ସାମୂହିକ ଉଦ୍ୟମ ଦ୍ୱାରା ମ୍ୟାଲେରିଆ ମୂଳୋତ୍ପାଟନ ସମ୍ଭବ

ସୋନପୁର,୨୬।୪(ନି.ପ୍ର.) ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଶରତ ଚନ୍ଦ୍ର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚେତନତା ସଭାରେ ଜିଲାପାଳ ମଧୁସୂଦନ ମିଶ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ସାମୂହିକ ଉଦ୍ୟମ ଦ୍ୱାରା ମ୍ୟାଲେରିଆର ମୂଳୋତ୍ପାଟନ ସମ୍ଭବ ବୋଲି କହିଥିଲେ। ଜିଲା ମ୍ୟାଲେରିଆ ଅଧିକାରୀ ତଥା ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ(ଭିବିଡି) ଡାକ୍ତର ନବ କିଶୋର ବେହେରା ମ୍ୟାଲେରିଆ ନିୟନ୍ତ୍ରଣ କ୍ଷେତ୍ରରେ ଜିଲାର ସ୍ଥିତି ଉପରେ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲା ମୁଖ୍ୟ ଚିକିତ୍ସାଳୟ ନିରୀକ୍ଷକ ଡାକ୍ତର ପ୍ରଦୀପ କୁମାର ଗୁରୁ, ଅତିରିକ୍ତ ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ(ପରିବାର କଲ୍ୟାଣ) ଡାକ୍ତର ଦୈତ୍ୟ ନାରାୟଣ ପାଢୀ ପ୍ରମୁଖ ଉପସ୍ଥିତ ଥିଲେ। ସଭା ପୂର୍ବରୁ ମହିଳା ସ୍ବାସ୍ଥ୍ୟକର୍ମୀ ତାଲିମ କେନ୍ଦ୍ରର ଛାତ୍ରୀମାନେ ଏକ ସଚେତନତା ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିବା ସହ ସନ୍ତୋଷ ସାହୁଙ୍କ ଲିଖିତ ଏକ ସଚେତନତାଧର୍ମୀ ନାଟକ ପରିବେଷଣ କରିଥିଲେ। ସଭା ଶେଷରେ ଏକ ଦସ୍ତଖତ ଅଭିଯାନ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମକୁ ସହକାରୀ ଜିଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ ସଂଯୋଜନା କରିଥିବା ବେଳେ ଭିବିଡି କନସଲଟାଣ୍ଟ ଚନ୍ଦ୍ରଶେଖର ମିଶ୍ର, ପ୍ରମୋଦ ସାହୁ, ତାରିଣୀ ପାତ୍ର ଓ ଅଜୟ ଜେନା ପ୍ରମୁଖ କାଯର୍‌ୟକ୍ରମ ଆୟୋଜନରେ ସହଯୋଗ କରିଥିଲେ। ଏନଏଚଏମ ଡିପିଏମ ମୌସୁମୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରକାଶ ଯେ, ଉଲୁଣ୍ଡା, ବୀରମହାରାଜପୁର ଓ ଡୁଙ୍ଗୁରିପାଲି ବ୍ଲକର ମ୍ୟାଲେରିଆ ପ୍ରବଣ ଅଞ୍ଚଳରେ ସଚେତନତା, ମଶାରି ପ୍ରଦାନ ଯୋଗୁଁ ସ୍ଥିତିର ଯଥେଷ୍ଟ ଉନ୍ନତି ଆସିଛି। ସ୍ବାସ୍ଥ୍ୟ ବିଭାଗର ଅଧିକାରୀ ଓ ଆଶକର୍ମୀଙ୍କ ଉଦ୍ୟମ ଯୋଗୁଁ ବିଗତ ପାଞ୍ଚ ବର୍ଷରେ ଜିଲାରେ ମ୍ୟାଲେରିଆ ଜନିତ ମୃତ୍ୟୁ ଶୂନ୍ୟ ରହିଛି । ଜିଲାରେ ଏହା ଲଲ୍ଲେଖନୀୟ ସଫଳତା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଅବକାରୀ ଗୁଇନ୍ଦା ବିଭାଗକୁ ବଡ଼ ସଫଳତା, ଏକ କୋଟିର ଗଞ୍ଜେଇ ଜବତ

​ସମ୍ବଲପୁର,୮।୯(ପ୍ରମୋଦ ବହିଦାର): ସମ୍ବଲପୁର ସ୍ଥିତ ଉତ୍ତରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗକୁ ଏକ ବଡ଼ ଧରଣର ସଫଳତା ମିଳିଛି । ସମ୍ବଲପୁର ଶାସନ ସ୍ଥିତ ଟୋଲଗେଟ୍ ନିକଟରେ ଚଢ଼ାଉ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri