ସାବଧାନ ! କରୋନା ପରେ ବି ଆସିପାରେ ଭୟଙ୍କର ସଂକ୍ରମଣ: ଆମିଷଠାରୁ ଦୂରେଇ ରହିବା ହୋଇପାରେ ଆବଶ୍ୟକ

ଓ୍ବାଶିଂଟନ,୨୦।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। କରୋନା ଯୋଗୁ ବହୁ ବିକଶିତ ଦେଶରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ନେଇ ମାନବ ସମାଜ ସଚେତନ ହେବାର ସମୟ ଆସିଛି ବୋଲି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ଭେଟେରେନାରୀ ସ୍କୁଲରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ମଣିଷ ନିଜ ସୁବିଧା ସୁଯୋଗ ପାଇଁ ପୃଥିବୀର ଅନ୍ୟ ପ୍ରାଣୀଙ୍କ ପ୍ରାକୃତିକ ବାସସ୍ଥାନରେ ପରିବର୍ତ୍ତନ ଆଣିଛି। ଏହାର ଫଳ ସ୍ବରୂପ ଏବେ କରୋନା ଭଳି ଭୂତାଣୁ ସଂକ୍ରମଣ ହେବାରେ ଲାଗିଛି। ଯଦି ଏଭଳି ସ୍ଥିତି ଜାରି ରୁହେ ତେବେ ହୁଏତ ଆଗାମୀ ଦିନରେ ଏହାଠାରୁ ଅଧିକ ଭୟଙ୍କର ସଂକ୍ରମଣ ହେବାର ଆଶଙ୍କା ରହିଛି ବୋଲି ଗବେଷକ ଦଳର ନେତୃତ୍ୱ ନେଉଥିବା କ୍ରିଷ୍ଟିନ୍‌ ଜନସନ୍‌ କହିଛନ୍ତି। ଜଙ୍ଗଲରେ ରହୁଥିବା ପ୍ରାଣୀଙ୍କୁ ଧରି ମଣିଷ ମାଂସ ଖାଇବା ଦ୍ୱାରା ଧିରେଧିରେ ସେମାନଙ୍କ ସଂଖ୍ୟା କମିବାରେ ଲାଗିଛି। ଏହାଯୋଗୁ ପ୍ରାକୃତିକ ପରିବେଶ ପ୍ରଭାବିତ ହେଉଛି। ସେହିପରି କେତେକ ପ୍ରାଣୀଙ୍କୁ ହତ୍ୟା କରି ସେମାନଙ୍କ ଶରୀରର ବିଭିନ୍ନ ଅଙ୍ଗକୁ ଚୋରାଚାଲାଣ କରାଯାଉଛି। ଏହାର ନକାରାତ୍ମକ ପ୍ରଭାବ ମଧ୍ୟ ପରିବେଶକୁ ନଷ୍ଟ କରୁଛି। ପରିବେଶରେ ସନ୍ତୁଳନ ଆଣିବା ପାଇଁ ହୁଏତ ମଣିଷ ପାଇଁ ଆମିଷ ଖାଦ୍ୟ ଭକ୍ଷଣ କରିବା ବର୍ଜନ କରିବାକୁ ପଡ଼ିପାରେ ବୋଲି କ୍ରିଷ୍ଟିନ୍‌ ମତପୋଷଣ କରିଛନ୍ତି। କାରଣ କରୋନା ଭଳି ସଂକ୍ରମଣ ପ୍ରାଣୀଠାରୁ ମଣିଷକୁ ଆସିଥାଏ। ନିକଟରେ ହୋଇଥିବା ଗବେଷଣାରୁ ଜଣାପଡ଼ିଛି ଯେ, ବାଦୁଡ଼ିଠାରେ କରୋନା ଭୂତାଣୁ ରହିଛି। ତେବେ ଏହା ସିଧା ସଳଖ ମଣିଷ ପାଖକୁ ଆସି ନାହିଁ। ଏଥିପାଇଁ ବଜ୍ରକାପ୍ତା ମାଧ୍ୟମ ପାଲଟି ଥିବାର ଅନୁମାନ କରାଯାଉଛି। ଚାଇନାରେ ବଜ୍ରକାପ୍ତା ଶରୀର ବିଭିନ୍ନ ଅଙ୍ଗକୁ ନାନା ପ୍ରକାର ଔଷଧ ପ୍ରସ୍ତୁତିରେ ବ୍ୟବହାର କରାଯାଇଥାଏ। ସେହିପରି ପ୍ରାଣୀଙ୍କଠାରେ ଥିବା ବହୁ ସଂକ୍ରମଣ ମାଂସ ଭକ୍ଷଣ ଦ୍ୱାରା ମଣିଷ ଶରୀରକୁ ଆସିଥାଏ। ତେଣୁ ଏଭଳି ସଂକ୍ରମଣରୁ ଦୂରେଇ ରହିବା ପାଇଁ ମଣିଷକୁ ନିଜ ଜୀବନ ଶୈଳୀରେ ପରିବର୍ତ୍ତନ ଆଣିବାର ଆବଶ୍ୟକତା ରହିଛି ବୋଲି ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri