ସାତକୋଶିଆ ମହୋତ୍ସବ ଉଦ୍‌ଯାପିତ: ତାଳବାଦ୍ୟ, ଓଡ଼ିଶୀ ନୃତ୍ୟରେ ଦର୍ଶକ ବିମୋହିତ

ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ଅମଲାପଡ଼ାସ୍ଥିତ ବାସନ୍ତୀ ଦୁର୍ଗାପୂଜା ପଡ଼ିଆରେ ନୃତ୍ୟ ନିଳୟ ପକ୍ଷରୁ ଚାଲିଥିବା ସପ୍ତମ ସାତକୋଶିଆ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଅନୁଗୋଳ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଓଡ଼ିଶାର କଳା, ସଂସ୍କୃତି, ନୃତ୍ୟ, ସଙ୍ଗୀତ ଏବେ ବିଶ୍ୱ ପରିବ୍ୟାପ୍ତ ବୋଲି ପ୍ରକାଶ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲା ପର୍ଯ୍ୟଟନ ଅଧିକାରୀ ଜଗଦୀଶ ରାୟ ଓ ଗୁରୁ ଅନିତା ସିଂହଦେଓ ଯୋଗଦେଇ ଅନୁଗୋଳ ଜିଲାରେ ପର୍ଯ୍ୟଟନ ଏବଂ ସଂସ୍କୃତିର ବିକାଶ ପାଇଁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ଅନୁଷ୍ଠାନର ଉପଦେଷ୍ଟା ହେମନ୍ତ ଦାଶ ନୃତ୍ୟ ନିଳୟର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ସମାରୋହରେ ଓଡ଼ିଶାର ବିଶିଷ୍ଟ ମାର୍ଦ୍ଦଳ ଗୁରୁ ଧନେଶ୍ୱର ସ୍ବାଇଁଙ୍କୁ ସାତକୋଶିଆ ସମ୍ମାନ ପ୍ରଦାନ କରାଯାଇଥିଲା। ଅତିଥିମାନେ ଅନୁଷ୍ଠାନର ସ୍ମରଣିକାକୁ ମଧ୍ୟ ଉନ୍ମୋଚନ କରିଥିଲେ। ନୃତ୍ୟ ନିଳୟରେ ବିଭିନ୍ନ କୃତୀ ଛାତ୍ରୀମାନଙ୍କୁ ମଧ୍ୟ ଏହି ଅବସରରେ ପୁରସ୍କୃତ କରାଯାଇଥିଲା। ଗୁରୁ ଧନେଶ୍ୱର ସ୍ବାଇଁ ଓ ସାଥିଙ୍କ ଦ୍ୱାରା ଓଡ଼ିଶୀ ମାର୍ଦ୍ଦଳ ଧ୍ୱନି ପ୍ରତିଧ୍ୱନି, କଟକ ସୁର୍‌ ମନ୍ଦିର ପକ୍ଷରୁ ଜ୍ୟୋତ୍ସ୍ନା ସାହୁଙ୍କ ଓଡ଼ିଶୀ ନୃତ୍ୟ, କଲିକତାରୁ ଆସିଥିବା କାବେରୀ ପୁଇତାଣ୍ଡିଙ୍କ ଦ୍ୱାରା ଗୌଡ଼ୀୟ ନୃତ୍ୟ ଓ ନୃତ୍ୟ ନିଳୟ ପକ୍ଷରୁ ଦଳଗତ ଓଡ଼ିଶୀ ନୃତ୍ୟ ଦର୍ଶକଙ୍କୁ ମୁଗ୍ଧ କରିଥିଲା। ଯଜ୍ଞ ରାୟ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ନୃତ୍ୟ ନିଳୟ ସମ୍ପାଦିକା ସ୍ବପ୍ନାରାଣୀ ସିହ୍ନା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ ଚୋରି କରି କମ୍‌ ଦାମ୍‌ରେ ବିକୁଥିଲେ ଅଭିଯୁକ୍ତ, ଧରିଲା ପୋଲିସ

ବଲାଙ୍ଗିର,୨।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ପୁଇଁତଳା ଥାନା ପୋଲିସ ହାତରେ ଧରାପଡିଛନ୍ତି ବାଇକ ଚୋର । ଜଣେ ବାଇକ ଚୋର ସହିତ ଚୋର…

ଗଣିତ ନୋଟ୍‌ ବୁକ୍‌ ନେଇ ନଥିଲେ ବୋଲି ୩ୟ ଶ୍ରେଣୀ ଛାତ୍ରଙ୍କୁ ଲହୁଲୁହାଣ କଲେ ଶିକ୍ଷୟିତ୍ରୀ, ଡାକ୍ତରଖାନାରେ ହେଲେ ଭର୍ତ୍ତି

ଦାରିଙ୍ଗବାଡି, ୨ ।୨ (ଅରୁଣ ସାହୁ ): ଦଣ୍ଡମୁକ୍ତ ଅଞ୍ଚଳରେ ପ୍ରଚଣ୍ଡ ଦଣ୍ଡ ବ୍ୟବସ୍ଥା। ସାଧାରଣ ଗଣିତ ନୋଟ୍‌ ବୁକ୍‌ ଭୁଲିଯିବା ଓ ବିନା ନୋଟ୍‌ ବୁକ୍‌ରେ…

୧୫ ଫୁଟ୍‌ ପୋଲ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର, ହେଲ୍‌ପର

ଲାଞ୍ଜିଗଡ଼,୨।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶନାଥପୁର ଥାନା ଅନ୍ତର୍ଗତ ଢେପଗୁଡ଼ା ପୋଲରେ ପୁଣି ଏକ କୋଇଲା ବୋଝେଇ ଟ୍ରକ୍‌ ପୋଲ ତଳକୁ ଖସିପଡ଼ିଛି।…

କେନ୍ଦ୍ର ବଜେଟ୍‌ରେ ଇକୋ ଟୁରିଜିମ୍‌କୁ ଗୁରୁତ୍ୱ: ଋଷିକୂଲ୍ୟା ମୁହାଁଣରେ ହେବ…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ): ବିଶ୍ବ ପର୍ଯ୍ୟଟନ ମାନଚିତ୍ରରେ ସାମୁଦ୍ରିକ କଇଁଛ ବିରଳ ପ୍ରଜାତିର ଅଲିଭ ରିଡ୍‌ଲେଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ବତନ୍ତ୍ର ସ୍ଥାନ ପାଇଥିବା ଋଷିକୂଲ୍ୟା ମୁହାଁଣରେ ଇକୋ କରିଡର…

ବାଟରେ ଯାଉଥିବାବେଳେ ଦୁର୍ଘଟଣାରେ ଗୁରୁତରଙ୍କୁ ଦେଖି ଏମିତି କାମ କଲେ ସାମାଜିକ କର୍ମୀ

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡାହାଡ ଡ୍ୟାମ ରାସ୍ତାର ବିଦେଶୀ ମଦ ଦୋକାନ ନିକଟରେ ସୋମବାରଜଣେ ସ୍କୁଟି ଚାଳକ ଗାଡିରୁ ନିୟନ୍ତ୍ରଣ ହରାଇ…

ମିଛ ପ୍ରମାଣପତ୍ର ଦେଖାଇ ବୁଲୁଛନ୍ତି ଅନୁପ୍ରବେଶକାରୀ: ଚିହ୍ନଟ କରି ବିତାଡିତ ପାଇଁ ଏସଡିପିଓଙ୍କୁ ଦାବି କଲେ…

ଦାରିଙ୍ଗବାଡି, ୨।୨ (ଅରୁଣ ସାହୁ ): କନ୍ଧମାଳ ଜିଲାର ବିଭିନ୍ନ ବ୍ଲକ ସମେତ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବଙ୍ଗଳାଦେଶୀ ଅନୁପ୍ରବେଶକାରୀ ବିଭିନ୍ନ ପ୍ରମାଣପତ୍ର ହାତେଇ ଘୂରିବୁଲୁଛନ୍ତି ।…

ପୋଲିସକୁ ସଫଳତା: ସିରିଜ ଚୋରି ଘଟଣାରେ ଜେଲ ଗଲେ ୫ ଅଭିଯୁକ୍ତ, ଜବତ ହେଲା ଏତେ ପରିମାଣର…

ଦିଗପହଣ୍ଡି,୨।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଇଲାକାରେ ଗତ ୧୫ ଦିନ ମଧ୍ୟରେ ୫ ରୁ ଉଦ୍ଧର୍‌ବ ଗ୍ରାମରେ ଘଟିଥିବା ରହସ୍ୟମୟ ସିରିଜ ଚୋରି…

ବିଶ୍ବ ଆଦ୍ର ଭୂମି ଦିବସରେ ଯୋଗ ଦେଇ ବଡ଼ ସୂଚନା ଦେଲେ ଡିଏଫ୍‌ଓ, କହିଲେ ଗଞ୍ଜାମ ଜିଲାର…

ଭଞ୍ଜନଗର,୨।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ସୋମବାର ଅପରାହ୍ନରେ ସ୍ଥାନୀୟ ବନ ବିହାର ପରିସରରେ ବିଶ୍ବ ଆଦ୍ର ଭୂମି ଦିବସ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri