ସାନ ରାମଚନ୍ଦ୍ରପୁରରେ ଗୋଷ୍ଠୀ ସଂଘର୍ଷ: ପୋଲିସର ମୃଦୁ ଲାଠିଚାଳନା, ୭୦ରୁ ଉର୍ଦ୍ଧ୍ୱ ଅଟକ

ଗଞ୍ଜାମ,୨୩ା୬(ଡି.ଏନ.ଏ.)-ରମ୍ଭା ଥାନା ଗଞ୍ଜାମ ବ୍ଲକ ସାନ ରାମଚନ୍ଦ୍ରପୁର ଗ୍ରାମରେ ଓଡିଆର୍‌ପି ଯୋଜନାରେ ମିଳୁଥିବା ଗୃହକୁ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ୪ ବର୍ଷରୁ ଉର୍ଦ୍ଧ୍ୱ ହେବ ଛକାପଞ୍ଝା ଲାଗି ରହିଥିଲା। ଗତ ଦୁଇ ଦିନ ତଳେ ଗ୍ରାମର କୋଠ ଟଙ୍କାକୁ ନେଇ ଗଣ୍ଡଗୋଳ ହୋଇଥିଲା। ମଙ୍ଗଳବାର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଏଥିତ୍ରେ ଗୋଟିଏ ଗୋଷ୍ଠୀର ୮ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ସେମାନେ ହେଲେ ଏମ. ଲକ୍ଷ୍ମଣ ପାତ୍ର, ବି. ମୋଚିରାମ ପାତ୍ର, ଜେ. ଚେନୟା ପାତ୍ର, ଏନ. ଜଗନ୍ନାଥ ପାତ୍ର, ଏନ.ଶାକଲେଡ ପାତ୍ର, ଏନ. ଦିଲୁ ପାତ୍ର, ଆର. ପାପାମା, ଆର. ଜଗନ୍ନାଥ ପ୍ରମୁଖ। ଗ୍ରାମରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଛି। ତହସିଲଦାର ଅବନୀ କୁମାର ସାହୁ, ଗଞ୍ଜାମ ଥାନା ଆଇଆଇସି ଦିଲୀପ କୁମାର ସାହୁ ଗାଁକୁ ଆସି ସ୍ଥିତି ଅନୁଧ୍ୟାନ କରିଛନ୍ତି। ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ଅଛନ୍ତି। ପୋଲିସ ଉପସ୍ଥିତିରେ ଦୁଇ ଗୋଷ୍ଠୀ ଠେଙ୍ଗାବାଡ଼ି, ଟେକାପଥର ଫୋପଡ଼ା ଫୋପାଡ଼ିି ହୋଇଥିଲେ। ଯାହାଫଳରେ ପୋଲିସକୁ ମୃଦୁ ଲାଠିଚାଳନା କରିବାକୁ ପଡ଼ିଥିଲା। ଥାନା ଆଇଆଇସି ମାଡ ମାଡ଼ିବାରୁ ମୁଣ୍ଡରେ ଆଘାତ ଲାଗିଥିବା ଶାକଲେଡ ପାତ୍ର ଗଣମାଧ୍ୟମକୁ କହିଛନ୍ତି।

ଓଡିଆର୍‌ପିରେ ଘରକୁ ନେଇ ଗାଁରେ ଲାଗିଥିବା ବିବାଦ ସମ୍ପର୍କରେ ପୂର୍ବରୁ ବାରମ୍ବାର ରମ୍ଭା ଥାନାରେ ଅଭିଯୋଗ ହୋଇଥିଲା। ଗତ ମେ ୧୯ରେ ତହସିଲଦାର ଓ ପୋଲିସ ଉପସ୍ଥିତିରେ ଉଭୟ ଗୋଷ୍ଠୀକୁ ବୁଝାଯାଇଥିଲା। ବୁଧବାର ପୁଣି ଏକ ବୈଠକ ହେବାର ଥିଲେ ମଧ୍ୟ କୌଣସି କାରଣରୁ ତାହାକୁ ବନ୍ଦ କରାଯାଇଥିଲା। ମଙ୍ଗଳବାର ସକାଳେ ଗ୍ରାମ ସଭାପତି ଶାକଲେଡ ଓ ଅନ୍ୟମାନେ କୂଅ ସଫା କରୁଥିବା ବେଳେ ଅନ୍ୟ ଗୋଷ୍ଠୀର ପ୍ରାୟ ୩୦ରୁ ଉର୍ଦ୍ଧ ବ୍ୟକ୍ତି ଠେଙ୍ଗା ଖଣ୍ଡାରେ ଅତର୍କିତ ଆକ୍ରମଣ କରିଥିବା ସେମାନେ ଅଭିଯୋଗ କରିଛନ୍ତି। ଏ ନେଇ ପୋଲିସ ନିଜ ଆଡ଼ୁ ଏକ ମାମଲା ରୁଜୁ କରି ୭୦ରୁ ଉର୍ଦ୍ଧ୍ୱ ଲୋକଙ୍କ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri