ସାମାଜିକ ଦୂରତା ରଖିଲେ ପରିବା ବ୍ୟବସାୟୀ

ବରଗଡ଼ ଅଫିସ୍‌,୩।୪-କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଲକ୍‌ ଡାଉନ କଟକଣା ଲାଗୁ ହୋଇଛି । ଏଥିରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୃଷ୍ଟିରୁ ପରିବା ବଜାରକୁ ବାଦ୍‌ ଦିଆଯାଇଛି । ସେହିପରି କରୋନା ମୁକାବିଲା ପାଇଁ ସାମାଜିକଦୂରତ୍ୱ ଅବଲମ୍ବନକୁ ଗୁରୁତ୍ୱ ଦିଆଯାଉଛି । ମାତ୍ର ବରଗଡ଼ ଜିଲାର ପରିବା ବଜାର ଗୁଡ଼ିକରେ ଯେଭଳି ଅସମ୍ଭାଳ ଭିଡ଼ ରହୁଛି, ସେଥିରୁ ତାହା ଫେଲ୍‌ ମାରୁଥିବା ପରିଲକ୍ଷିତ ହେଉଛି । ଏହାକୁ ଆଖି ଆଗରେ ରଖି ବରଗଡ଼ ସବଜେଲ ପଛପଟେ ରହିଥିବା ପରିବା ବଜାରକୁ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆକୁ ସ୍ଥାନାନ୍ତର କରାଯାଇଥିଲା । ତେବେ ପୂର୍ବାପେକ୍ଷା ଭିଡ଼ କମିଥିଲା । ହେଲେ ସ୍ଥାନୀୟ ହାଟପଦା ଭଳି ସେଠାରେ ମଧ୍ୟ ଲୋକେ ସାମାଜିକ ଦୂରତ୍ୱ ଅବଲମ୍ବନ କରୁ ନଥିବା ନଜରକୁ ଆସିଛି । ଫଳରେ ପରିବା ବଜାରରେ ଲୋକଙ୍କ ମଧ୍ୟରେ ସମଦୂରତ୍ୱ ବଜାୟ ରଖିବା ଲକ୍ଷ୍ୟ ରଖି ବରଗଡ଼ ଲୋକମଣ୍ଡପ ପଡ଼ିଆରେ ମଧ୍ୟ ଅସ୍ଥାୟୀ ପରିବା ବଜାର ଖୋଲିଛି ଏବଂ ଏଠାରେ ପରିବା ବିକାଳି, ଗରାଖମାନେ ସାମଜିକ ଦୂରତ୍ୱ ଅବଲମ୍ବନ କରୁଥିବା ପରିଲକ୍ଷିତ ହୋଇଛି । ପ୍ରତି ବଜାରରେ ଏଭଳି ବ୍ୟବସ୍ଥା କରାଗଲେ କରୋନା ମୁକାବିଲା ପାଇଁ ଲାଗୁ କରାଯାଇଥିବା ଲକ୍‌ ଡାଉନ୍‌ ସମେତ ସାମାଜିକ ଦୂରତ୍ୱ ଅବଲମ୍ବନ ସଫଳ ହେବ ବୋଲି ସାଧାରଣରେ ମତପ୍ରକାଶ ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri