Posted inରାଜ୍ୟ

ସାମାଜିକ ଦୂରତା, ମାସ୍କ ପିନ୍ଧିବା ନେଇ ଲୋକଙ୍କୁ ସଚେତନ କରାଇବ ଡ୍ରୋନ୍‌

ଭୁବନେଶ୍ୱର, ୨୮।୫(ବ୍ୟୁରୋ): କରୋନା ଭାଇରସ ମୁକାବିଲା ପାଇଁ ସାମାଜିକ ଦୂରତା ନିୟମ ଏବଂ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ତେବେ କିଛି ଲୋକ ଏହାକୁ ପାଳନ କରୁ ନ ଥିବା ଦେଖିବାକୁ ମିଳୁଛି। ତେଣୁ କଟକ ଓ ଭୁବନେଶ୍ୱର ଅଞ୍ଚଳରେ ଡ୍ରୋନ୍‌ ଦ୍ୱାରା ଲୋକଙ୍କୁ ସଚେତନ କରିବ କମିଶନରେଟ ପୋଲିସ। ଏପରିକି ଡ୍ରୋନ୍‌ ମାଧ୍ୟମରେ ପ୍ରଚାର କରିଯିବ ଓ ମାସ୍କ ପିନ୍ଧିବା ପାଇଁ ବୁଝାଯିବ। ଏ ନେଇ ଗୁରୁବାର ଡ୍ରୋନ୍‌କୁ ଟେଷ୍ଟ କରାଯାଇଛି। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏହି ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ, ରାଜଧାନୀରେ ଲୋକଙ୍କୁ ସାମାଜିକ ଦୂରତାକୁ ପାଳନ କରିବାକୁ ହେବ। ଏଥିପାଇଁ ଟିମ୍‌ ମୁତୟନ ହେବେ । ଏମାନେ ବଜାର ଓ ମୁଖ୍ୟ ରାସ୍ତାଗୁଡ଼ିକ ଉପରେ ନଜର ରଖିବେ । କୋଭିଡ-୧୯ ନିୟମ ଉଲ୍ଲଂଘନ କରୁଥିବା ଅର୍ଥାତ ମାସ୍କ ପିନ୍ଧୁ ନଥିବା ଲୋକଙ୍କଠାରୁ ଏହି ଟିମ୍‌ ଜରିମାନା ଆଦାୟ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri