ସାଧାରଣ ରୋଗ ପାଇଁ ଡାକ୍ତରଖାନା ମନା

ହିଞ୍ଜିଳିକାଟୁ,୧ା୪(ଡି.ଏନ୍‌.ଏ.): କରୋନା ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ଜରୁରୀ କାମ ନ ଥିଲେ ଲୋକେ ବାହାରକୁ ନ ବାହାରିବା ପାଇଁ କଟକଣା ହୋଇଛି। ଯେ କାୈଣସି ସମୟରେ ଡାକ୍ତରଖାନା ଯିବାକୁ ଅନୁମତି ରହିଛି। ପ୍ରେସକ୍ରିପଶନ ଦେଖି ପୋଲିସ ଏହି ଅନୁମତି ଦେଉଛି। ଏହାର ସୁଯୋଗ ନେଇ କେତେଜଣ ପ୍ରେସକ୍ରିପଶନ ଯୋଗାଡ଼ କରି ବାହାରେ ବୁଲୁଥିବା ଅଭିଯୋଗ ହୋଇଛି। ଲକଡ଼ାଉନ ଲାଗୁ କରାଯିବାଠାରୁ ହିଞ୍ଜିଳିିକାଟୁ ଡାକ୍ତରଖାନାକୁ ସାଧାରଣ ରୋଗ ପାଇଁ ବି ବହୁ ସଂଖକ ଲୋକ ଆସିବା ଘଟଣାରୁ ଏହା ସ୍ପଷ୍ଟ ହେଉଛି। ଏହାଦ୍ୱାରା ସାମାଜିକ ଦୂରତ୍ୱ ରକ୍ଷା କରିବାରେ ସମସ୍ୟା ସୃଷ୍ଟି ହେଉଛି। ଡାକ୍ତରଖାନା ବାହନାରେ ଗ୍ରାମାଞ୍ଚଳରୁ ଲୋକେ ଅଟୋ, କାର ,ବାଇକ ଆଦିରେ ଚଳପ୍ରଚଳ କରୁଛନ୍ତି। ଏପରି ଅଭିଯୋଗ ପରେ ସ୍ଥାନୀୟ ପ୍ରଶାସନ ଏହାକୁ ଗୁରୁତ୍ୱର ସହ ଗ୍ରହଣ କରିଛି। ହିଞ୍ଜିଳିକାଟୁ ତହସିଲଦାର ତଥା କାର୍ଯ୍ୟକାରୀ ମାଜିଷ୍ଟ୍ରେଟ ଗୋପୀନାଥ କୁଅଁରଙ୍କ ଅଧ୍ୟକ୍ଷତାରେ ବିଡ଼ିଓ ପ୍ରସନ୍ନ କୁମାର ପାତ୍ର, ପାୈର କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ ମନୋରଞ୍ଜନ ସାହୁ ଓ ଥାନା ଆଇଆଇସି ଅଭିମନ୍ୟୁ ଦାଶ ଓ ଅନ୍ୟ ଅଧିକାରୀ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ଠାରୁ ସାଧାରଣ ରୋଗ ପାଇଁ ଲୋକଙ୍କୁ ଡ଼ାକ୍ତରଖାନା ପ୍ରବେଶକୁ ବାରଣ କରାଯିବ ବୋଲି ତହସିଲଦାର କହିଛନ୍ତି। ଲୋକେ ପ୍ରଥମେ ରୋଗ ନେଇ ନିଜ ଅଞ୍ଚଳର ସ୍ବାସ୍ଥ୍ୟ କର୍ମୀ, ଆଶା କର୍ମୀଙ୍କ ସହ ପରାମର୍ଶ କରିବାକୁ କୁହାଯାଇଛି। ବିନା କାରଣରେ ସାମାଜିକ ଦୂରତ୍ୱ ଭଙ୍ଗ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଏଣିକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଶେଷ ହେବ ନାହିଁ ଯୁଦ୍ଧ? ଚିନ୍ତାରେ ପଡ଼ିଲାଣି ଆମେରିକା, ବଢାଇପାରେ ଡିଫେନ୍ସ ବଜେଟ

ଓ୍ବାଶିଂଟନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ୩୬ ତମ ଦିନରେ ପହଞ୍ଚିଛି। ନିରନ୍ତର ଆକ୍ରମଣ ଏବଂ ପ୍ରତିଶୋଧମୂଳକ ଆକ୍ରମଣ ମଧ୍ୟରେ, ପରିସ୍ଥିତି କ୍ରମଶଃ…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

ଇରାନକୁ ଫାଇନାଲ୍‌ ଅଲ୍ଟିମେଟମ: ହର୍ମୁଜ ନ ଖୋଲିଲେ…

ଓ୍ବାଶିଂଟନ୍‌,୪।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଅଲ୍ଟିମେଟମ ଦେଇଛନ୍ତି। ସେ କହିଛନ୍ତି, ଇରାନ ଯଦି ହର୍ମୁଜ ଷ୍ଟ୍ରେଟ୍‌ ନ ଖୋଲେ, ତେବେ ଆମେରିକା ପାଓ୍ବାର…

ଇରାନକୁ ନୁହେଁ, ବରଂ ନିଜ ପାଇଁ ସମୟସୀମା ଧାର୍ଯ୍ୟ କଲେ ଟ୍ରମ୍ପ, ଏହି ତାରିଖକୁ ରଖିଥିଲେ ଡେଡ ଲାଇନ

ଓ୍ବାଶିଂଟନ,୪।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଆତ୍ମସମର୍ପଣ ପାଇଁ ଏପ୍ରିଲ ୬ ପର୍ଯ୍ୟନ୍ତ ସମୟସୀମା ଦେଇଥିଲେ। ତଥାପି, ଏହା ଏବେ ସ୍ପଷ୍ଟ ହୋଇଯାଇଛି ଯେ ଏହି…

ବାଇକ୍‌କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ

ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ଠାକୁରଘରେ ପଶିିଯିବାରୁ ଦଳିତ ବୃଦ୍ଧାଙ୍କୁ ଆକ୍ରମଣ, ଥାନାର ଦ୍ୱାରସ୍ଥ ହେବା ପରେ…

ପଟ୍ଟାମୁଣ୍ଡାଇ,୪ା୪(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧିନ ଖଣତା ଗ୍ରାମର ଜଣେ ଦଳିତ ମାନସିକ ବିକାରଗ୍ରସ୍ତ ବୃଦ୍ଧାଙ୍କୁ ଗୁରୁବାର ଆକ୍ରମଣ ହୋଇଛି। ଗ୍ରାମର ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri