ସାମାଜିକ ଦୂରତା, ସ୍ବଚ୍ଛତା ଅବଲମ୍ବନ ଜରୁରୀ

ବାଲେଶ୍ୱର ଅଫିସ, ୨୦।୪: ବାଲେଶ୍ୱର ଜିଲା କଂଗ୍ରେସ ପକ୍ଷରୁ ନଗର କଂଗ୍ରେସ କମିଟି ସଭାପତି ପଦ୍ମଲୋଚନ ଲେଙ୍କାଙ୍କ ନେତୃତ୍ୱରେ ଶନିବାର ମିର୍ଜାପୋଖରୀ ନିକଟବର୍ତ୍ତୀ ସାଇ ମନ୍ଦିର, ଗୋପାଳଗାଁ ଓ ମାଣିଖମ୍ବ, ସୁଏଲପୁର ଅନ୍ୟାନ୍ୟ ବସ୍ତିରେ ଶୁଖିଲା ଖାଦ୍ୟ ଓ ରାଶନ ଆକାରରେ ଅଟା, ଆଳୁ, ପିଆଜ, ବିଲାତି ଓ ବାଇଗଣ ଆଦି ପ୍ୟାକେଟ୍‌ କରାଯାଇ ବଣ୍ଟନ କରାଯାଇଛି। ସହରର ଲକ୍‌ଡାଉନ ଅଞ୍ଚଳରେ ପ୍ରାୟ ୧୫ଶହ ଗରିବ ଲୋକଙ୍କୁ ରନ୍ଧାଖାଦ୍ୟ ବଣ୍ଟନ କରାଯାଇଛି। ସମସ୍ତ ପ୍ରକାର ସତର୍କତା ସତ୍ତ୍ୱେ ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜନସାଧାରଣ ଚିନ୍ତିତ ହୋଇପଡ଼ିଛନ୍ତି। ଏହି ପରିସ୍ଥିତିରେ ଆମେ ଆତଙ୍କିତ ନ ହୋଇ ସଚେତନତା ଓ ସତର୍କତା ହେବା ଅଧିକ ଜରୁରୀ ବୋଲି ବାଲେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀର କଂଗ୍ରେସ ଏମ୍‌ପି ପ୍ରାର୍ଥୀ ନବଜ୍ୟୋତି ପଟ୍ଟନାୟକ ଜଣାଇଛନ୍ତି। ସେ କହିଛନ୍ତି କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଆମେ ସାମାଜିକ ଦୂରତା, ସ୍ବଚ୍ଛତାକୁ ଗୁରୁତ୍ୱ ଦେବା ଦରକାର। ଏଥିସହ ମୁହଁରେ ମାସ୍କ ପିନ୍ଧିବା ସହ ଭିଡ଼ ଜାଗାକୁ ନ ଯିବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ପଟ୍ଟନାୟକଙ୍କ ପରାମର୍ଶ ମୁତାବକ ପ୍ରଦେଶ କଂଗ୍ରେସ କମିଟି ପୂର୍ବତନ ସାଧାରଣ ସମ୍ପାଦକ ତଥା ବାଲେଶ୍ୱର ଡିଷ୍ଟ୍ରିକ୍ଟ କଣ୍ଟୋଲ ରୁମ୍‌ ଇନଚାର୍ଜ ସଞ୍ଜୀବ ଗିରି, ପୂର୍ବତନ ଉପସଭାପତି ଗୋପୀନାଥ ପାଢ଼ୀ, ରାଜ୍ୟ ମହିଳା କଂଗ୍ରେସ ସାଧାରଣ ସମ୍ପାଦିକା ଅର୍ଚ୍ଚନା ନନ୍ଦୀ, ସୁବ୍ରତ ଦାସ, ତୁଷାରକାନ୍ତ ତପସ୍ବୀ, ଦେବଦତ ଦାସ, ଗୌତମ ସାହୁ, ରଞ୍ଜନ ଦାସ, ଜ୍ଞାନେନ୍ଦ୍ର ମହାନ୍ତି, ଅବଦୁଲ୍‌ ବୁରହାନ, ଜୀବନ ମହାପାତ୍ର, ମୁସ୍ତାଫିକ ଖାନ୍‌, ସେଖ୍‌ ଅସଗର ଅଲ୍ଲୀ, ଯୁବନେତା ସରୋଜ ଲେଙ୍କା ପ୍ରମୁଖ କାର୍ଯ୍ୟକ୍ରମରେ ସକ୍ରିୟ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri