ସାମାଜିକ କର୍ମୀଙ୍କୁ ହେଲ୍‌ମେଟରେ ପିଟି ଖସିଗଲେ ଲୁଟେରା: ଚୋରି ବାଇକ, ଲୁଟ୍‌ ଭ୍ୟାନିଟି ପୋଲିସ ଜିମା

ଭୁବନେଶ୍ୱର, ୨୫ ।୪(ବ୍ୟୁରୋ)- ରାଜଧାନୀରେ ନିର୍ବାଚନକୁ ନେଇ ପୋଲିସ ମଙ୍ଗଳବାର ବ୍ୟସ୍ତଥିବାବେଳେ ଏପଟେ ରାସ୍ତା ଓ ବଜାରରେ ମାତିଥିଲେ ଲୁଟେରା। ତେବେ ଲୁଟେରା ଜଣକ ଏକ ଦମ୍ପତିଙ୍କଠାରୁ ଲୁଟ୍‌ କରି ପଳାଉଥିବାବେଳେ ୪ଜଣ ସାମାଜିକ କର୍ମୀ ଗୋଡ଼ାଇ କାବୁ କରିବା ଓ ଲୁଟେରା ଜଣକ ହେଲ୍‌ମେଟ୍‌ରେ ଆକ୍ରମଣ କରି ଖସିିଯିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଖାରବେଳନଗର ଥାନା ଅଞ୍ଚଳରେ ଘଟିଥିଲା ଏହି ଘଟଣା।   ରାଜସ୍ଥାନର ସୁଧାକର ରତ୍‌ଓ୍ବା ଖଣ୍ଡଗିରି ଅଞ୍ଚଳରେ ପରିବାର ସହ ରହିବା ରୁହନ୍ତି। ସେ ଏକ ଘରୋଇ କଲେଜର କର୍ମଚାରୀ। ମଙ୍ଗଳବାର ସନ୍ଧ୍ୟାରେ ସୁଧାକର ତାଙ୍କ ସ୍ତ୍ରୀ ଭାରତୀଙ୍କ ସହ ମାଷ୍ଟର କ୍ୟାଣ୍ଟିନସ୍ଥିତ ଏକ ଜୁଏଲାରୀ ଦୋକନକୁ ଆସିଥିଲେ। ସେଠାରୁ ବାହାରିବାପରେ ଲୁଟେରା ଜଣକ ଭାରତୀଙ୍କ ହାତରୁ ଭ୍ୟାନିଟି ବ୍ୟାଗ ଝାମ୍ପିନେଇ ଫେରାର ହୋଇଯାଉଥିଲେ। ଚିତ୍କାର ଶୁଣି ସେଠାରେ ଉପସ୍ଥିତ ଥିବା  ଫନିକ୍ସ ସେବାର ସଦସ୍ୟମାନେ ଦୁଇଟି ବାଇକରେ ଉକ୍ତ ଲୁଟେରାଙ୍କ ପିଛା କରିଥିଲେ। କିଛି ସମୟ ପରେ ସେମାନେ ଅତି ସାହସିକତାର ସହ ଉକ୍ତ ଲୁଟେରାଙ୍କୁ ଗୋଡାଇ ରବି ଟକିଜ ଛକ ନିକଟରେ କାବୁ କରିଥିଲେ। କିଛି ସମୟ ଧରି ଲୁଟେରାଙ୍କ ସହ ସେମାନଙ୍କର ଧସ୍ତାଧସ୍ତି ହୋଇଥିଲା। ଶେଷରେ ଲୁଟେରା ଜଣକ ପିନ୍ଧିଥିବା ହେଲ୍‌ମେଟ୍‌ରେ ଆକ୍ରମଣ କରିବା ସହ ନିଜ ବାଇକ୍‌ ଓ ଲୁଟ୍‌ ଭ୍ୟାନିଟ ବ୍ୟାଗ୍‌ ଛାଡ଼ି ଦୌଡ଼ିଥିଲେ।  ପରେ ସାମାଜିକ କର୍ମୀମାନେ ସେସବୁକୁ  ଆଣି ପୋଲିସ ଜିମା ଦେଇଛନ୍ତି। ଉକ୍ତ ବ୍ୟାଗରେ ନଗଦ ୪ ହଜାର ଟଙ୍କା, ନୂଆ ଅଳଙ୍କାର ଓ ଜରୁରୀ କାଗଜ ପତ୍ର ରହିଥିଲା।  ଏନେଇ ପୋଲିସ ୧୧୩/୧୯ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ତେବେ ଲୁଟେରା ଛାଡ଼ିଯାଇଥିବା ବାଇକଟି ମଧ୍ୟ ଚୋରି ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍‌ଆଇଆର୍

ଜଗତସିଂହପୁର, ୬।୭: ଜାତୀୟ ରାଜପଥ–୫୫ (ଏନ୍‌ଏଚ୍–୫୫)ର ନିର୍ମାଣ କାର୍ଯ୍ୟରେ ମନ୍ଥର ଗତି ଏବଂ ନିମ୍ନମାନର କାମକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ…

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନୂଆ ମାର୍ଗଦର୍ଶିକା, ଏଣିକି ବର୍ଷକୁ ୪ଟି ପରୀକ୍ଷା ଦେବେ…

ଭୁବନେଶ୍ବର,୬ା୭: ତୃତୀୟରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଏଣିକି ବର୍ଷକୁ ୪ଟି ପରୀକ୍ଷୀ ଦେବାକୁ ହେବ । ପୂର୍ବରୁ ବର୍ଷକୁ ଦୁଇଟି ପରୀକ୍ଷା ହେଉଥିବା ବେଳେ ବର୍ତ୍ତମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡେପୁଟି କମିଶନର ଅଫ୍ ପୋଲିସ  (ଡିସିପି) ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି,…

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର  ଡେପୁଟି କମିଶନର ଅଫ୍ ପୋଲିସ(ଡିସିପି) ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ଯାହାକି ରାଜଧାନୀ ପୋଲିସକୁ ଆଶ୍ଚର୍ଯ୍ୟ କରିଦେଇଛି। ବ୍ୟକ୍ତିଗତ କାରଣରୁ ସେ ଚାକିରି…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri