ସାଧୁ ବେଶରେ ଚୋରି କରି ୨ ଗିରଫ

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ଚୋରି ପାଇଁ ସାଧୁବେଶ ଭଳି ଅଭିନବ ଉପାୟ ଆପଣେଇବା ଶେଷରେ ମହଙ୍ଗା ପଡ଼ିଛି। ମିଠା କହି ଲୋକଙ୍କ ମନରେ ବିଶ୍ୱାସ ଜନ୍ମାଇ ଘରେ କଳାକନା ବୁଲାଉଥିବା ୨ ଅଭିଯୁକ୍ତଙ୍କୁ ରବିବାର ଚନ୍ଦ୍ରଶେଖରପୁର ଥାନା ପୋଲିସ ଗିରଫ କରିଛି। ସେମାନେ ହେଲେ ଉତ୍ତରପ୍ରଦେଶର ରାଜା ଯୋଗୀ ଓ ସୁରେଶ ଯୋଗୀ। ଦୁହେଁ ଭୁବନେଶ୍ୱରସ୍ଥ ପଟିଆ ଷ୍ଟେଶନ ଅଞ୍ଚଳରେ ରହୁଥିଲେ। ସୂଚନା ମୁତାବକ, ଚୋରି କରିବା ପାଇଁ ରାଜା ଓ ସୁରେଶ ସାଧୁବେଶ ଧାରଣ କରୁଥିଲେ। ଗତ ଜୁଲାଇ ୧୬ତାରିଖ ପୂର୍ବାହ୍ନ ପ୍ରାୟ ସାଢେ ୧୦ଟାରେ ଦୁହେଁ ଡମଣା ଅଞ୍ଚଳର ଶରତ ଚନ୍ଦ୍ର ମଲ୍ଲିକଙ୍କ ଘରେ ପହଞ୍ଚିଥିଲେ। ତାଙ୍କ କବାଟ ବାଡ଼େଇ ପିଇବାକୁ ପାଣି ମାଗିଥିଲେ। ପାଣି ପିଇବା ପରେ ମିଠା କଥା କହି ସେମାନଙ୍କ ପ୍ରତି ଶରତଙ୍କ ମନରେ ମିଛ ବିଶ୍ୱାସ ଜନ୍ମାଇଥିଲେ। ଏହାପରେ ଭବିଷ୍ୟବାଣୀ କହିବା ନାଁରେ ତାଙ୍କ ଘରକୁ ଯାଇ ପରିବାର ଲୋକଙ୍କୁ ପୂଜାରେ ଆଖି ବନ୍ଦ କରି ବସିବାକୁ କହିଥିଲେ। ଶରତ ଓ ପରିବାର ଲୋକେ ଆଖି ବନ୍ଦ କରି ବସିବା ସମୟରେ ସେମାନେ ତାଙ୍କ ଘରୁ ୬ହଜାର ୫ଶହ ଟଙ୍କା, ଏକ ଏଲ୍‌ଇଡି ଟିଭି ନେଇ ଫେରାର ହୋଇଯାଇଥିଲେ। ଶନିବାର ଦୁହିଁଙ୍କୁ ଶରତ ଦେଖି ଫଟୋ ଉଠାଇ ପୋଲିସକୁ ଜଣାଇବା ସହ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଅଭିଯୁକ୍ତଙ୍କୁ ପଟିଆ ଷ୍ଟେଶନ ଅଞ୍ଚଳରୁ ଧରିଆଣି ତଦନ୍ତ ଆରମ୍ଭ କରିଥିଲା। ପଚରାଉଚରା ବେଳେ ସେମାନେ ଏଭଳି ଭାବେ ଚୋରି କରୁଥିବା କହିଥିଲେ। ଏ ନେଇ ପୋଲିସ ୪୯୨/୧୯ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ଦ୍ୱୟଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri