ସାଧାରଣତନ୍ତ୍ର ଦିବସ ଆଜି: ବାରିପଦା ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବାରିପଦା ଅଫିସ,୨୬।୧-ମୟୂରଭଞ୍ଜ ଜିଲା ସଦରମହକୁମା ବାରିପଦାରେ ରବିବାର ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ରିଜର୍ଭ ପୋଲିସ ପରେଡ୍‌ ପଡ଼ିଆରେ ପାଳନ କରାଯିବ। ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିବେ। ଏହାସହିତ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିପାଇଁ ଜିଲା ପୋଲିସ ପକ୍ଷରୁ ବାରିପଦା ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସହରର ସୁରକ୍ଷା ବ୍ୟବସ୍ଥାରେ ଦୁଇଜଣ ଏଏସ୍‌ପି, ୩ ଡିଏସ୍‌ପି, ୬ ଇନ୍ସପେକ୍ଟରଙ୍କ ସମେତ ୬ ପ୍ଲାଟୁନ ଏପିଆର ଫୋର୍ସ ମୁତୟନ ହୋଇଛନ୍ତି। ସେହିପରି ଏଥର ସହରରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ଜଣେ ଡିଏସ୍‌ପିଙ୍କ ନେତୃତ୍ୱରେ ୪୦ ଜଣ ଟ୍ରାଫିକ କନଷ୍ଟେବଳ ଓ ଏକ ପ୍ଲାଟୁନ ଏପିଆର୍‌ ଫୋର୍ସ ମୁତୟନ ରହିବେ। ଶାନ୍ତିଶୃଙ୍ଖଳା ପାଇଁ ୪୦ ଅଫିସର ଓ ୭୦ ଜଣ ହୋମଗାର୍ଡ ମଧ୍ୟ ନିୟୋଜିତ ହୋଇଥିବା ଜିଲା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଶନିବାର ରାତିରେ ସହରର ବିଭିନ୍ନ ମୁଖ୍ୟରାସ୍ତାରେ ସହରକୁ ପ୍ରବେଶ କରୁଥିବା ଓ ବାହାରୁଥିବା ଗାଡ଼ି ମୋଟର ଏବଂ ଲୋକଙ୍କୁ ଯାଞ୍ଚ କରାଯାଇଛି। ସେହିପରି ସହରର ବିଭିନ୍ନ ହୋଟେଲ, ରେଳଷ୍ଟେଶନ, ବସ୍‌ଷ୍ଟାଣ୍ଡ ଆଦି ଜନଗହଳି ସ୍ଥାନରେ ପୋଲିସ ପକ୍ଷରୁ ଏକ ଟିମ୍‌ ବୁଲି ତଥ୍ୟ ସଂଗ୍ରହ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri