ସାନ ଦେଉଛନ୍ତି ଶୃଙ୍ଖଳାର ନିଦର୍ଶନ, ବଡ଼ ଭାଙ୍ଗୁଛନ୍ତି ନିୟମ: ବାଗ୍‌ଚୀ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଭାରତରେ ଘାତକ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨ଶହ ଟପିଥିବା ବେଳେ ଓଡ଼ିଶାରେ ଏହି ସଂଖ୍ୟା ୩ରେ ରହିଛି। ଏହାପଛରେ ଥିବା କାରଣଟି ହେଲା ଓଡ଼ିଶାର ଜନସାଧାରଣଙ୍କ ସଚେତନତା ଏବଂ ସହଯୋଗ। ଦୀର୍ଘ ୧୫ ଦିନ ଧରି ଲୋକମାନେ ସୁଖ ଓ ସ୍ବାଚ୍ଛନ୍ଦକୁ ତ୍ୟାଗ କରି ସାମାଜିକ ଦୂରତ୍ୱ ବଜାୟ ରଖିଛନ୍ତି। ସଂଗରୋଧ କରିଛନ୍ତି। ଲକ୍‌ଡାଉନ୍‌ରେ ରହିଛନ୍ତି। ସେଥିପାଇଁ କରୋନା ସଂକ୍ରମିତଙ୍କ ସଂଖ୍ୟା କମ୍‌ ରହିଛି ବୋଲି ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମଙ୍ଗଳବାର ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।

ଏହାଛଡ଼ା ଲକ୍‌ଡାଉନ୍‌ ସମୟରେ ପୁଅଝିଅମାନେ ସବୁଠାରୁ ବେଶି ତ୍ୟାଗ ଏବଂ ଧୌର୍ଯ୍ୟ ପ୍ରଦର୍ଶନ କରିଛନ୍ତି। ରାସ୍ତାଘାଟରେ ଛୋଟପିଲା ନଜର ଆସୁନାହାନ୍ତି। ସେମାନେ ଘରେ ରହି ବଡ଼ମାନଙ୍କ ପାଇଁ ଶୁଙ୍ଖଳାର ନିଦର୍ଶନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସେମାନଙ୍କୁ ସ୍ନେହ ଜଣାଇଛନ୍ତି। ସେମାନେ ପରିବାରର ବଡ଼ମାନଙ୍କୁ ବୁଝାଇ ଘରେ ରହିବାକୁ କୁହନ୍ତୁ ବୋଲି ବାଗ୍‌ଚୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri