ସାତ୍‌ସପନ ହେଇଛେ ସରକାରୀ ସାହାଯ୍‌: ଗୁଟେ ପରିବାର: ୪ ଭିନ୍ନକ୍ଷମ ଭାଇବହେନ୍‌

 

ପର୍ଲା, ୧୦ା୯ (ଡି.ଏନ୍‌.ଏ.):
କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଂଚଲର ଧଅଁରପୁର ପଁଚେତ୍‌ ଅଧୀନ ଭାଲୁଚୁଆ ଗଁାରେ ଗୁଟେ ପରିବାରର ୪ ଭାଇବହେନ୍‌ ଭିନ୍ନକ୍ଷମ ଥିବାର ଜନାଯାଇଛେ।
ସୂଚନା ଅନ୍‌ସାରେ ଧଅଁରପୁର ଗଁାର ଦୁଷ୍ମନ୍ତ ଜାଲକଁର ଦୁଇ ଭାଇ ରାଜସିଂ ଜାଲ ଆର କ୍ଷୀତିରାମ ଜାଲ। ତିନ୍‌ହିଁ ଭାଇ ଏକ୍‌ଠାନିଆ ମିଶିଗୁଲି ଗୁଟେ ଜାଗାରେ ରହୁଛନ୍‌। ଦୁଷ୍ମନ୍ତକଁର ୩ ଝି’ପୁଓ ଭିତ୍‌ରୁ ଝି’ ଦେବକୀ(୭), ରେବତୀ(୨) ଭିନ୍ନକ୍ଷମ ଆଏ। ସେନ୍‌ତା ମଝିଅଁା ଭାଇ ରାଜସିଂ ଜାଲକଁର ୩ ଝି’ପୁଓ ଭିତ୍‌ରୁ ମଝିଅଁା ଝି’ ସୁଭଦ୍ରା(୨) ଜନ୍‌ମୁ ଅଁଧ୍‌ ଆଏ। ସାନ୍‌ ଭାଇ କ୍ଷୀତିରାମ ଜାଲକଁର ୨ ଝି’ପୁଓ ଭିତରୁ ସାନ ପୁଓ ତେଜେଶ୍ୱର(୩) ବି ଜନ୍‌ମୁ ଅଁଧ୍‌ ଥିବାର ଜନାଯାଇଛେ। ଇଆଡ଼େ ପରିବାରଟା ନିହାତି ଗରିବ୍‌ ହେଇଥିଲାବେଲେ ସଭେ କୁଲିମଜୁରି କରି କୁଟୁମ୍‌ ପୁଷୁଛନ୍‌। ଏନ୍‌ତାଥି ଘରେ ସବୁବେଲେ ଅଭାବ ଅନାଟନ ଲାଗିରହିଛେ। ଯେନ୍‌ଥିରଲାଗି ତିନ୍‌ହିଁ ଭାଇ ଟଁକା ପଏସା ଅଭାବୁ ଛୁଆପିଲାକର ଉଚ ଚିକିଛା କରେଇ ନାଇଁପାରବାର। ପରିବାର ଲୋକ୍‌ ଘରର ବାସନ୍‌କୁସନ, ଗହନାଗଁାଠି ବିକି ଛୁଆକୁ ଚିକିଛା ଲାଗି ଜିଲା ମୁଖିଆ ଡାକ୍‌ତରଖାନା ଭବାନୀପାଟଣାକେ ନେଇଥିଲେ। ହେଲେ ସେଠାନେ ଡାକ୍‌ତର ଛୁଆକର ଉଚ ଚିକିଛା ଦରକାର ଅଛେ, ସେଥିରଲାଗି ବଡ଼ ଡାକ୍‌ତରଖାନାକେ ନେଇ ଚିକିଛା କରାବାକେ ପରାମଶ୍‌ ଦେଇଥିଲେ। ଇଆଡ଼େ ଯେ ସରକାର ଦିବ୍ୟାଙ୍ଗମାନକୁଁ ଅନେକ ପରକାର ସୁବିଧା ସୁଯୋଗ ଯୁଗେଇ ଦେଉଛନ୍‌। ହେଲେ ଇ ଅସାହା ପରିବାରର ୪ ଭିନ୍ନକ୍ଷମ ଭାଇବହେନ୍‌ ସବୁପରକାର ସରକାରୀ ଯୋଜନାରୁ ବଁଚିତ୍‌ ହେଇ ରହିଛନ୍‌। ଇଆଡ଼େ ଅଙ୍ଗନଓ୍ବାଡି କେନ୍ଦ୍ର ଜରିଆରେ ସର୍ଭେ କରି ଦିବ୍ୟାଙ୍ଗମାନକୁ ପରମାନପତର ଯୁଗେଇ ଦିଆଯାଉଛେ। ହେଲେ ଦୁଖର କଥା ଇ ୪ ଦିବ୍ୟାଙ୍ଗ ଭାଇବହେନ୍‌ ଦିବ୍ୟାଙ୍ଗ ପରମାନପତର ପାଏବାରୁ ବି ବଁଚିତ୍‌ ହେଇ ରହିଛନ୍‌। ଏହେଦେ ପରିବାର ଲୋକ୍‌ ୪ ଦିବ୍ୟାଙ୍ଗ ଛୁଆପିଲାକର ଚିକିଛା, ଭବିଷତ୍‌ ନେଇ ଚିନ୍‌ତାରେ ପଡ଼ିଛନ୍‌। ଜିଲା ପରଶାସନ ଇ ଦୁଖି ପରିବାର ଉପରେ ଖାସ୍‌ ଦୁରୁଷ୍‌ଟି ଦେଇ ସବୁପରକାର ସରକାରୀ ସାହାଯ୍‌ ଯୁଗେଇ ଦେବାକେ ବୁଧିଜୀବୀ ମହଲରେ ଦାବି ହେଉଛେ। ଇ ବାବ୍‌ଦେ ଧର୍ମଗଡ଼ ବିଡିଓ ଅଶୋକ କୁମାର ଭୋଇକୁଁ ପଚରାଲାରୁ ସରକାରୀ ନିୟମ ହିସାବେ ଛୁଆମାନକୁ ଆର ପରିବାରକେ ସାହାଯ୍‌ ଯୁଗେଇ ଦିଆଯିବା ବଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟ ପରୀକ୍ଷା କରାଇବାକୁ ଆସିଥିବା ନାବାଳିକାଙ୍କୁ ବଳାତ୍କାର କଲେ ଡାକ୍ତର, ଝିଅ କାନ୍ଦିକାନ୍ଦି ମା’ଙ୍କୁ କହିବା ପରେ…

ଜଗନ୍ନାଥପ୍ରସାଦ,୧୩ା୭(ବିଭୁ ପ୍ରସାଦ ପଟ୍ଟନାୟକ): ଡାକ୍ତରୀ ବୃତ୍ତିରେ କଳଙ୍କ। ଭଗବାନଙ୍କ ଦ୍ୱିତୀୟ ଅବତାର କୁହାଯାଉଥିବା ଡାକ୍ତର ସ୍ବାସ୍ଥ୍ୟପରୀକ୍ଷା କରାଇବାକୁ ଆସିଥିବା ଜଣେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।…

ଇରାନର ପାଞ୍ଚଟି ପ୍ରଦେଶ ଉପରେ ଆକ୍ରମଣ କଲା ଆମେରିକା, ମିଶାଇଲ ସିଷ୍ଟମ ସହ IRGC ସ୍ପିଡବୋଟକୁ ଟାର୍ଗେଟ

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରବିବାର, ଆମେରିକାର ସେନା ହୋର୍ମଜଗାନ, ମାର୍କାଜି, ଆହଭାଜ, ବୁଶେହର, ଖୁଜେସ୍ତାନ ଏବଂ ସିସ୍ତାନ-ବାଲୁଚେସ୍ତାନ ସମେତ ଅନେକ…

ଭିଜିଲାନ୍ସ ପଞ୍ଝାରେ ଓସିସି ନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୭ ସ୍ଥାନରେ ଚାଲିଛି ଚଢ଼ାଉ

ଭୁବନେଶ୍ୱର/କୋରାପୁଟ,୧୩ା୭(ଅମିତାଭ ବେହେରା): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ସୋମବାର ସକାଳେ ଓଡ଼ିଶା କନଷ୍ଟ୍ରକ୍ସନ କର୍ପୋରେଶନ (ଓସିସି) ଲିମିଟେଡ୍‌, ଭୁବନେଶ୍ୱରର ନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର…

ମୃତ୍ୟୁ ପୂର୍ବରୁ, ଲିଣ୍ଡସେ ଟ୍ରମ୍ପଙ୍କ ପାଇଁ ତିନୋଟି କାର୍ଯ୍ୟ ତାଲିକାଭୁକ୍ତ କରିଥିଲେ, ରୁଷିଆ କଥା ଉଲ୍ଲେଖ କରି ଫୋନରେ କହିଥିଲେ, ‘ମୁଁ ଏବେ ମରିପାରିବି ନାହିଁ…’

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ, ଯାହା ଫଳରେ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଇତି ମଧ୍ୟରେ, ବରିଷ୍ଠ…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

ଅମୃତର ସନ୍ତାନ

ବହୁ ଅନୁସନ୍ଧାନରୁ ବର୍ତ୍ତମାନ ପ୍ରାୟ ସମସ୍ତ ବିଜ୍ଞାନୀ ଏକମତ ଯେ ପୃଥିବୀରେ ମାନବ ସଭ୍ୟତା ଥରଥର କରି ଛଅ ଥର ଆରମ୍ଭ ହୋଇ ପୁଣି ନଷ୍ଟ ହୋଇଯାଇଛି।…

ଗଙ୍ଗାଜଳ ବଣ୍ଟନ ଚୁକ୍ତି

ଗଙ୍ଗାଜଳ ବଣ୍ଟନ ଚୁକ୍ତି ନବୀକରଣ ଏବେ ଜାତୀୟ ସ୍ତରରେ ଆଲୋଚ୍ୟ ବିଷୟ। ବାଂଲାଦେଶ ପୂର୍ବ ଅପେକ୍ଷା ଅଧିକ ଜଳ ଦାବି କରି ବିବୃତି ଦେଉଛି। ଭାରତ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri