Posted inଖେଳ

ସାଫାକ୍‌ ୬ ବର୍ଷ ବାସନ୍ଦ

କାବୁଲ, ୧୧ା୫ (ପି.ଟି.)-ଆଫଗାନିସ୍ତାନ କ୍ରିକେଟ ବୋର୍ଡ (ଏସିବିି) ଉଇକେଟକିପର ବ୍ୟାଟ୍ସମ୍ୟାନ ସାଫିକୁଲ୍ଲା ସାଫାକ୍‌ଙ୍କୁ ୬ ବର୍ଷ ବାସନ୍ଦ କରିଛି। ଏହି ଖେଳାଳି ଉଭୟ ଆଫଗାନିସ୍ତାନ ପ୍ରିମିୟର ଲିଗ୍‌(ଏପିଏଲ୍‌) ଟି୨୦ ଏବଂ ବାଂଲାଦେଶ ପ୍ରିମିୟର ଲିଗ୍‌ (ବିପିଏଲ୍‌)ରେ ସେ ଦୁର୍ନୀତି କାର୍ଯ୍ୟକଳାପରେ ସମ୍ପୃକ୍ତ ଥିଲେ। ସେ ଫିକ୍ସିଂ କାର୍ଯ୍ୟରେ ଲିପ୍ତ ଥିଲେ। ଅନ୍ୟମାନଙ୍କୁ ଏଥିରେ ସମ୍ପୃକ୍ତ କରିବା ଲାଗି ଉଦ୍ୟମ କରିଥିଲେ। ଲାଞ୍ଚ ନେଇ ଜାଣିଶୁଣି ଖରାପ ଖେଳିବା ଆଦି ଅଭିଯୋଗ ତାଙ୍କ ବିରୋଧରେ ଥିଲା। ୩୦ ବର୍ଷୀୟ ସାଫାକ୍‌ ନିଜ ଦେଶ ତରଫରୁ ୨୪ ଅନ୍ତର୍ଜାତୀୟ ଦିନିକିଆ ଏବଂ ୪୬ ଅନ୍ତର୍ଜାତୀୟ ଟି୨୦ ଖେଳିଛନ୍ତି। ଶେଷ ଥର ସେ ୨୦୧୯ ସେପ୍ଟେମ୍ବରରେ ବାଂଲାଦେଶ ବିପକ୍ଷରେ ଏକ ଟି୨୦ ମ୍ୟାଚ୍‌ରେ ଖେଳିଥିଲେ। ସାଫାକ୍‌ ନିଜ ଭଲ ସ୍ବୀକାର କରିବା ସହ ଦଣ୍ଡକୁ ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

ଶୁଭମନ ଗିଲ ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ହୋଇଥିଲା ବଡ଼ ଚୁକ୍ତି, ଅଧିନାୟକ ଭାବରେ ଫେରିବେ ଓପନର, ହେଲେ କିଏ ଥିଲେ ଏହାର ମଧ୍ୟସ୍ଥି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ପାୱାର କରିଡରରେ ପୁଣି ଥରେ ଏକ ବଡ଼ ହଇଚଇ ସୃଷ୍ଟି ହୋଇଛି। ଶୁବମନ ଗିଲଙ୍କ ନାମ ଅଧିନାୟକତ୍ୱ, ରାଜନୀତି ଏବଂ ବିଶ୍ୱସନୀୟତାର...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ...

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri