Posted inଜାତୀୟ

ସାଧାରଣତନ୍ତ୍ର ଦିବସରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ବିଏସ୍‌ଏଫ୍‌ ପକ୍ଷରୁ ‘ଅପରେଶନ୍‌ ଥଣ୍ଡା ପବନ’ ଆରମ୍ଭ

ନୂଆଦିଲ୍ଲୀ,୨୨।୧: ସାଧାରଣତନ୍ତ୍ର ଦିବସରେ ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ବିଏସ୍‌ଏଫ୍‌ ପକ୍ଷରୁ ଭାରତ-ପାକିସ୍ତାନ ସୀମାରେ ଅପରେଶନ୍‌ ଥଣ୍ଡା ପବନ’ ଆରମ୍ଭ ହୋଇଛି। ସୀମାରେ ୧୫ ଦିନ ପାଇଁ ହାଇ ଆଲର୍ଟ ଜାରି କରାଯାଇଛି। ୬ଟି ଉପାୟରେ ଆତଙ୍କବାଦୀ ଆକ୍ରମଣ ଲାଗି ଆଇଏସ୍‌ଆଇ ବ୍ଲୁପ୍ରିଣ୍ଟ୍‌ ପ୍ରସ୍ତୁତ କରିଥିବା ଗୋଇନ୍ଦା ବିଭାଗ ପକ୍ଷରୁ ରିପୋର୍ଟ ଜାରି ହୋଇଛି। ପ୍ରଥମତଃ ଅସ୍ତ୍ର ବିରତି ଉଲ୍ଲଂଘନ ଆଳରେ ଆଫଗାନୀ ଏବଂ ତାଲିବାନୀ ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ପାଇଁ ଆଇଏସ୍‌ଆଇ ଯୋଜନା କରିଛି। ସେହିପରି ପାକିସ୍ତାନୀ ଡ୍ରୋନ୍‌ ଦ୍ୱାରା ପଞ୍ଜାବ ଏବଂ ରାଜସ୍ତାନରେ ଅସ୍ତ୍ରଶସ୍ତ୍ର ପହଞ୍ଚାଇବା ଲାଗି ମଧ୍ୟ ଊଦ୍ୟମ କରାଯିବାର ଆଶଙ୍କା ରହିଥିବା ଗୋଇନ୍ଦା ରିପୋର୍ଟରେ ଦର୍ଶାଯାଇଛି। ଅଟାରୀ ସୀମା, ହୁସୈନିବାଲା ସୀମା ଏବଂ କରତାରପୁର କରିଡୋର ଦେଇ ଆତଙ୍କବାଦୀ ଅନୁପ୍ରବେଶ କରାଯିବାର ଉଦ୍ୟମ ମଧ୍ୟ ଆଇଏସ୍‌ଆଇ କରିବ ବୋଲି ଆଶଙ୍କା କରାଯାଉଛି। ଜମ୍ମୁର ୧୩ଟି ଛୋଟ ନାଳ ଏବଂ ୩ ବଡ଼ ନଦୀ ପଥ ଦେଇ ଆତଙ୍କବାଦୀଙ୍କୁ ଅନୁପ୍ରବେଶ କରାଯିବା ଉଦ୍ୟମ ନେଇ ସତର୍କ ସୂଚନା ଜାରି ହୋଇଛି। ସେହିପରି ଗୁଜରାଟର ହରାମି ନାଳ ମଧ୍ୟ ଦେଇ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରାଇବା ଳାଗି ଆଇଏସ୍‌ଆଇ ଯୋଜନା କରିଥିବା ଗୋଇନ୍ଦା ରିପୋର୍ଟରେ ପ୍ରକାଶ ପାଇଛି। ସୁରକ୍ଷା ଦୃଷ୍ଟିରୁ ଏସବୁ ସ୍ଥାନରେ ଅତିରିକ୍ତ ଯବାନଙ୍କୁ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଲାଗୁ ହେଲା ପେଟ୍ରୋଲ-ଡିଜେଲର ନୂଆ ଦାମ୍‌

ନୂଆଦିଲ୍ଲୀ,୩।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲର ଦର ଏବଂ ତେଲ କମ୍ପାନୀଗୁଡ଼ିକର ରୋଜଗାରକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ରପ୍ତାନି ଉପରେ ଲାଗୁ…

ଭାଜପା ହାରିବାର ୫ ବଡ଼ କାରଣ, ଜାଣନ୍ତୁ…

ପାଟନା,୩।୮: ପାଟନାର ବାଙ୍କିପୁର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ଆସିସାରିଛି ଏବଂ ଏଠାରେ ୩୦ ବର୍ଷର ରେକର୍ଡ ଭାଙ୍ଗିଯାଇଛି। ଜନ ସୁରାଜ ପାର୍ଟିର ସଂସ୍ଥାପକ ତଥା…

ପିକେଙ୍କ ବିଜୟଠୁ ଭାଜପାର ପରାଜୟ କାହିଁକି ଚର୍ଚ୍ଚାରେ? ବାଙ୍କୀପୁର ଫଳାଫଳର ପ୍ରଭାବ ପଡ଼ିବ ଦିଲ୍ଲୀ ଗାଦି ଉପରେ!

ପାଟନା,୩।୮: ବାଙ୍କୀପୁରରେ ପ୍ରଶାନ୍ତ କିଶୋରଙ୍କ ବିଜୟ ରାଜନୀତିରେ ଏକ ନୂଆ କୌତୂହଳ ସୃଷ୍ଟି କରିଛି। ଆଜି ସକାଳ ପର୍ଯ୍ୟନ୍ତ ଯେଉଁ ବାଙ୍କୀପୁର ବିଧାନସଭା ଆସନକୁ ଭାଜପାର ଦୁର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri