ସାମାଜିକ ଦୂରତ୍ୱ ପାଇଁ ଗାଇଡ୍‌ଲାଇନ୍‌: ୧୪୪ ଧାରା ପରିବର୍ତ୍ତେ କରାଯିବ ସଚେତନ, ବିବାହ ଉତ୍ସବରେ ୫୦ ମଧ୍ୟରେ ଅତିଥି ସୀମିତ ପାଇଁ ପରାମର୍ଶ

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାମାଜିକ ଦୂରତ୍ୱ ନେଇ ମଙ୍ଗଳବାର ସରକାର କମିଟି ଗଠନ କରିଛନ୍ତି। ଗାଇଡ୍‌ଲାଇନ୍‌ କମିଟି ମୁଖ୍ୟ ଏପିସି ପ୍ରଦୀପ୍ତ ମହାପାତ୍ରଙ୍କ ଅଧ୍ୟକ୍ଷତାରେ କମିଟି ଗଠନ କରାଯାଇଛି। ନିଜ ସହ ସମାଜକୁ ସୁରକ୍ଷିତ ରଖାଯିବା ନେଇ କମିଟି ପକ୍ଷରୁ ବିଭିନ୍ନ ଗାଇଡ୍‌ଲାଇନ୍‌ କରାଯାଇଛି। ତଦନୁଯାୟୀ, ବାହାଘର ଆଦି ଉତ୍ସବରେ ୫୦ ମଧ୍ୟରେ ଅତିଥି ସୀମିତ ରଖିବାକୁ କୁହାଯାଇଛି। ଅତ୍ୟନ୍ତ ଜରୁରୀ ନ ଥିବା ସାମାଜିକ ଉତ୍ସବ ସ୍ଥଗିତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସାମାଜିକ ଦୂରତ୍ୱ ରଖିବାକୁ କର୍ତ୍ତୃପକ୍ଷ ୧୪୪ ଧାରା ଜାରି କରିପାରିବେନାହିଁ। ଜିଲାପାଳ, ମାଜିଷ୍ଟ୍ରେଟ୍‌ କିମ୍ବା ପୋଲିସ କମିଶନର ୧୪୪ ଜାରି କରିବେ ନାହିଁ। ସେମାନେ ୧୪୪ ଧାରା ପରିବର୍ତ୍ତେ ସାମାଜିକ ସଚେତନତା ଦ୍ୱାରା ଦୂରତ୍ୱ ପାଇଁ କହିବେ। ଆହାର କେନ୍ଦ୍ର, ଓମ୍‌ଫେଡ ବୁଥ୍‌ରେ ହାତ ଧୋଇବା ବାଧ୍ୟତାମୂଳକ କରାଯାଇଛି। ବୃଦ୍ଧବୃଦ୍ଧାଙ୍କୁ ପିଡିଏସ୍‌ ସାମଗ୍ରୀ ତାଙ୍କ ଘରେ ପହଞ୍ଚାଯିବ। ପିଡିଏସ୍‌ ପାଇଁ ବ୍ୟବହୃତ ପିଓଏସ୍‌ ମେଶିନକୁ ସାନିଟାଇଜ କରାଯିବ। ବସ୍‌ ସାନିଟାଇଜ୍‌ ହେବ, ଯାତ୍ରୀଙ୍କ ମଧ୍ୟରେ ନିର୍ଦ୍ଧିଷ୍ଟ ଦୂରତା ରହିବ। ବ୍ୟାଙ୍କ, ପୋଷ୍ଟ ଅଫିସ୍‌, ଏଟିଏମ୍‌ରେ ସାନିଟାଇଜର ରଖାଯିବ। ଖାଦ୍ୟ ପଦାର୍ଥ ପାଇଁ ସୁପରମାର୍କେଟ, ଗ୍ରୋସରୀ ଖୋଲା ରହିବ। ଷ୍ଟୋରରେ ୨୦ ରୁ ୩୦ ଜଣ ମଧ୍ୟରେ ପଶିପାରିବା ନେଇ କଟକଣା କରାଯିବା ନେଇ ଏପିସି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ଅଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ଆହୁରି ୨୪ ଘଣ୍ଟା ପ୍ରବଳ ଗରମ-ଗୁଳୁଗୁଳି, ୪ଦିନ ଯାଏ କାଳବୈଶାଖୀ

ଭୁବନେଶ୍ୱର,୫।୪(ବନ୍ଦନା ସେଠୀ): ଗତ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହେଉଛି ଜନଜୀବନ। ଦିନବେଳା ଅଗ୍ନିବର୍ଷା ହେଉଥିବାବେଳେ ସନ୍ଧ୍ୟା ହେଲେ କାଳବୈଶାଖୀ ଚିନ୍ତା ବଢ଼ାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri