ସାପ କାମୁଡାରେ ୩ ମୃତ

ଔପଦା/ଖଇରା/କୁଳିଅଣା, ୨୫ା୯(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର ପୃଥକ ସ୍ଥାନରେ ସାପ କାମୁଡାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବାଲେଶ୍ୱର ଜିଲା ଔପଦା ଥାନା ଗଜାଆମ୍ବ ଗ୍ରାମର ମାଧବାନନ୍ଦ ମାରାଣ୍ଡି(୧୮), ଖଇରା ବ୍ଲକ ଡୁଙ୍ଗୁରା ପଞ୍ଚାୟତ ଖଣ୍ଡପଡ଼ା ଗ୍ରାମର ୨ବର୍ଷର ପୁଅ ଓ ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅସନବଣି ଗ୍ରାମର ଆହ୍ଲାଦୀ ମହାନ୍ତ(୫୦)।
୨୩ ତାରିଖ ରାତିରେ ମାଧବାନନ୍ଦ ପରିବାର ଲୋକଙ୍କ ସହ ଖାଇସାରି ଶୋଇଥିବା ବେଳେ ହଠାତ ତାଙ୍କ ଦେହ ପୋଡ଼ାଜଳା ହେବାରୁ ସେ ଚିତ୍କାର କରିଥିଲେ। ପରିବାର ଲୋକ ପୁଅର ଏପରି ଅବସ୍ଥା ଦେଖି କୌଣସି ବିଷଧର ସାପ କାମୁଡ଼ିଥିବା ଅନୁମାନ କରି ତୁରନ୍ତ ଚିକିତ୍ସା ପାଇଁ ସୋର ଡ଼ାକ୍ତରଖାନାକୁ ନେଇଥିଲେ। ସେଠାରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ଡ଼ାକ୍ତରଖାନାକୁ ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଛି। ଔପଦା ପୋଲିସ ସୋରରେ ପହଞ୍ଚି ଶବ ବ୍ୟବଚ୍ଛେଦ କରିବା ସହ ଏକ ଅପମୃତ୍ୟୁ ମାମଲା(ନଂ.୧୮/୧୯) ରୁଜୁ କରିଛି। ପରିବାରର ସେ ଏକମାତ୍ର ପୁଅ ଥିଲେ। ସେ ସୋର କଲେଜରେ ଯୁକ୍ତ ୩ ପ୍ରଥମ ବର୍ଷର ଛାତ୍ର ଥିଲେ ା ଖଣ୍ଡପଡ଼ା ଗ୍ରାମର ରବୀନ୍ଦ୍ରଙ୍କ ୨ବର୍ଷର ପୁଅକୁ ନେଇ ଶୋଇଥିବା ବେଳେ କୌଣସି ବିଷଧର ସାପ କାମୁଡ଼ିଥିଲା। ପୁଅ ସୋମବାର ସକାଳେ କାନ୍ଦିବାରୁ ଜ୍ୱର ହୋଇଛି ଭାବି ରବୀନ୍ଦ୍ର ତାଙ୍କୁ ଭଦ୍ରକ ନେଇଯାଇଥିଲେ। ସେଠାରେ ଡାକ୍ତରଙ୍କଠାରୁ ସାପ କାମୁଡ଼ିଥିବା କଥା ଜାଣିବା ପରେ ଗୁରୁତର ଅବସ୍ଥାରେ ସେ ତାଙ୍କୁ କଟକ ନେଇଯାଇଥିଲେ। ସେଠାରେ ପୁଅର ମୃତ୍ୟୁ ହୋଇଯାଇଥିଲା। ପୁଅର ଶବକୁ ଧରି ଆସୁଥିବା ବେଳେ ବାପା ରବୀନ୍ଦ୍ର ଗୁରୁତର ହୋଇପଡ଼ିଥିଲେ। ପରେ ତାଙ୍କର ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନା ଆଇସିୟୁରେ ରଖାଯାଇଛି। ସେହିପରି ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅଧୀନ ଅସନବଣି ଗ୍ରାମର ଆହ୍ଲାଦୀ ମହାନ୍ତ ମଙ୍ଗଳବାର ସକାଳେ ତାଙ୍କୁ ଏକ ବିଷଧର ସାପ କାମୁଡି ଦେଇଥିଲା। ପରିବାର ଲୋକେ ତାଙ୍କୁ ଚିକିତ୍ସା ପାଇଁ ବାରିପଦା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ କୁଳିଅଣା ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୩୦/୧୯) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri