ସାମୁଦ୍ରିକ ଝଡ଼ ସତର୍କତା: ଜିଲାର ୬୪ ଗ୍ରାମର ଅଧିବାସୀ ସ୍ଥାନାନ୍ତର ହେବେ

କେନ୍ଦ୍ରାପଡ଼ା ଅଫିସ, ୧୮ା୫: ସାମୁଦ୍ରିକ ଝଡ ଅମ୍ଫନ୍‌କୁ ନେଇ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ତତ୍ପର ହୋଇଉଠିଛି। ଜିଲାର ୬୪ଟି ସୁନାମି ପ୍ରବଣ ଗ୍ରାମର ଅଧିବାସୀଙ୍କୁ ସ୍ଥାନାନ୍ତର ପାଇଁ ସୋମବାର ସନ୍ଧ୍ୟା ସୁଦ୍ଧା ସମସ୍ତ ପ୍ରସ୍ତୁତି ସରିଛି। ଝଡର ମୁକାବିଲା ପାଇଁ ଏନ୍‌ଡିଆର୍‌ଏଫ୍‌ର ୨ ଟିମ୍‌ ମହାକାଳପଡା ବ୍ଲକ ଅଞ୍ଚଳକୁ ପଠାଯାଇଥିବା ବେଳେ ଓଡ୍ରାଫର ଗୋଟିଏ ଟିମ୍‌ ରାଜନଗର ବ୍ଲକରେ ଅଛନ୍ତି। ଅଗ୍ନିଶମ ବାହିନୀ ଓ ପ୍ରଶାସନିକ ଅଧିକାରୀମାନେ ଏହି ଦୁଇ ବ୍ଲକ ଅଞ୍ଚଳରେ ଡେରା ପକାଇଛନ୍ତି। ପାନୀୟ ଜଳ ଓ ପରିମଳ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ଖାଦ୍ୟ ଯୋଗାଣ, ଜଳ ସମ୍ପଦ, ଗ୍ରାମ୍ୟ ଉନ୍ନୟନ ଆଦି ବିଭାଗର ଅଧିକାରୀମାନେ ବିଭିନ୍ନ ବ୍ଲକରେ ରହି କାର୍ଯ୍ୟ ତଦାରଖ କରୁଛନ୍ତି। ଏ ସମ୍ପର୍କରେ ଜିଲା ଜରୁରିକାଳୀନ ଅଧିକାରୀ ସମ୍ବିତ କୁମାର ଶତପଥୀ କହିଛନ୍ତି, ବାତ୍ୟାର ଗତିବିଧି ଓ ପ୍ରକୋପ ଆକଳନ କରିବା ପରେ ସମୁଦ୍ର ତଟବର୍ତ୍ତୀ ଗ୍ରାମଗୁଡିକରୁ ଅଧିବାସୀଙ୍କୁ ସ୍ଥାନାନ୍ତର ପାଇଁ ନିଷ୍ପତ୍ତି ନିଆଯାଇଛି। ବାତ୍ୟା ଆଶ୍ରୟସ୍ଥଳର ନିରୀକ୍ଷଣ ସରିଛି। ଏଥିସହିତ ସମ୍ଭାବ୍ୟ କ୍ଷୟକ୍ଷତିକୁ ଆକଳନ କରାଯାଇ ପ୍ରାରମ୍ଭିକ କାର୍ଯ୍ୟକୁ ଗୁରୁତ୍ୱ ଦିଆଯାଇଛି। ସମସ୍ତଙ୍କ ଜୀବନ ବଞ୍ଚାଇବା ଜିଲା ପ୍ରଶାସନର ପ୍ରାଥମିକତାରେ ଅଛି। ଏଥିପାଇଁ ବିଭାଗୀୟ ଅଧିକାରୀ ଓ ନୋଡାଲ ଅଧିକାରୀ ଉପାନ୍ତ ଅଞ୍ଚଳରେ ରହି ସମସ୍ତ କାର୍ଯ୍ୟ ତଦାରଖ କରୁଛନ୍ତି। ସାମୁଦ୍ରିକ ଝଡ ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ତଟବର୍ତ୍ତୀ ଗ୍ରାମକୁ ଜିଲା ପ୍ରଶାସନ ଗୁରୁତ୍ୱ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri