ସାଟେଲାଇଟ୍‌ରୁ ଇଣ୍ଟରନେଟ୍‌ ସେବା ଦେବାକୁ କହି ଟ୍ରୋଲ୍‌ ହେଲେ ପାକ୍‌ ମନ୍ତ୍ରୀ

ଇସ୍‌ଲାମାବାଦ,୧୫।୧୧: ପାକିସ୍ତାନର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଫୟାଦ୍‌ ଚୌଧୁରୀ ପୁଣି ଥରେ ଆସିଛନ୍ତି ଚର୍ଚ୍ଚାକୁ। ଏବେ ସେ ପୁଣି ସୋସିଆଲ ମିଡିଆରେ ଟ୍ରୋଲ୍‌ ହୋଇଛନ୍ତି। ଘଟଣା ହେଉଛି ସେ ଟୁଇଟରରେ ଏମିତି ଏକ ପୋଷ୍ଟ କରିଛନ୍ତି ଯେଉଁଥି ପାଇଁ ଟ୍ରୋଲ୍‌ ହୋଇଛନ୍ତି। ଟୁଇଟରରେ ସେ ଲେଖିଛନ୍ତି, ଇଣ୍ଟରନେଟ ଏବେ ସମସ୍ତଙ୍କର ମୌଳିକ ଅଧିକାର ପାଲଟି ଯାଇଛି। ହେଲେ ଜମ୍ମୁ-କଶ୍ମୀରରେ ଏହି ସୁବିଧା ନାହିଁ। ତେଣୁ ସେ ପାକିସ୍ତାନ ସ୍ପେଶ ଆଣ୍ଡ ଅପର ଆଟ୍ମୋସ୍ପିୟର ରିସର୍ଚ୍ଚ କମିଶନଙ୍କୁ ପତ୍ର ଲେଖି ପଚାରିଛନ୍ତି ଜମ୍ମୁ-କଶ୍ମୀରରେ ସାଟେଲାଇଟ ମାଧ୍ୟମରେ ଇଣ୍ଟରନେଟ୍‌ ସେବା ଯୋଗାଇ ଦିଆଯାଇ ପାରିବ କି? ଏହାକୁ ଦେଖି ସୋସିଆଲ ମିଡିଆ ୟୁଜର୍ସମାନେ ତାଙ୍କୁ କମେଣ୍ଟ କରିଛନ୍ତି। ଏହାସହ ପାକିସ୍ତାନ ମନ୍ତ୍ରୀଙ୍କୁ ନିଜ ଦେଶର ମହାକାଶ ଏଜେନ୍ସିର ନାଁ ମଧ୍ୟ ଜଣାନାହିଁ ବୋଲି କୁହାଯାଇଛି। କାରଣ ପାକିସ୍ତାନ ମହାକାଶ ଏଜେନ୍ସିର ନାଁ SUPARCO ହୋଇଥିବା ବେଳେ ଫୟାଦ ଏହାକୁ ଭୁଲ୍‌ ଭାବେ SPRACO ଲେଖି ଟ୍ରୋଲ୍‌ ହୋଇଛନ୍ତି। ସୂଚନାଯୋଗ୍ୟ, କେବଳ ଏତିକି ନୁହେଁ ସେ ଆଗରୁ ମଧ୍ୟ ଏମିତି କିଛି ପୋଷ୍ଟ କରି ସୋସିଆଲ ମିଡିଆରେ ଟ୍ରୋଲ୍‌ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ଇରାନର ବଡ଼ ଘୋଷଣା: ହର୍ମୁଜକୁ ସମ୍ପୂର୍ଣ୍ଣ ଖୋଲିଦେଇ କହିଲା ଏଥର…

ତେହରାନ,୧୭ା୪: ଇସ୍ରାଏଲ-ଲେବାନନ ଅସ୍ତ୍ରବିରତି ପରେ ବଡ଼ ଘୋଷଣା କରିଛି ଇରାନ। ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଖୋଲି ଦେଇଥିବା କହିଛନ୍ତି ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି।…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ମୋର ଆଉ ମୋଦିଙ୍କର ସ୍ତ୍ରୀ ନାହାନ୍ତି…ସଂସଦରେ କହୁକହୁ ଏ କ’ଣ କହିଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୪: ମହିଳା ସଂରକ୍ଷଣ ସଂଶୋଧନ ବିଲ ଉପରେ ଆଲୋଚନା ସମୟରେ ଲୋକ ସଭାରେ ଏକ ଅତ୍ୟନ୍ତ ଆକର୍ଷଣୀୟ ମୁହୂର୍ତ୍ତ ସୃଷ୍ଟି ହୋଇଥିଲା। ବିରୋଧୀ ଦଳ ନେତା ରାହୁଲ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri