Posted inଜାତୀୟ

ସାଧାରଣ ନିର୍ବାଚନ ତଥ୍ୟରେ ଅମେଳ: ସୁପ୍ରିମକୋର୍ଟ ଗଲା ଏଡିଆର୍‌

ନୂଆଦିଲ୍ଲୀ,୨୧।୧୧(ଆଇଏଏନ୍‌ଏସ୍‌): ୨୦୧୯ ସାଧାରଣ ନିର୍ବାଚନ ଫଳାଫଳ ସମ୍ପର୍କିତ ତଥ୍ୟରେ ତାଳମେଳ ନ ଥିବା ଦର୍ଶାଇ ବେସରକାରୀ ସଙ୍ଗଠନ (ଏନ୍‌ଜିଓ) ବୁଧବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫର୍ମସ୍‌(ଏଡିଆର୍‌) ପକ୍ଷରୁ ଦାଏର ପିଟିଶନରେ ଉଲ୍ଲେଖ କରାଯାଇଛି ଯେ, ନିର୍ବାଚନ କମିଶନ(ଇସି)ଙ୍କ ପକ୍ଷରୁ ଦିଆଯାଇଥିବା ୩୪୭ ଲୋକ ସଭା ଆସନର ମତଦାତାଙ୍କ ସଂଖ୍ୟା ଓ ଗଣତି କରାଯାଇଥିବା ଭୋଟ ସଂଖ୍ୟା ସମ୍ପର୍କିତ ତଥ୍ୟରେ ଗୁରୁତର ତ୍ରୁଟି ରହିଛି। ତେଣୁ ସାଧାରଣ ନିର୍ବାଚନ ଓ ଭବିଷ୍ୟତରେ ହେବାକୁ ଥିବା ସମସ୍ତ ନିର୍ବାଚନରେ ଫଳାଫଳ ସମ୍ପର୍କିତ ସୂଚନା ବୈଧାନିକ ଫର୍ମ ୧୭ସି, ୨୦, ୨୧ସି, ୨୧ଡି ଏବଂ ୨୧ଇ’ରେ ସାର୍ବଜନୀନ କରିବା ପାଇଁ ଇସିଙ୍କୁ ନିର୍ଦ୍ଦେଶ ଦେବା ଲାଗି ଅନୁରୋଧ କରାଯାଇଛି। ତେବେ ଲୋକ ସଭା ନିର୍ବାଚନ ଫଳ ଓ ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରାଯାଉନାହିଁ ବୋଲି ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ ଏଡିଆର୍‌ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri