ସାବିତ୍ରୀ ବ୍ରତ ପାଇଁ ମାନିଲେନି କଟକଣା: ଜିନିଷ କିଣିବାକୁ ଠେଲାପେଲା

ଅନୁଗୋଳ ଅଫିସ, ୨୧।୫- ରାତି ପାହିଲେ ସାବିତ୍ରୀ ବ୍ରତ ଥିବାରୁ ଗୁରୁବାର ଲୋକମୟ ହୋଇଉଠିଥିଲା ଅନୁଗୋଳ ବଜାର। କରୋନା ପାଇଁ ଜାରି ସବୁ କଟକଣାକୁ ଭୁଲି ଲୋକେ ବଜାରରେ ପ୍ରବଳ ଭିଡ଼ ଜମାଇଥିବା ଦେଖିବାକୁ ମିଳିଥିଲା। ବିଭିନ୍ନ ଦୋକାନରେ ଲୋକେ ଜିନିଷ କିଣିବାକୁ ଠେଲାପେଲା ହେଉଥିବା ବେଳେ ପୋଲିସ ସେମାନଙ୍କୁ ତାଗିଦ୍‌ ମଧ୍ୟ କରୁଥିଲା। ହେଲେ ଏସବୁକୁ ଖାତିର ନ କରିି ସେମାନେ ଜିନିଷପତ୍ର କିଣିବା ସହ ଅନେକେ ଫାଇନ ମଧ୍ୟ ଭରିଥିବା ଜଣାଯାଇଛି।
ସହର ମଝିରେ ଥିବା ଡେଲି ମାର୍କେଟରେ ଶାଢୀ, ଫଳ, ପୂଜା ସାମଗ୍ରୀ, ବହି ଆଦି ବିଭିନ୍ନ ଦୋକାନରେ ଲୋକଙ୍କ ଗହଳି ହୋଇଥିଲା। ଭିଡ଼ ନିୟନ୍ତ୍ରଣ ପାଇଁ ଅନୁଗୋଳ ପୋଲିସ ପକ୍ଷରୁ ପଇଁତରା ମରାଯିବା ସହ ସାମାଜିକ ଦୂରତା ରଖିବାକୁ ତାଗିଦ ମଧ୍ୟ କରାଯାଇଥିଲା। ହେଲେ ଲୋକେ ଏହାକୁ ନ ମାନି ଗହଳି କରିଥିଲେ। ବହୁ ସଂଖ୍ୟାରେ ଲୋକଙ୍କ ସହ ବ୍ୟବସାୟୀ ଏଥିପାଇଁ ଜରିମାନା ମଧ୍ୟ ଗଣିଥିଲେ। ସାବିତ୍ରୀ ବ୍ରତ ସହ ପ୍ରଶାସନ ପକ୍ଷରୁ ନିୟମ କୋହଳ କରାଯାଇଥିବାରୁ ସେମାନେ ବଜାରକୁ ଆସି ଜିନିଷପତ୍ର କିଣୁଥିବା କେତେଜଣ ଗ୍ରାହକ ପ୍ରକାଶ କରିଛନ୍ତି। ଅନୁଗୋଳ ଥାନାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ମାସ୍କ ପିନ୍ଧି ନ ଥିବା ଏବଂ ସାମାଜିକ ଦୂରତା ରକ୍ଷା କରି ନ ଥିବା ଲୋକ ଏବଂ ବ୍ୟବସାୟୀଙ୍କ ନିକଟରୁ ଜରିମାନା ଆଦାୟ କରାଯାଉଛି। ଲୋକମାନେ ଅମାନିଆ ହୋଇ ହାଉଯାଉ ହେଉଛନ୍ତି। ସେମାନେ ନିଜେ ସଚେତନ ନ ହେଲେ କିଛି କରିହେବ ନାହିଁ ବୋଲି ପୋଲିସ ଅଧିକାରୀ ଜଣକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତି ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

ଆଉ ନାହାନ୍ତି ଖେଳ ଶିକ୍ଷକ ଲକ୍ଷ୍ମୀଧର, ହାଟଡିହୀରେ ଶୋକର ଛାୟା

ହାଟଡିହୀ/ଛେନାପଦୀ,୧୨l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ହାଇସ୍କୁଲର ପୂର୍ବତନ ଖେଳ ଶିକ୍ଷକ ଲକ୍ଷ୍ମୀଧର ପହିଙ୍କର ୮୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେବ ସେ…

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri