ସାପ, ବାଦୁଡିଙ୍କ ଦ୍ୱାରା ବ୍ୟାପୁଛି କୋରୋନା ଭାଇରସ !

ବେଜିଂ,୨୩।୧: ଚାଇନାରେ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇଛି କୋରୋନା ଭାଇରସ। ଏବେ ଚାଇନାରେ ଏହି ଭାଇରସ ଆକ୍ରାନ୍ତରେ ୧୭ ଜଣଙ୍କ ମୃତ୍ୟୁ ହେବା ସହ ୫୫୦ଜଣ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଚାଇନାର କେତେଜଣ ବିଶେଷଜ୍ଞଙ୍କ ମତରେ ଯେଉଁମାନେ ବନ୍ୟଜୀବ ଯେମିତିକି, କୁକୁଡା, ବାଦୁଡ଼ି ଓ ସାପ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କଠାରେ ଏହି ଭାଇରସ ମିଳିଥିବା ଅନୁମାନ କରାଯାଉଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ୨୦୧୯ରେ ଏହାର ନାମ ଏନ୍‌ କୋଭ(nCoV) ଦେଇଥିଲା। ଏହା ଏକ ମେଡିକାଲ ପତ୍ରିକାରେ ପ୍ରକାଶ ପାଇଥିବା ଜଣାପଡିଛି। ଏହା ପ୍ରଥମେ ୨୦୧୯ରେ ଚାଇନାର ବୁହାନ ସହରରେ ଦେଖାଯାଇଥିଲା। ବିଶେଷଜ୍ଞମାନେ ଅନୁମାନ କରିଛନ୍ତି କି କୋରୋନା ଭାଇରସ ମନୁଷ୍ୟ ନିକଟକୁ ଆସିବା ପୂର୍ବରୁ ସାପ ନିକଟରେ ଥିବା ଅନୁମାନ କରାଯାଏ। ଏହା ସାର୍ସ ବା severe acute respiratory syndrome coronavirus (SARS)ସହ ସମାନ ବୋଲି ବିଶେଷଜ୍ଞମାନେ ଅନୁମାନ କରୁଛନ୍ତି। ଯାହା ୨୦୦୩ରେ ପ୍ରାୟ ୮,୪୨୨ଜଣଙ୍କୁ ନିଜ କବଳକୁ ନେବା ସହ ଏଥିରେ ପ୍ରାୟ ୯ଶହ ଜଣଙ୍କ ମୃତ୍ୟୁ ହୋଇଥିଲା। ଏବେ ବିଶେଷଜ୍ଞମାନେ କହିଛନ୍ତି ଏହି ଭାଇରସ ସାପ ଓ ବାଦୁଡ଼ିଙ୍କଠାରୁ ଆସିଥାଇପାରେ। ବେଜିଂର ଚାଇନିଜ ଏକାଡେମୀ ଅଫ୍‌ ସାଇନସେସ୍‌ ଦ୍ୱାରା ଅଧ୍ୟୟନ ପତ୍ରିକା ସାଇନ୍ସ ଚାଇନା ଲାଇଫ୍‌ ସାଇନ୍ସରେ ପ୍ରକାଶ ପାଇଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri