Posted inଜାତୀୟ

ସାବରମତୀ ଆଶ୍ରମକୁ ଗସ୍ତ କରିବେ ଟ୍ରମ୍ପ: ଉପହାରରେ ମିଳିବ ଗାନ୍ଧୀଙ୍କ ପସନ୍ଦର ଜିନିଷ

ଅହମଦାବାଦ,୧୯।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଚଳିତ ମାସରେ ଆସୁଛନ୍ତି। ଫେବୃଆରୀ ୨୪ ଓ ୨୫ ଏହି ଦୁଇ ଦିନିଆ ଗସ୍ତରେ ସେ ଗୁଜରାଟର ଅହମଦାବାଦ ଓ ଦିଲ୍ଲୀରେ ରହିବେ। ଏହି ଗସ୍ତ ସମୟରେ ଟ୍ରମ୍ପ ଅହମଦାବାଦର ସାବରମତୀ ଆଶ୍ରମକୁ ମଧ୍ୟ ଯିବେ। ସେହି ସମୟରେ ତାଙ୍କୁ କିଛି ସ୍ବତନ୍ତ୍ର ଉପହାର ଦିଆଯିବ। ଗାନ୍ଧୀ ଆଶ୍ରମ ଟ୍ରଷ୍ଟ ପକ୍ଷରୁ ତାଙ୍କୁ ଉପହାରରେ ଗାନ୍ଧୀଙ୍କ ଚରଖା, ପେନ୍‌ସିଲ୍‌ରେ ତିଆରି ହୋଇଥିବା ପୋଟ୍ରେଟ୍‌ ଓ ଗାନ୍ଧୀଙ୍କ ଲିଖିତ ଏକ ବହି ଦିଆଯିବ ବୋଲି ଟ୍ରଷ୍ଟି ଅମୃତ ମୋଦି କହିଛନ୍ତି। ଏଥିସହ ସେ କହିଛନ୍ତି, ଯେତେବେଳେ ଜଣେ ଭିଆଇପି ବିଦେଶୀ ଏଠାକୁ ଗସ୍ତ କରିଥାନ୍ତି, ପରେ ସେମାନଙ୍କ ପାଇଁ ଏହା ଏକ ସୁନ୍ଦର ସ୍ମୃତି ପାଲଟିଯାଏ। ଏଭଳି କ୍ଷେତ୍ରରେ ଟ୍ରମ୍ପଙ୍କ ଏହି ଗସ୍ତକୁ ମଧ୍ୟ ସୁନ୍ଦର ସ୍ମୃତି କରାଯିବ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଅହମଦାବାଦ ବିମାନବନ୍ଦରରୁ ଟ୍ରମ୍ପଙ୍କ ଆସିବା ପରେ ତାଙ୍କୁ ବହୁ ଆଡମ୍ବରରେ ସ୍ବାଗତ କରାଯିବ। ଏଥିପାଇଁ ଭାରତ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଟ୍ରମ୍ପ ବିମାନ ବନ୍ଦରରୁ ଓହ୍ଲାଇବା ପରେ ୧୯ଜଣ ଶଙ୍ଖ ବଜେଇବା ସହ ନୃତ୍ୟ ଓ ଫୁଲର ବର୍ଷା କରାଇ ତାଙ୍କୁ ସ୍ବାଗତ କରାଯିବ। ଦୀର୍ଘ ୭କିଲୋମିଟର ପର୍ଯ୍ୟନ୍ତ ରୋଡ ଶୋ’ ହେବା ପରେ ସେ ଗାନ୍ଧୀ ଆଶ୍ରମ ଯିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଦମ୍‌ଦାର ଜବାବ ଦେଲେ ବୈଭବ ସୂର୍ଯ୍ୟବଂଶୀ: କିଛି କହିବା ପୂର୍ବରୁ ୧୦୦୦ ଥର ଭାବିବେ କ୍ରିକେଟ ପଣ୍ଡିତ!

ନୂଆଦିଲ୍ଲୀ, ୩୧।୮: ଦୁଲୀପ ଟ୍ରଫି ଡେବ୍ୟୁ ମ୍ୟାଚରେ ବୈଭବ ସୂର୍ଯ୍ୟବଂଶୀ ମାତ୍ର ୮ ରନ କରି ଆଉଟ ହେବା ପରେ ତାଙ୍କ ରେଡ ବଲ ଟେମ୍ପରାମେଣ୍ଟକୁ ନେଇ…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ବୈଭବଙ୍କ ବୋଲିଂ ଆକ୍ସନ ଦେଖି ଯୁବରାଜଙ୍କ ମଜାଦାର କମେଣ୍ଟ, କହିଲେ ଏମିତି…ପଡିଗଲା ଚହଳ

ନୂଆଦିଲ୍ଲୀ, ୩୧।୮: ଭାରତୀୟ କ୍ରିକେଟର ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ଏବେ ୨୦୨୬ ଦୁଲୀପ ଟ୍ରଫିରେ ନିଜ ପ୍ରତିଭାର ଝଲକ ଦେଖାଉଛନ୍ତି। ମାତ୍ର ୧୫ ବର୍ଷ ବୟସର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri