ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା କରିବା ଲାଗି ପୁଣିଥରେ ସୁଯୋଗ ଦେଇଥିବାରୁ ଧନ୍ୟବାଦ: ନବୀନ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରି ପୁଣିଥରେ କ୍ଷମତାକୁ ଫେରିଛି ବିଜେଡି। ଦଳ ଉପରେ ଭରସା ରଖିବା ସହ ପଞ୍ଚମ ଥର ଲାଗି ଓଡ଼ିଶାର ସେବା କରିବା ଲାଗି ସୁଯୋଗ ଦେଇଥିବାରୁ ନବୀନ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଦେଇଛନ୍ତି। ଶନିବାର ସେ ନିଜ ଟୁଇଟର ପୃଷ୍ଠାରେ ଏଭଳି ବାର୍ତ୍ତା ଦେବା ସହ ସମସ୍ତେ ଏକାଠି ହୋଇ ନୂଆ ଓଡ଼ିଶା ଲାଗି କାମ କରିବା ବୋଲି ମତ ପ୍ରକାଶ କରିଛନ୍ତି।


ପ୍ରକାଶଯୋଗ୍ୟ, ୨୦୧୯ ନିର୍ବାଚନରେ ବିଜେଡି ୧୪୬ ବିଧାନସଭା ଆସନରୁ ୧୧୨ଟି ଜିତିବାରେ ସଫଳ ହୋଇଛି। ସେହିଭଳି ଭାଜପା ୨୩ ଆସନରେ ଜିତିଥିବା ବେଳେ କଂଗ୍ରେସ ମାତ୍ର ୯ଟି, ଅନ୍ୟାନ୍ୟ ୨ଟି ଆସନରେ ଜିତିଛନ୍ତି। ତେବେ ପୂର୍ବରୁ ଭାଜପା ରାଜ୍ୟରେ ୧୨୦+ ବିଧାନସଭା ଆସନ ହାତେଇବ ବୋଲି ପ୍ରୟାସ କରୁଥିବା ବେଳେ ଓଡ଼ିଶାବାସୀ ନବୀନଙ୍କ ଉପରେ ଆସ୍ଥା ପ୍ରକଟ କରିଛନ୍ତି। ପଞ୍ଚମ ଥର ଲାଗି ମୁଖ୍ୟମନ୍ତ୍ରୀ ପଦ ଅଳଙ୍କୃତ କରିବାକୁ ଯାଉଥିବା ନବୀନଙ୍କ ଏହା ରେକର୍ଡ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସବୁଆଡ଼ୁ ଘେରିଗଲାଣି ଚାଇନା

ଭାରତର ପଶ୍ଚିମରେ ଥିବା ଆରବ ସାଗରକୁ ଚାଇନା ପ୍ରବେଶ କରିବା ପାଇଁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର (ସିପିଇସି) ସୃଷ୍ଟି କରାଯାଇଛି। ସେଥିରେ ରାସ୍ତା ନିର୍ମାଣଠାରୁ ଆରମ୍ଭ କରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri