ଯୋଡ଼ା,୭।୧୨(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ଶାସ୍ତ୍ରୀନଗରର ଏକ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ।
ପୋଲିସ ସୂତ୍ରରୁ ପ୍ରକାଶ, ଶନିବାର ଅପରାହ୍ନରେ ଶାସ୍ତ୍ରୀନଗରଠାରେ ରହୁଥିବା ଦୀପକ ସୂତାର(୨୨) ଆତ୍ମହତ୍ୟା କରୁଥିବା ବେଳେ ଝରକା ବାଟେ ତାଙ୍କ ବଡ଼ଭାଇ ଦେଖି ପାରିଥିଲେ ା ତେବେ ତୁରନ୍ତ ଆସି କବାଟ ଭାଙ୍ଗି ଦୀପକଙ୍କୁ ଉଦ୍ଧାର କରାଯିବା ପାଇଁ ଚେଷ୍ଟା କରିଥିଲେ ମଧ୍ୟ ତାଙ୍କର ମୃତ୍ୟୁ ଘଟି ସାରିଥିଲା। ଏକ ଓଢ଼ଣୀ ବେକରେ ବାନ୍ଧି ସେ ଆତ୍ମହତ୍ୟା କରିଥିବା ସବ୍ଇନ୍ସପେକ୍ଟର ସୁସ୍ମିତା ହୋରୋ କହିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନା ପଠାଇବା ସହ କେସ୍ ନଂ ୩୦/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ତେବେ ଏପର୍ଯ୍ୟନ୍ତ ଆତ୍ମହତ୍ୟାର କାରଣ ଜଣାପଡ଼ିନାହିଁ।
Posted inHome, Home Left, ଆମ ଜିଲା ଖବର, କେନ୍ଦୁଝର View All
ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା: ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ
ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...
‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’
ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...
ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍ କାର୍ଡ, ଲାଇଫଟାଇମ୍ ଯାଏ Free
ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...
ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ
ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...
ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା
ଦୁବାଇ,୧୯।୧୨: ସିନିଅର୍ ମେନ୍ସ ଏସିଆ କପ୍ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...
ଛତୁଆ ବିଲ୍ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ
ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...
ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …
ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...
ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ
ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...
Archives


