ସାନିଟାଇଜର-କୀଟାଣୁନାଶକ ସ୍ପ୍ରେ ବି ନୁହେଁ ସୁରକ୍ଷିତ; ତ୍ୱଚାକୁ ପହଞ୍ଚାଏ କ୍ଷତି: ଏଏମ୍‌ଏଆଇ

ନୂଆଦିଲ୍ଲୀ,୨୨।୪: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ଏଥିରେ ସାବୁନରେ ହାତ ଧୋଇବା ଅବା ପାଣିର ଅଭାବରେ ସାନିଟାଇଜରର ବ୍ୟବହାର କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ଭାରତର କେତେକ ଅଞ୍ଚଳରେ କୀଟାଣୁନାଶକ ସ୍ପ୍ରେ କରୁଥିବା ଟନେଲ୍‌ ମଧ୍ୟ ନିର୍ମାଣ କରାଯାଇଛି। ଏହା ମଧ୍ୟ ଦେଇ ଲୋକେ ମାତ୍ର ୩ରୁ ୫ ସେକେଣ୍ଡ ମଧ୍ୟରେ ସାନିଟାଇଜ୍‌ ହୋଇପାରୁଛନ୍ତି। ତେବେ ସାନିଟାଇଜର ଅବା କୀଟାଣୁନାଶକ ସ୍ପ୍ରେର ବ୍ୟବହାର ଦ୍ୱାରା ତ୍ୱଚା ଉପରେ ଖରାପ ପ୍ରଭାବ ପଡ଼ିଥାଏ ବୋଲି ଭାରତୀୟ ଆଲକାଲି ମାନ୍ୟୁଫାକରର୍ସ ସଂଘ (ଏଏମ୍‌ଏଆଇ) ପକ୍ଷରୁ ସୂଚନା ଦିଆଯାଇଛି। ସାନିଟାଇଜର ଏବଂ କୀଟାଣୁନାଶକ ସ୍ପ୍ରେ ପ୍ରସ୍ତୁତିରେ ବିଭିନ୍ନ ପ୍ରକାର ରାସାୟନିକ ପଦାର୍ଥର ବ୍ୟବହାର କରାଯାଇଥାଏ। କୀଟାଣୁନାଶକ ସ୍ପ୍ରେରେ ମୁଖ୍ୟତଃ ସୋଡ଼ିୟମ୍‌ ହାଇପୋକ୍ଲୋରେଟ୍‌, ହାଇଡ୍ରୋଜେନ୍‌ ପେରକ୍ସାଇଡ୍‌, କ୍ଲୋରିନ୍‌, ବ୍ଲିଚିଂ ସଲ୍ୟୁଶନ କିମ୍ବା ବ୍ଲିଚିଂ ପାଉଡ଼ର ଆଦିର ବ୍ୟବହାର କରାଯାଇଥାଏ। ସେହିପରି ହାତ ସଫା ସାନିଟାଇଜରରେ ଆଲକୋହଲ, ଆଲୋଭିରା ଜୁସ୍‌, ଲବଙ୍ଗ ତେଲ, ୟୁକାଲିପଟାସ ତେଲ, ପିପରମେଣ୍ଟ୍‌ ଅବା ଅଲିଭ୍‌ ତେଲର ବ୍ୟବହାର ହୋଇଥାଏ। ଏସବୁ ରାସାୟନିକ ପଦାର୍ଥ ଯୋଗୁ ତ୍ୱଚା କୁଣ୍ଡାଇହେବା, ରିବି ରିବି ହୋଇ ଫଳିଯିବା ଆଦି ସମସ୍ୟା ଦେଖାଦେବାର ଆଶଙ୍କା ରହିଥାଏ। ଏସବୁକୁ ପାଟି, ଆଖି, ନାକ ଆଦିରେ ଲଗାଇବା ଅନୁଚିତ। ବେଳେବେଳେ ଏସବୁ ଯୋଗୁ ନିଶ୍ୱାସପ୍ରଶ୍ୱାସରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଥାଏ ବୋଲି ଏଏମ୍‌ଏଆଇ ପକ୍ଷରୁ କୁହାଯାଇଛି। ତେଣୁ କୀଟାଣୁନାଶକ ସ୍ପ୍ରେ କିମ୍ବା ସାନିଟାଇଜର ବ୍ୟବହାର ସମୟରେ ସତର୍କ ରହିବାର ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?