସନାତନ ଅଧିକ ମଦ ପିଇବା ପାଇଁ ଜିଦ୍‌ ଧରିବାରୁ ରାହାସ ମନା କରିଥିଲେ। ଫଳରେ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ସନାତନ ଏକ କାଠଫାଳିଆରେ ରାହାସଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ସେ ତଳେ ପଡିଯାଇ ଚିକତ୍ାର କରିଥିଲେ ମଧ୍ୟ ସନାତନ ଛାଡ଼ି ନଥିଲେ। ଶେଷରେ ଘଟଣାସ୍ଥଳରେ ରାହାସଙ୍କ ପ୍ରାଣବାୟୁ ଉଡ଼ିଯାଇଥିଲା। ବିଳମ୍ବିତ ରାତିରେ ଘଟଣା ସମ୍ପର୍କରେ ପୋଲିସ ଖବର ପାଇ ଉକ୍ତ ଜାଗାକୁ ସିଲ୍‌ କରିଥିଲା। ସକାଳୁ ପୋଲିସ ସେଠାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କ୍ୟାପିଟାଲ ହସ୍ପିଟାଲକୁ ପଠାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri